ବ୍ରାଉନ୍‌ସୁଗାର ବେପାରୀଙ୍କୁ ଧରିଲେ ଗାଁ ଲୋକେ

ଜଳେଶ୍ୱର,୪ା୧(ଡି.ଏନ.ଏ.): ପଶ୍ଚିମବଙ୍ଗରୁ ବ୍ରାଉନସୁଗାର ଅଣାଯାଇ ଓଡ଼ିଶାର ଜଳେଶ୍ୱର ଅଞ୍ଚଳରେ ଅବାଧରେ ଚୋରା କାରବାର କରାଯାଉଛି। ବ୍ରାଉନ୍‌ସୁଗାର ବ୍ୟବସାୟୀମାନେ ଏବେ ସହର ଛାଡି ଗ୍ରାମାଞ୍ଚଳର ଯୁବକମାନଙ୍କୁ କାର୍ଯ୍ୟରେ ଲଗାଉଛନ୍ତି। ଏଭଳି ନିଶା କାରବାରରେ ଲିପ୍ତ ଦୁଇଜଣ ଯୁବକଙ୍କୁ ଗ୍ରାମବାସୀ ଧରି ପୋଲିସ ଜିମା ଦେଇଛନ୍ତି।

ଜଳେଶ୍ୱର ଥାନା ଅଧୀନ ମହିଷାମୁଣ୍ଡା ଗାଁର ଦିଲୀପ କୁମାର ହୁଇ ବ୍ରାଉନସୁଗାର କାରବାରରେ ଲିପ୍ତ ଥିବା ଗ୍ରାମବାସୀ ଅଭିଯୋଗ କରି ଆସୁଥିଲେ। ପଶ୍ଚିମବଙ୍ଗର ମୁର୍ଶିଦାବାଦ ଅଞ୍ଚଳର ଜଣେ ଯୁବକ ଜଳେଶ୍ୱର ଥାନା ଆରୁହା ଗାଁରେ ଭଡାରେ ରହୁଥିଲେ। ସେ ମୁର୍ଶିଦାବାଦ ଅଞ୍ଚଳରୁ ମାଦକଦ୍ରବ୍ୟ ଆଣି ବେପାର କରୁଥିଲେ। ଏହି ଯୁବକ ମହିଁଷାମୁଣ୍ଡାସ୍ଥିତ ଦିଲୀପ ହୁଇଙ୍କ ଘରକୁ ଆସି ବ୍ରାଉନ୍‌ସୁଗାର ଦେବା ବେଳେ କେତେଜଣ ଗ୍ରାମବାସୀ ଦିଲୀପଙ୍କୁ ଅଟକ ରଖି ପଚରାଉଚରା କରିଥିଲେ । ପରେ ଆରୁହା ଗ୍ରାମରୁ ବଙ୍ଗୀୟ ଯୁବକଙ୍କୁ ପଚରାଉଚରା କରାଯାଇ ଜଳେଶ୍ୱର ପୋଲିସ ଜିମା ଦିଆଯାଇଛି। ଅଟକ ଦୁଇ ଯୁବକଙ୍କ ବୟାନ ଅନୁଯାୟୀ ମଙ୍ଗଳବାର ଅପରାହ୍ନରେ ଜଳେଶ୍ୱର ଷ୍ଟେଶନ ବଜାରରସ୍ଥିତ ମିଲ୍‌ କଲୋନୀରେ ଏକ ନିର୍ଦ୍ଦିଷ୍ଟ ଘର ଉପରେ ପୋଲିସ ଚଢାଉ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri