ଗ୍ରାମ ସମସ୍ୟା ନେଇ ଏକାଠି ହେଲେ ଗ୍ରାମବାସୀ

ପଟ୍ଟାଙ୍ଗି,୫ା୧୧(ଡି.ଏନ.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ରାଲେଗଡା ପଞ୍ଚାୟତର ମାଡାୱାଲସା ଗ୍ରାମବାସୀ ସେମାନଙ୍କ ବିଭିନ୍ନ ସମସ୍ୟା ନେଇ ଶୁକ୍ରବାର ଏକାଠି ହୋଇଛନ୍ତି। ଉକ୍ତ ଗ୍ରାମରେ ୨୨ ପରିବାର ବସବାସ କରୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ ସେହିପରି କିଛି ଉନ୍ନୟନମୂଳକ କାର୍ଯ୍ୟ କରାଯାଇ ନାହିଁ। ଏନେଇ ନେଇ ବିଗତ ଦିନରେ ଗ୍ରାମବାସୀ ବିଧାୟକଠାରୁ ଆରମ୍ଭ କରି ଜିଲ୍ଲାପାଳ, ବ୍ଲକ ପ୍ରଶାସନକୁ ବାରମ୍ବାର ଲିଖିତ ଭାବେ ଜଣାଇଥିଲେ ମଧ୍ୟ କିଛି ସୁଫଳ ମିଳିନାହିଁ। ଫଳରେ ଗତ ୩୧ରେ ଜିଲାପାଳଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଦେଇ ଗ୍ରାମ ସମସ୍ୟା ସମାଧାନ ଦିଗରେ ୧୫ ଦିନ ମଧ୍ୟରେ କୌଣସି ପଦକ୍ଷେପ ଗ୍ରହଣ କରା ନ ଗଲେ ୧୬ ତାରିଖରୁ ବ୍ଲକ କାର୍ଯ୍ୟାଳୟ ସମୁଖରେ ଧାରଣା ଦେବାକୁ ଚେତାବନୀ ଦେଇଛନ୍ତି। ଗ୍ରାମ ସମସ୍ୟାକୁ ନେଇ ଶୁକ୍ରବାର ମାଡାୱାଲସା ଗ୍ରାମରେ ବଡ଼ ଲମନ୍ତାପାଡୁ, ସାନ ଲମନ୍ତାପାଡୁ, ଟାଙ୍ଗିଣି ଏବଂ ସିତାମପାଡୁ ଆଦି ୫ଟି ଗ୍ରାମର ଗ୍ରାମବାସୀ ଏକାଠି ହୋଇ ଏକ ବୈଠକ କରିଥିଲେ। ସୂଚନାଯୋଗ୍ୟ, ଗ୍ରାମବାସୀଙ୍କ ସମସ୍ୟା ସମ୍ପର୍କିତ ଦାବି ଜିଲାପାଳଙ୍କ ନିକଟରେ ପହଞ୍ଚତ୍ବା ପରେ ତହସିଲଦାର ଦେବେନ୍ଦ୍ର ବାହାଦୂର ସିଂ ଧାରୁଆ ଗୁରୁବାର ମାଡାୱାଲସା ଗ୍ରାମରେ ପହଞ୍ଚତ୍ ଲୋକଙ୍କ ସହ ଆଲୋଚନା କରି ଫେରିଥିବା ଜଣାପଡ଼ିଛି। ମାଡାୱାଲସା ଗ୍ରାମଟି ଏକ ପାହାଡ଼ ତଳେ ରହିଛି। ଏହି ଗ୍ରାମକୁ ଜାତୀୟ ରାଜପଥର ଟାଙ୍ଗିଣି ଛକଠାରୁ ଯିବାକୁ ହୋଇଥାଏ। ମାତ୍ର ଗ୍ରାମକୁ ସଂଯୋଗ ରାସ୍ତା ଏବେ ମରଣଜନ୍ତା ପାଲଟିଛି। ଏହି ରାସ୍ତା ଉପରେ ପ୍ରଶାସନର ଦୃଷ୍ଟି ପଡୁନାହିଁ । ପାନୀୟଜଳ ବ୍ୟବସ୍ଥା ମଧ୍ୟ ଗ୍ରାମରେ ନାହିଁ ବୋଲି ଗ୍ରାମବାସୀ ପ୍ରକାଶ କରିଛନ୍ତି। ବୈଠକରେ ଆନ୍ଧ୍ର ପାସପେଣ୍ଡା ବ୍ଲକର ମଦୁକୁ ସରପଞ୍ଚ ଗେମେଲ ବାବୁରାଓ ଅତିଥି ଭାବେ ଯୋଗ ଦେଇଥିଲେ। ଦୋରା ସଂଘର ଜିଲା ଆବାହକ ତାଉଡୁ ଦୋରା, ରାଲେଗଡା ସରପଞ୍ଚଙ୍କ ସ୍ବାମୀ ସୋମି ପାମିୟା, ନାଗେଶ ତାମାଲ, ଗୋବିନ୍ଦ ଗେମେଲ, ଏସଏଚଜି ମହିଳା ସଂଘ ସମ୍ପାଦକ ବୁଟୁକି ମୁଣ୍ଡାଗାଡିଆ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri