Posted inଜାତୀୟ

ଦୁଇ ଲଶ୍କର ଆତଙ୍କବାଦୀଙ୍କୁ କାବୁ କଲେ ଗ୍ରାମବାସୀ…

ଶ୍ରୀନଗର, ୩।୭ : ଜମ୍ମୁ-କଶ୍ମୀରର ରେସି ଜିଲାରେ ଗ୍ରାମବାସୀଙ୍କ ଦ୍ୱାରା ଦୁଇ ଜଣ ସଶସ୍ତ୍ର ଲଶ୍କର-ଇ-ତାଇବା ଆତଙ୍କବାଦୀଙ୍କୁ କାବୁ କରାଯାଇଛି। ଏହା ପରେ ତାଙ୍କୁ ପୋଲିସକୁ ହସ୍ତାନ୍ତର କରାଯାଇଥିବା ଜଣାପଡ଼ିଛି। ନ୍ୟୁଜ ଏଜେନ୍ସି ପିଟିଆଇ ଅନୁସାରେ ଜଣେ ସ୍ଥାନୀୟ ଅଧିକାରୀ ଏହି ସୂଚନା ଦେଇଛନ୍ତି।

ପୋଲିସ ଉଭୟଙ୍କୁ ପଚରାଉଚରା କରୁଛି। ସେମାନଙ୍କ ପାଖରୁ ଅସ୍ତ୍ରଶସ୍ତ୍ର ଜବତ ହୋଇଛି। ସେମାନେ ଆକ୍ରମଣ କରିବାର ଉଦ୍ଦେଶ୍ୟ ନେଇ ଜିଲାକୁ ଆସିଥିବା ସ୍ପଷ୍ଟ ହୋଇଥିବା ପୋଲିସ କହିଛି।

ଏହାପୂର୍ବରୁ ଜୁଲାଇ ୧ ରେ ଜମ୍ମୁ-କଶ୍ମୀରର ଶ୍ରୀନଗରରୁ ଦୁଇଜଣ ଲଶ୍କର-ଇ-ତାଇବା ଆତଙ୍କବାଦୀଙ୍କୁ ଗିରଫ କରାଯାଇଥିଲା। ସେମାନଙ୍କ ନିକଟରୁ ଅସ୍ତ୍ରଶସ୍ତ୍ର ଏବଂ ଗୁଳି ମଧ୍ୟ ଜବତ କରାଯାଇଥିଲା। ଜଣେ ପୋଲିସ ଅଧିକାରୀ କହିଛନ୍ତି ଯେ ଜିଲାରେ ଆତଙ୍କବାଦୀଙ୍କ ଉପସ୍ଥିତି ସମ୍ପର୍କରେ ସୂଚନା ଆଧାରରେ ପୋଲିସ ପକ୍ଷରୁ ଏକ ସ୍ବତନ୍ତ୍ର ଘେରାବନ୍ଦୀ କାର୍ଯ୍ୟକ୍ରମ ହୋଇଥିଲା। ସନାଟ ନାଗର ଚକ-ରଙ୍ଗ୍ରେଥ ରୋଡ ଅଞ୍ଚଳର ଏଭଳି ଏକ ଚେକପଏଣ୍ଟରେ ଅନୁସନ୍ଧାନ ବେଳେ ସୁରକ୍ଷା ବାହିନୀ ଜଣେ ଆତଙ୍କବାଦୀଙ୍କୁ ଗିରଫ କରିଥିଲେ। ତାଙ୍କ ପାଖରୁ ପିସ୍ତଲ ଏବଂ କିଛି ଗୁଳି ଜବତ ହୋଇଥିବା ଅଧିକାରୀ କହିଛନ୍ତି।

ଗିରଫ ଆତଙ୍କବାଦୀଙ୍କଠାରୁ ମିଳିଥିବା ସୂଚନା ଆଧାରରେ ସହରର ପାମ୍ପୋର ଅଞ୍ଚଳରେ କର୍ଡନ ଏବଂ ସର୍ଚ୍ଚ ଅପରେଶନ ଆରମ୍ଭ କରାଯାଇଥିଲା ଯେଉଁଥିରେ ଆଉ ଜଣେ ଆତଙ୍କବାଦୀ ଗିରଫ ହୋଇଥିଲେ। ତାଙ୍କ ନିକଟରୁ ତିନୋଟି ପିସ୍ତଲ ଏବଂ ଅନ୍ୟାନ୍ୟ ଗୁଳି ଜବତ କରାଯାଇଥିବା କଶ୍ମୀର ଜୋନ୍‌ ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri