ଦାବି ପୂରଣ ପାଇଁ ଘାସ ଚୋବାଇଲେ ଗାଁସାଥୀ

ଭୁବନେଶ୍ୱର,୨୬।୧୦: ବିଧାନସଭା ସମ୍ମୁଖ ଲୋୟର ପିଏମ୍‌ଜି ଧାରଣାସ୍ଥଳରେ ପୁଣି ଏକାଠି ହେଲେ ଗାଁସାଥୀ। ଗାଁସାଥୀ(ମେଟ୍‌) କମିଟି ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି ଓଡିଶା ପ୍ରଦେଶର ଶତାଧିକ କର୍ମକର୍ତ୍ତା ଓ ସଭ୍ୟାସଭ୍ୟ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ପର୍ଯ୍ୟାପ୍ତ ନିଯୁକ୍ତିର ଅଭାବ ଓ ଆର୍ଥିକ ଅନଟନକୁ ସହ୍ୟ କରି ନ ପାରି ସୋମବାର ସେମାନେ ପାଟିରେ ଘାସ ଚୋବାଇ ସରକାରଙ୍କୁ ଦାବି ଜଣାଇଛନ୍ତି।
ରାଜ୍ୟ ସାଧାରଣ ସମ୍ପାଦକ ଲକ୍ଷ୍ମୀଧର ବିଶ୍ୱାଳ କହିଛନ୍ତି, କୋଭିଡ୍‌ ସହାୟତା, ମାସିକ ପ୍ରୋତ୍ସାହନ, ମାସକୁ ୧୦ଦିନର ଗ୍ୟାରେଣ୍ଟି ପାଉଣା ସହ କାମ, ଜବ୍‌କାର୍ଡଧାରୀଙ୍କ ନିଶ୍ଚିତ କର୍ମଯୋଗାଣ ବର୍ଷକୁ ୧୦୦ ଦିନ ପରିବର୍ତ୍ତେ ୨୦୦ ଦିନ, ଦୈନିକ ମଜୁରି ବୃଦ୍ଧି ପାଇଁ ସଂଘ ଦାବି କରି ଆସୁଛି। ଏନେଇ ଗତ ସେପ୍ଟେମ୍ବର ୭ରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବିଭାଗୀୟ ଶାସନ ସଚିବ ଓ ନିର୍ଦ୍ଦେଶକ ଏବଂ ସଂଘ ପ୍ରତିନିଧିଙ୍କ ମଧ୍ୟରେ ଆଲୋଚନା ହୋଇଥିଲା। ମନ୍ତ୍ରୀ ଏଥିପାଇଁ ୧୫ ଦିନ ସମୟ ନେଇଥିଲେ। ମନ୍ତ୍ରୀ, ସଚିବଙ୍କୁ ବାରମ୍ବାର ଜଣାଇଲେ ମଧ୍ୟ ଏଯାଏ ଦାବି ପୂରଣ କରାଯାଉ ନ ଥିବାରୁ ସଂଘ ବିଧାନସଭା ଆଗରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଆନ୍ଦୋଳନ ଜାରି ରଖିବ ବୋଲି ସେ ପ୍ରକାଶ କରିଛି। ଦାବି ପୂରଣ ନ ହେବା ଯାଏ ନଭେମ୍ବର ୨୪ ପର୍ଯ୍ୟନ୍ତ ଏପରି ଅନ୍ଦୋଳନ ଜାରି ରହିବ ସଂଘ ଜଣାଇଛି। ଧାରଣାସ୍ଥଳରେ ଗାଁସାଥୀ ସଙ୍ଗଠକ ଲକ୍ଷ୍ମୀଧର ବିଶ୍ୱାଳ, ସୌଭାଗ୍ୟ ମିଶ୍ର, କୁଳମଣି ମେଣ୍ଟା, ରବୀନ୍ଦ୍ର ଗୌଡଙ୍କ ସମେତ ବଲାଙ୍ଗୀର ଜିଲାର ବ୍ଲକ ଓ ସମସ୍ତ ପଞ୍ଚାୟତର ଗାଁସାଥୀ(ମେଟ୍‌) ସଙ୍ଗଠକମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?