ରାତି ଅନିଦ୍ରା ହୋଇ ୪ ଚୋରଙ୍କୁ ଧରିଲେ ଗ୍ରାମବାସୀ, ଆଉ ତା’ ପରେ…

ଜଗନ୍ନାଥପ୍ରସାଦ,୨୯ା୧୨: ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଅଳସୁ ଗ୍ରାମରେ ୪ ଜଣଙ୍କୁ ଚୋର ଭାବି ଗାଁ ଲୋକେ ଧରି ପୋଲିସ ଜିମା ଦେଇଛନ୍ତି। ୪ ଅଜଣା ବ୍ୟକ୍ତି ଗ୍ରାମରେ ଦୁଇ ବାଇକ୍‌ରେ ଏଣେ ତେଣେ ବୁଲୁଥିବା ଦେଖି ଲୋକମାନେ ତାଙ୍କୁ ଚୋର ବୋଲି ସନ୍ଦେହ କରିଥିଲେ। ପରେ ସମସ୍ତେ ମିଶି ଅଚିହ୍ନା ୪ ବ୍ୟକ୍ତିକୁ କାବୁ ଗ୍ରାମ ମଝିରେ ଏକ ଖୁଣ୍ଟିରେ ବାନ୍ଧି ଜଗନ୍ନାଥପ୍ରସାଦ ପୋଲିସକୁ ଖବର ଦେଇଥିଲେ। ପୋଲିସ ଅଳସୁ ଗ୍ରାମରେ ପହଞ୍ଚି ୪ଜଣ ବ୍ୟକ୍ତିଙ୍କୁ ଉଦ୍ଧାର କରି ଥାନାକୁ ଆଣିଥିଲା। ଉକ୍ତ ୪ ବ୍ୟକ୍ତି ଙ୍କୁ ଅଟକ ରଖି ୨ଟି ବାଇକ୍‌ ଜବତ କରି ତଦନ୍ତ ଚଳାଇଥିବା ସୂଚନା ମିଳିଛି।

ସ୍ଥାନୀୟ ଲୋକେ କହିବା ଅନୁଯାୟୀ, ଗତ କିଛି ଦିନ ଧରି ଅଞ୍ଚଳରେ ମଧ୍ୟରାତ୍ରରେ କିଛି ଚୋର ଗ୍ୟାଙ୍ଗ ଗାଁ ଭିତରେ ପଶି ଚୋରି କରୁଥିବା ଖବର ପାଇ ଗାଁ ଛକ ଛକରେ ଲୋକେ ମେଳି କରି ସାହି ରାସ୍ତାରେ ବାଉଁଶ ପକାଇ ରାତିତମାମ ଜଗି ରହିଥିବା ସମୟରେ ଗୋଟିଏ କଳା ରଙ୍ଗର ସ୍କର୍ପିଓ ସବୁ ବାଉଁଶ ବାଡ଼ ଭାଙ୍ଗି ଦ୍ରୁତଗତିରେ ବାହାଡ଼ାଝୋଲା ଦିଗରେ ପଳାଇ ଥିବା ବେଳେ ପଛରେ ଆସୁଥିବା ଦୁଇ ବାଇକ୍‌କୁ ଗାଁ ଲୋକେ ଅଟକାଇ ପଚାରଉଚରା କରି ପ୍ରମାଣପତ୍ର ମାଗିଥିଲେ କିନ୍ତୁ ସେମାନେ କୌଣସି ଉତ୍ତର ନ ଦେଇ ଚୁପ୍‌ ରହିଥିଲେ। ଅଣଓଡ଼ିଆ କିମ୍ବା ରୋହିଙ୍ଗିଆ ଅଞ୍ଚଳର ବୋଲି ସ୍ଥାନୀୟରେ ସନ୍ଦେହ ଜାତ ହେବାରୁ ଅଟକ ରଖି ପୋଲିସକୁ ଖବର ଦେଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

ମାମୁଁ ଘରକୁ ଆସିଥିଲେ: କେନାଲରୁ ମିଳିଲା ନାବାଳିକାଙ୍କ ମୃତଦେହ

ରାଜନଗର,୩।୪: କେନ୍ଦ୍ରପଡ଼ା ଜିଲା ରାଜନଗର ଥାନା ଚାନ୍ଦିବାଉଁଶମୂଳ ପଞ୍ଚାୟତ ଅଞ୍ଚଳରୁ ଶୁକ୍ରବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ କେନାଲରୁ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

‘ଟ୍ରମ୍ପଙ୍କ ଦ୍ୱାରା ହୋଇପାରୁନି, ନିଜେ ଶେଷ କର ଯୁଦ୍ଧ’, କିଏ ସେହି ଜରିଫ ଯିଏ ସାରା ବିଶ୍ୱର ହିତରେ ଇରାନକୁ ଦେଲେ ବଡ଼ ଉପଦେଶ!

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଗୋଟିଏ ପଟେ ଇରାନ ଏବଂ ଅନ୍ୟ ପଟେ ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଏହି ଗତିରୋଧରେ,…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିଲେ ଗାଧୋଇବାକୁ, ଖସିଗଲା ଗୋଡ, ଘଟଣାସ୍ଥଳରେ…

ଧର୍ମଶାଳା,୩।୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ କେଲୁଅ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ କୁଆଖିଆ…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri