ଗୋ ମାଂସ ନେଇ ଯାଉଥିବାବେଳେ ବ୍ୟବସାୟୀଙ୍କୁ କାବୁ କଲେ ଗ୍ରାମବାସୀ, ଅଟକ ରଖି ଦେଲେ ପୋଲିସ ଜିମା

ଧର୍ମଶାଳା,୨୬।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ସୁନ୍ଦୁରିଆ ପଞ୍ଚାୟତର ଏକ ପୋଖରୀ ନିକଟରୁ ବେଆଇନ ଗୋ ମାଂସ ନେଇ ଯାଉଥିବା ବ୍ୟବସାୟୀଙ୍କୁ ସ୍ଥାନୀୟ ଲୋକେ ଅଟକ ରଖି ପୋଲିସ ଜିମା ଦେଇଛନ୍ତି। ମିଳିଥିବା ସୂଚନା ଅନୁସାରେ ନେଉଳପୁର ଅଞ୍ଚଳର ଜଣେ ବ୍ୟବସାୟୀ ଏକ ବ୍ୟାଗରେ ୧୦କିଲୋରୁ ଅଧିକ ଗୋ ମାଂସକୁ ନେଇ ଯାଉଥିବାବେଳେ ସ୍ଥାନୀୟ ଲୋକେ ବ୍ୟବସାୟୀଙ୍କୁ କାବୁ କରି ନେଇଥିଲେ। ଖବରପାଇ ଘଟଣାସ୍ଥଳରେ ଲୋକେ ଜମା ହେବା ସହ ଉତ୍ତେଜନା ଦେଖିବାକୁ ମିଳିଥିଲା। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିବା ସହ ବ୍ୟବସାୟୀଙ୍କୁ ଥାନାକୁ ନେଇଯାଇଛି। ତେବେ ଅନ୍ୟପକ୍ଷରେ ଏହି ଗାଁର କାଲା ଖାଁ ନାମକ ଜଣେ ବ୍ୟକ୍ତି ଗୋ ଚାଲାଣ ଏବଂ ଗୋରୁମାନଙ୍କୁ କାଟି ବିକ୍ରି କରୁଥିବା ନେଇ ଅନେକ ସମୟରେ ଅଭିଯୋଗ ହୋଇଆସୁଛି ଏବଂ ଆଜିର ଘଟଣାରେ ଗୋ ମାଂସ ନେଇ ଯାଉଥିବା ବ୍ୟବସାୟୀ ଜଣଙ୍କ ମଧ୍ୟ ସ୍ଥାନୀୟ କାଲା ଖାଁ ନିକଟରୁ ଗୋ ମାଂସ ନେଇ ବିକ୍ରି କରୁଥିବା କହିଥିଲେ। ଏହିଭଳି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ନିନ୍ଦା କରାଯାଇଥିବା ବେଳେ ବଜରଙ୍ଗୀ ଦଳ ପକ୍ଷରୁ ବିରୋଧ କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗମ ଅଞ୍ଚଳରେ ବିକାଶକୁ ଗୁରୁତ୍ୱ: ଭ୍ରମରବାଡିରେ ପହଞ୍ଚିଲା ଜିଲା ପ୍ରଶାସନ

ଦାରିଙ୍ଗବାଡି,୧୭।୪(ଅରୁଣ ସାହୁ):ଏକଦା ମାଓବାଦୀ ପ୍ରବଣ ଅଞ୍ଚଳ ଭାବେ ଜଣାଶୁଣା ଥିଲା ଭ୍ରମରବାଡି। ଏବେ ଆଉ ସେ ପରିସ୍ଥିତି ନାହିଁ, ସେପଟେ କେନ୍ଦ୍ର ଗୃହ ମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟରେ…

ସାବଧାନ! ଏଣିକି ସୋସିଆଲ ମିଡିଆରେ ଲୁଚାଇ ପାରିବେ ନାହିଁ ପରିଚୟ, ଧରିଦେବ AI, ଜାଣନ୍ତୁ କେମିତି

AI ବା (ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ) ଯୁଗରେ ସୋସିଆଲ ମିଡିଆରେ ନିଜର ପରିଚୟ ଲୁଚାଇବା ଏବେ କଷ୍ଟକର ହୋଇପଡୁଛି। ଯଦି ୟୁଜର୍ସମାନେ ଭାବନ୍ତି ଯେ, ସେମାନେ ସିକ୍ରେଟ୍‌ ଭାବରେ…

ବଡ଼ ନିଷ୍ପତି: ଯାଞ୍ଚ ହେବ ଡୋପ ଟେଷ୍ଟିଂ ଲାବୋରେଟୋରୀ

ନୂଆଦିଲ୍ଲୀ,୧୭ା୪: ଭାରତର ଜାତୀୟ ଡୋପ ଟେଷ୍ଟିଂ ଲାବୋରେଟୋରୀ (ଏନ୍‌ଡିଟିଏଲ୍‌)ର ପ୍ରଦର୍ଶନକୁ ଆଗାମୀ କିଛି ମାସରେ ମୂଲ୍ୟାଙ୍କନ କରାଯିବ। ନୂଆଦିଲ୍ଲୀରେ ବସିଥିବା ଗ୍ଲୋବାଲ ଆଣ୍ଟି-ଡୋପିଂ ଇଣ୍ଟେଲିଜେନ୍ସ ଆଣ୍ଡ୍‌ ଇନଭେଷ୍ଟିଗେଶନ…

ଏହି ଦିନ ଅନାବରଣ ହେବ ଭଗବାନ ପର୍ଶୁରାମଙ୍କ ପ୍ରତିମୂର୍ତ୍ତି: ଧାର୍ଯ୍ୟ ହେଲା ଦିନ, ସମୟ

ବଲାଙ୍ଗୀର, ୧୭।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ମହାସଭା ପକ୍ଷରୁ ଭଗବାନ ପର୍ଶୁରାମ ଜନ୍ମୋତ୍ସବ ଓ ପ୍ରତିମୂର୍ତ୍ତି ଅନାବରଣ କାର୍ଯ୍ୟକ୍ରମ ଆସନ୍ତା ୧୯ ତାରିଖରେ ଅନୁଷ୍ଠିତ ହେବ।…

Women Reservation Act 2023: ମହିଳା ସଂରକ୍ଷଣ ଆଇନ ସାରା ଦେଶରେ କାର୍ଯ୍ୟକାରୀ: ବିଜ୍ଞପ୍ତି ଜାରି କଲେ ସରକାର, କେବେ କାର୍ଯ୍ୟକାରୀ ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୭।୪: କେନ୍ଦ୍ର ଆଇନ ମନ୍ତ୍ରଣାଳୟ ଦ୍ୱାରା ଜାରି ଏକ ବିଜ୍ଞପ୍ତି ଅନୁଯାୟୀ, ମହିଳା ସଂରକ୍ଷଣ ଆଇନ, 2023, ଗୁରୁବାର (ଏପ୍ରିଲ ୧୬) ଠାରୁ କାର୍ଯ୍ୟକାରୀ ହୋଇଛି, ଏବଂ…

ଦେବଗଡ଼ ଜିଲା ପାଇଁ ଗୌରବ: ପଞ୍ଚମ ଶ୍ରେଣୀ ଭାଷା ମହକ ବହିରେ ସ୍ଥାନ ପାଇଲା ‘ପ୍ରଧାନପାଟ’ ବିଷୟବସ୍ତୁ

ଦେବଗଡ଼,୧୭।୪(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାର ପ୍ରଧାନପାଟ ଜଳପ୍ରପାତ ଓଡ଼ିଶାର ଏକ ପ୍ରମୁଖ ପର୍ଯ୍ୟଟନସ୍ଥଳୀଭାବେ ଓଡ଼ିଶା ତଥା ରାଜ୍ୟ ବାହାରେ ସୁପରିଚିତ ତଥା ପ୍ରସିଦ୍ଧ ଲାଭ କରିଛି।…

ଜ୍ୱାଇଁଙ୍କୁ ଛୁରି ଭୁସି ହତ୍ୟା: ଶଳା-ଶଳା ଭାଉଜଙ୍କୁ ବାନ୍ଧିଲା ପୋଲିସ

ବ୍ରହ୍ମପୁର,୧୭।୪ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ବଡ଼ବଜାର ଥାନା ଅନ୍ତର୍ଗତ ରେଡିକା ସାହିରେ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟି ଛୁରାମାଡ଼ରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି।…

ଇଣ୍ଡୋନେସିଆର ପଶ୍ଚିମ କାଲିମଣ୍ଟାନରେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ୮ମୃତ

ଜାକର୍ତ୍ତା,୧୭।୪: ଇଣ୍ଡୋନେସିଆର ପଶ୍ଚିମ କାଲିମଣ୍ଟାନ ପ୍ରଦେଶରେ ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହେବା ପରେ ଏଥିରେ ଥିବା ସମସ୍ତ ଆଠ ଜଣଙ୍କର ମୃତ୍ୟୁ ହୋଇଛି। ଉଦ୍ଧାରକାରୀ ଦଳ ବର୍ତ୍ତମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri