ରାତିରେ ଚାଉଳ ବୋଝେଇ ଗାଡ଼ିକୁ ଅଟକ ରଖିଲେ ଗ୍ରାମବାସୀ

ଲାଠୋର୨୪।୧୦(ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ କନ୍ଦେଇଛାପର ଗ୍ରାମବାସୀ ଏକ ଚାଉଳ ବୋଝେଇ ଗାଡ଼ିକୁ ଗୁରୁବାର ରାତିରେ ଅଟକ ରଖି ଲାଠୋର ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରିବା ସହ ଖପ୍ରାଖୋଲ ବିଡ଼ିଓଙ୍କୁ ଘଟଣା ବିଷୟରେ ଅବଗତ କରିଥିଲା।

ଗୁରୁବାର ଖପ୍ରାଖୋଲ ଯୋଗାଣ ଅଧିକାରୀ ବେନ୍ଦେର ଏବଂ ଲାଠୋର ପଞ୍ଚାୟତକୁ ପିଡିଏସ ଚାଉଳ ଏକ ମିନି ଟ୍ରକ ନଂ.ଓଆର-୦୩-ସି-୯୨୩୫ ଯୋଗେ ପଠେଇ ଥିଲେ l ଗାଡ଼ି ବେନ୍ଦର ପଞ୍ଚାୟତରେ ୮୧ ବ୍ୟାଗ ଚାଉଳ ଅନ୍‌ଲୋଡ କରି ଲାଠୋର ପଞ୍ଚାୟତକୁ ୯୯ ବ୍ୟାଗ ଚାଉଳ ନେଇ ଆସୁଥିବା ବାଟରେ କୌଣସି କାରଣ ବଶତଃ କିଛି ସମୟ ଅଟକି ପୁଣି ଲାଠୋର ଅଭିମୁଖେ ବାହାରିଥିଲା।

ହେଲେ ବାଟରେ କନ୍ଦେଇଛାପର ଗ୍ରାମବାସୀ ପିଡିଏସ୍‌ ଚାଉଳ ଚୋରା ଚାଲାଣ ହେଉଥିବା ସନ୍ଦେହ କରି ଲାଠୋର ପୋଲିସକୁ ଖବର ଦେଇଥିଲେ l ଥାନା ଅଧିକାରୀ ରାକେଶ ବେହେରା ତଦନ୍ତ ପାଇଁ ଦୁଇ ଜଣ ଏଏସ୍‌ଆଇଙ୍କୁ ପଠେଇ ଖପ୍ରାଖୋଲ ବିଡ଼ିଓ ବିବେକାନନ୍ଦ ଷଡ଼ଙ୍ଗୀଙ୍କୁ ଘଟଣା ବିଷୟରେ ଜଣାଇଥିଲେ।

ବିଡ଼ିଓ ଯୋଗାଣ ଅଧିକାରୀ ବିକାଶ ବାର୍ଲାଙ୍କୁ ଘଟଣା ସ୍ଥଳକୁ ଯାଇ ତଦନ୍ତ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ l ହେଲେ ଯୋଗାଣ ଅଧିକାରୀ ଘଟଣା ସ୍ଥଳକୁ ନିଜେ ନ ଆସି ବେନ୍ଦେର ସରପଞ୍ଚଙ୍କ ସ୍ବାମୀଙ୍କୁ ପଠେଇ ଥିଲେ l ସେ ପହଞ୍ଚିବା ପରେ ଚାଉଳ ବ୍ୟାଗ ଗଣା ଯିବାରୁ ୯୯ ବେଗ ଚାଉଳ ସହ ଏସି ନୋଟ(ରସିଦ) ମିଳିଥିଲା। ଫଳରେ ଚାଉଳ ଚୋରା ଚାଲାଣ ହେଉ ନ ଥିବା ଜଣା ପଡିଥିଲା।

ପରେ ପୋଲିସ ଉକ୍ତ ଗାଡିକୁ ଛାଡ଼ିବାରୁ ଲାଠୋର ଯୋଗାଣ ସହାୟକ ତୁଲାରାମ ମେହେର ରିସିଭ କରିଥିଲେ। ଶୁକ୍ରବାର ସକାଳେ ଚାଉଳ ଅନଲୋଡ୍‌ କରାଯିବ ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ପିଜି ପ୍ରବେଶିକା ପରୀକ୍ଷା ରେଜଲ୍ଟ, ନାମଲେଖା ସମୟସୂଚୀ…

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପିଜି ପ୍ରବେଶିକା ପରୀକ୍ଷା ବା କମନ ପିଜି ଏଣ୍ଟ୍ରାନ୍ସ ଟେଷ୍ଟ-୨୦୨୬ ରେଜଲ୍ଟ ଗୁରୁବାର ପ୍ରକାଶ ପାଇଛି। ଛାତ୍ରୀଛାତ୍ର ସାମ୍‌ସ ପୋର୍ଟାଲ ମାଧ୍ୟମରେ ନିଜ ପରୀକ୍ଷାଫଳ…

ୟୁଜରନେମ ବିବାଦ: ହ୍ବାଟସଆପ ପରେ, ଆଇଟି ମନ୍ତ୍ରଣାଳୟ ଏବେ ସିଗନାଲ-ଟେଲିଗ୍ରାମକୁ ପଠାଇଛି ନୋଟିସ

ନୂଆଦିଲ୍ଲୀ,୨।୭: ୟୁଜରନେମ ଫିଚରକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ହ୍ବାଟସଆପ ପରେ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ (MeitY) ଏବେ ଟେଲିଗ୍ରାମ ଏବଂ ସିଗନାଲକୁ ମଧ୍ୟ…

ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା, ୨୫ରେ ରଥ ଉପରେ…

ବରଗଡ଼, ୨ା୭ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲିସ୍ଥିତ ପ୍ରସିଦ୍ଧ ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା ପାଳନ ପାଇଁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ…

ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ: ‘ପିଲାଟିଏ ଗଛଟିଏ’ ଅଭିଯାନରେ …

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସିଦ୍ଧେଶ୍ୱର ଗ୍ରାମ ନିକଟସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଗୁରୁବାର ୭୬ ତମ ବନ…

ଟ୍ରକ୍ ମିଳିଲା, ଚପଲ ମିଳିଲା…ହେଲେ ୮ ଦିନ ହେଲା ଡ୍ରାଇଭରଙ୍କ ପତ୍ତା ନାହିଁ, ଭୋକ-ଉପାସରେ ଏ ଥାନାରୁ ସେ ଥାନା ବୁଲି ନୟାନ୍ତ…

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଜଣେ ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଛନ୍ତି।…

ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବେ ନାହିଁ ପୁଅ ମୋଜତାବା, ଜାଣନ୍ତୁ କାରଣ

ତେହରାନ,୨।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ପରଲୋକ ପରେ ସମଗ୍ର ଦେଶରେ ଗଭୀର ଶୋକ ପ୍ରକାଶ ପାଇଛି। ରାଜଧାନୀ ତେହରାନରୁ ଆରମ୍ଭ କରି ମଶାଦ,…

ଦେଓ ନଦୀ ପୋଲ ଉପରେ ଗୋ-ଚାଲାଣ ଗାଡ଼ି ସହ ଅଟୋର ମୁହାଁମୁହିଁ ଧକ୍କା: ଗୋଟିଏ ବଳଦ ମୃତ, ଗୋ-ମାଫିଆ…

ପାଟଣା, ୨ା୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା-କରଞ୍ଜିଆ ଦେଇଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥରେ ଏକ ବଡ଼ଧରଣର ସଡ଼କ ଦୁର୍ଘଟଣା ଘଟିଯାଇଛି। ସାହାରପଡା ସ୍ଥିତ…

ଡୋକରୀଦର ଝରଣା ନିକଟରେ ଅଜଣା ମୃତଦେହ: ଖବର ପାଇ ବି ପହଞ୍ଚିଲାନି ପୋଲିସ, ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ

କୋକସରା, ୨ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖଲିଗଡ ପାଦଦେଶରେ ଥିବା ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀ ଚଞ୍ଚରାର ‘ଡୋକରୀଦର’ ଝରଣା ନିକଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri