ଶୁଣିଲାନି ପ୍ରଶାସନ: ୩ କିମି ରାସ୍ତା ନିର୍ମାଣ କଲେ ଗ୍ରାମବାସୀ

ଦାରିଙ୍ଗବାଡ଼ି,୭ା୧୧(ଅରୁଣ ସାହୁ): ନିଜ ପାଇଁ ନିଜେ ଅଣ୍ଟା ଭିଡ଼ିଲେ ଗ୍ରାମବାସୀ। ଶହଶହ ମହିଳା ଓ ପୁରୁଷ ଏକତ୍ରିତ ହୋଇ ଶ୍ରମ ଓ ଅର୍ଥଦାନ କରି ରାସ୍ତା ମରାମତି କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତର ଡକରବାଡ଼ି ଗ୍ରାମରେ।

ପ୍ରକାଶ ଯେ, ସିମନବାଡ଼ି ପଞ୍ଚାୟତଠାରୁ ମାତ୍ର ୩ କିଲୋମିଟର ଦୂରତାରେ ରହିଛି। ଏହି ଗ୍ରାମ ସେଠାରେ ଶତାଧିକ ପରିବାର ଅନୁସୂଚିତ ଜନଜାତି ଏବଂ ସାଧାରଣବର୍ଗର ଜନସାଧାରଣ ସେମାନଙ୍କ ପାଇଁ ରୋଜଗାର କହିଲେ ଏକମାତ୍ର ଚାଷ ତଥା ହଳଦୀ, ସୋରିଷ କାନ୍ଦୁଲ, ତିଳା ଆଦି। ତେବେ ଚାଷ ପାଇଁ କୌଣସି ଜଳସେଚନର ବ୍ୟବସ୍ଥା ନ ଥିବା ବେଳେ ଗାଁକୁ ସବୁଦିନିଆ ଭଲ ରାସ୍ତାଟିଏ ମଧ୍ୟ ନାହିଁ। ଗାଁକୁ ଯିବାକୁ ୨ଟି ନଦୀ ଓ ନାଳ ରହିଛି। କିନ୍ତୁ ପକ୍କା ରାସ୍ତା ନ ଥିବାରୁ ସେହିଗ୍ରାମକୁ କୌଣସି ଆମ୍ବୁଲାନ୍ସ ଯିବା ମଧ୍ୟ ମୁସ୍କିଲ ବର୍ଷାଦିନ ଆସିଲେ ଅଞ୍ଚଳବାସୀ ୩ କିମି ଏହି କଚ୍ଚା ରାସ୍ତାରେ ଯାତାୟାତ ବନ୍ଦ ହୋଇଯାଉଛି। ଅଧିକ ଖର୍ଚ୍ଚାନ୍ତରେ ଅନ୍ୟ ରାସ୍ତାରେ ବୁଲିକି ପ୍ରାୟ ୮ କିଲୋମିଟର ଯିବାକୁ ପଡୁଛି। ଫଳରେ ପିଡିଏସ୍‌ ଚାଉଳ ହେଉ କି ସରକାରୀ ଓ ବେସରକାରୀ କାର୍ଯ୍ୟ ପାଇଁ ସେମାନେ ସିମନବାଡ଼ି, ଦାରିଙ୍ଗବାଡ଼ି କିମ୍ବା ଫୁଲବାଣୀ ଯିବାକୁ ଗାଁରୁ ବାହାରିଲେ ସେହି ୩ କିମି କଚ୍ଚା ରାସ୍ତାରେ ଯାତାୟାତ କରୁଛନ୍ତି। ଗାଁକୁ ଆମ୍ବୁଲାନ୍ସ କିମ୍ବା ଜରୁରୀକାଳିନ ପରିସ୍ଥିତିରେ ଦମକଳ ହେଉ କି ଅନ୍ୟ କିଛି ଗାଡ଼ି ୮ କିଲୋମିଟର ବୁଲିବୁଲି ସେଠାକୁ ଯିବାକୁ ପଡୁଛି। ପିଡିଏସ୍‌ ପାଇଁ ମଧ୍ୟ ସେ ସମାନ ଦୂରତା ଯିବାକୁ ପଡୁଛି ବୋଲି ଗ୍ରାମର ମୁଖିଆ ରାମଦେଉ ପ୍ରଧାନ, ଦିଲୀପ କୁମାର ପ୍ରଧାନ, ଜଗଦୀଶର ପ୍ରଧାନ ପ୍ରମୁଖ ଅଭିଯୋଗ କରିଛନ୍ତି। ସେମାନେ ଏହି ୩ କିଲୋମିଟର ରାସ୍ତା ସମ୍ପ୍ରସାରଣ ପାଇଁ ପଞ୍ଚାୟତ ଅଧିକାରୀଙ୍କଠାରୁ ଆରମ୍ଭ କରି ବ୍ଲକ ଓ ଜିଲା ପ୍ରଶାସନ ନିକଟରେ ଅନେକ ଥର ଅଭିଯୋଗ କରିଛନ୍ତି।

ସେହିପରି ବିଧାୟକ, ଏମ୍‌ପିଙ୍କୁ ମଧ୍ୟ ବହୁବାର ଜଣାଇଥିଲେ ମଧ୍ୟ ଫଳ ଶୂନ। ଗ୍ରାମର ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଓ ଗାନ୍ଧୀ ସୁରକ୍ଷା କମିଟି ପକ୍ଷରୁ ଗାଁ ରାସ୍ତା ମରାମତି କରାଯାଇଛି। ରାସ୍ତାକଡ଼ରେ ଥିବା ଲତାବୁଦାକୁ କଟାଯିବା ସହ ଖାଲଢିପକୁ ସମତଳ ପାଇଁ ମାଟି ଖୋଳି ପକାଯାଇ ଗାତକୁ ପୋତାଯାଇଛି।

ଏନେଇ ସିମନବାଡ଼ି ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଭାତ ପ୍ରଧାନଙ୍କ ସହ ଯୋଗାଯୋଗ କରାଯିବାରୁ ସେ କହିଛନ୍ତି, ଉକ୍ତ ରାସ୍ତା ପାଇଁ ୬ ଲକ୍ଷ ଟଙ୍କା ଅନୁଦାନ ରହିଛି କିନ୍ତୁ ଉକ୍ତ ଅର୍ଥରେ ମେଟାଲ ବିଛାଯିବାକୁ ଯୋଜନା ରହିଛି ବୋଲି କହିଛନ୍ତି। ତେବେ ପଞ୍ଚାୟତ କାହିଁକି କାର୍ଯ୍ୟ କରିବାରେ ବିଳମ୍ବ କରୁଛି ବୋଲି ପ୍ରଶ୍ନରେ ସେ କହିଛନ୍ତି ମେଟାଲ ବିଛେଇଲେ ଉକ୍ତ ରାସ୍ତାରେ ପୁଣି ବର୍ଷା ଯୋଗୁ ନଷ୍ଟ ହୋଇଯିବ। ତେଣୁ ପିଚୁ ରାସ୍ତା ହେଲେ ସେହି ରାସ୍ତା ଭଲ ହେବ।

ଏନେଇ ଗ୍ରାମ ଉନ୍ନୟନ ବିଭାଗର ସହକାରୀ ନିର୍ବାହୀଯନ୍ତ୍ରୀଙ୍କ ସହ ଯୋଗାଯୋଗ କରାଯିବାରୁ ସେ କହିଛନ୍ତି, ଉକ୍ତ ରାସ୍ତା ପଞ୍ଚାୟତ ଅଧୀନରେ ରହିଛି, ତେଣୁ ରାଜ୍ୟର ଅନୁଦାନରେ ପକ୍କା ରାସ୍ତା ନିର୍ମାଣ ହୋଇପାରିବ। ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ଉକ୍ତ କାର୍ଯ୍ୟ ହୋଇପାରିବନି ବୋଲି ସେ କହିଛନ୍ତି। ଏନେଇ ଦାରିଙ୍ଗବାଡ଼ି ବିଡିଓ ପ୍ରୀତିରଞ୍ଜନ ରଥ କହିଛନ୍ତି, ସେ ଏବେ ନୂଆରେ ଏଠି ନିଯୁକ୍ତି ପାଇଛନ୍ତି। ସେ ଏବେ ଶୁଣିଲେ ଖୁବ୍‌ଶୀଘ୍ର ଉକ୍ତ ରାସ୍ତା ସମ୍ପ୍ରସାରଣ ପାଇଁ ସେ ପ୍ରୟାସ କରିବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri