ଗାଡ଼ି ଧକ୍କାରେ ୨ ମୃତ: କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ କଲେ ଗ୍ରାମବାସୀ

କୋଟଗଡ଼,୧୯ା୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ସିରୁବାଲିଠାରେ ଆରକେଡି ଗାଡ଼ି ଦୁର୍ଘଟଣାରେ ରବିବାର ଦୁଇଜଣଙ୍କର ମୃତ୍ୟୁ ଘଟିଥିଲା। ମୃତକ ଦ୍ୱୟ ହେଲେ ବଡ଼ଗାଁର ରାକେଶ ମଲିକ ଓ ରାଇକିଆ ଅଞ୍ଚଳର ଅଚ୍ୟୁତାନନ୍ଦ ନାୟକ। ପୋଲିସ ଆରକେଡି ଗାଡ଼ିକୁ ଛାଡ଼ିଦେବା ପ୍ରତିବାଦରେ ସୋମବାର ସ୍ଥାନୀୟ ବଡ଼ଗାଁ ଗ୍ରାମର ଗ୍ରାମବାସୀ କ୍ଷତିପୂରଣ ଦାବିରେ ୫୯ନଂ ଜାତୀୟ ରାଜପଥ ଉପରେ ଟାୟାର ଜାଳି ରାସ୍ତା ଅବରୋଧ କରାଯାଇଥିବା ଦେଖିବାକୁ ମିଳିଛି। ଏହି ଦୁଇ ପରିବାରକୁ ୨୦ଲକ୍ଷ କ୍ଷତିପୂରଣ ଦେବାକୁ ଦାବି କରିଛନ୍ତି ଲୋକେ। ବର୍ତ୍ତମାନ ସୁଦ୍ଧା ମୃତକମାନଙ୍କ ମୃତଦେହ ବ୍ୟବଚ୍ଛେଦ ହୋଇ ନ ଥିବା ଜଣାପଡ଼ିଛି। କ୍ଷତିପୂରଣ ନ ମିଳିବା ପର୍ଯ୍ୟନ୍ତ ମୃତଦେହ ବ୍ୟବଚ୍ଛେଦ ପାଇଁ ଦିଆଯିବନାହିଁ ବୋଲି ଲୋକେ ଅଡ଼ି ବସିଛନ୍ତି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଲୋକମାନଙ୍କୁ ବୁଝାଶୁଝା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଣି, ଶିଳ୍ପାଞ୍ଚଳର ଗ୍ରାମାଞ୍ଚଳ ପାଠାଗାର ଚିନ୍ତା

ଯାଜପୁର,୨ା୪(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ କଲେଜ, ହାଇସ୍କୁଲ ଓ ସାଧାରଣ ପାଠାଗାର ପ୍ରାୟ ୪୦୦ ଭଳି ରହିଛି। କେତେକ ପାଠାଗାରରେ ୫୦ରୁ ୬୦ ବର୍ଷ ପୁରୁଣା ମୂଲ୍ୟବାନ…

ରକ୍ତଦାନ, ମହାପୁଣ୍ୟ: ସ୍ବେଚ୍ଛାକୃତ ରକ୍ତଦାନ ଶିବିରରେ ୪୧ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୨।୪(ଅଶେଷ ନାଥ ମିଶ୍ର): ଓଡ଼ିଶା ଦିବସ ଅବସରରେ ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ଗଣିଆନାଳ ଛକର ମା’ ପିତାମ୍ବରୀ ବଣିକ ସଂଘ ପକ୍ଷରୁ ସ୍ଥାନୀୟ ପ୍ରାଥମିକ ବିଦ୍ୟାଳୟ…

ଚୋରାରେ ଚାଲିଛି ଗ୍ୟାସ୍‌ କାରବାର, ୯୦ ଘରୋଇ ସିଲିଣ୍ଡର ଜବତ

ମୋହନା,୨ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅଞ୍ଚଳରୁ ଗୋଟିଏ ଗାଁରୁ ୯୦ଟି ଘରୋଇ ସିଲିଣ୍ଡର ଜବତ ହୋଇଛି। ଇରାନ ଓ ଆମେରିକା ଯୁଦ୍ଧ ଲାଗିବା ପରଠାରୁ…

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

ଏଇ ଭାରତରେ

ଦନ୍ତ ଚିକିତ୍ସକ ଡ. ଶାନ୍ତି ତୁମ୍ମାଲା ଚାକିରି ଛାଡ଼ି ବେଙ୍ଗାଲୁରୁରେ ବର୍ଜ୍ୟ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି। ଥରେ ଜଣେ ମହିଳା ଏକ ଅଳିଆଗଦା ନିକଟରେ…

ତଳ ଅଫିସର

ଆଜିର ଦିନରେ ସବୁଠି ଗହଳଚହଳ ଅଧିକ। ହାଟରେ ଯେମିତି ଘୋ ଘୋ, ନାହିଁ ନ ଥିବା ଭିଡ଼, ଠିକ୍‌ ସେମିତି ଭିଡ଼ ଦେଖାଯାଏ ସବୁଠି। ଟ୍ରେନ୍‌ରେ ଯାତ୍ରୀଙ୍କ…

ଇରାନ ଉପରେ ବଡ଼ ଆକ୍ରମଣ କରିବ ଆମେରିକା: ସମୟ କହିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁବାର ଜାତି ଉଦ୍ଦେଶ୍ୟରେ ଏକ ଭାଷଣ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି,ଯୁଦ୍ଧ ଏପର୍ଯ୍ୟନ୍ତ…

ବିଶ୍ୱ ପାଇଁ ଚେତାବନୀ

ମଣିଷ ବିଜ୍ଞାନ-ସଭ୍ୟତାର ଶୀର୍ଷରେ ପହଞ୍ଚତ୍ଥିଲେ ମଧ୍ୟ ଯୁଦ୍ଧ ଓ ହିଂସାକୁ ଛାଡ଼ିପାରିନାହିଁ। ଏବେ ସମଗ୍ର ବିଶ୍ୱରେ ଯେମିତି ସଂଘର୍ଷ, ହିଂସା, ପ୍ରତିଶୋଧର ବାତାବରଣ ସୃଷ୍ଟି ହୋଇଛି ତାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri