ଦାବି ପୂରଣ ପାଇଁ ଘାସ ଚୋବାଇଲେ ଗାଁସାଥୀ

ଭୁବନେଶ୍ୱର,୨୬।୧୦: ବିଧାନସଭା ସମ୍ମୁଖ ଲୋୟର ପିଏମ୍‌ଜି ଧାରଣାସ୍ଥଳରେ ପୁଣି ଏକାଠି ହେଲେ ଗାଁସାଥୀ। ଗାଁସାଥୀ(ମେଟ୍‌) କମିଟି ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି ଓଡିଶା ପ୍ରଦେଶର ଶତାଧିକ କର୍ମକର୍ତ୍ତା ଓ ସଭ୍ୟାସଭ୍ୟ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ପର୍ଯ୍ୟାପ୍ତ ନିଯୁକ୍ତିର ଅଭାବ ଓ ଆର୍ଥିକ ଅନଟନକୁ ସହ୍ୟ କରି ନ ପାରି ସୋମବାର ସେମାନେ ପାଟିରେ ଘାସ ଚୋବାଇ ସରକାରଙ୍କୁ ଦାବି ଜଣାଇଛନ୍ତି।
ରାଜ୍ୟ ସାଧାରଣ ସମ୍ପାଦକ ଲକ୍ଷ୍ମୀଧର ବିଶ୍ୱାଳ କହିଛନ୍ତି, କୋଭିଡ୍‌ ସହାୟତା, ମାସିକ ପ୍ରୋତ୍ସାହନ, ମାସକୁ ୧୦ଦିନର ଗ୍ୟାରେଣ୍ଟି ପାଉଣା ସହ କାମ, ଜବ୍‌କାର୍ଡଧାରୀଙ୍କ ନିଶ୍ଚିତ କର୍ମଯୋଗାଣ ବର୍ଷକୁ ୧୦୦ ଦିନ ପରିବର୍ତ୍ତେ ୨୦୦ ଦିନ, ଦୈନିକ ମଜୁରି ବୃଦ୍ଧି ପାଇଁ ସଂଘ ଦାବି କରି ଆସୁଛି। ଏନେଇ ଗତ ସେପ୍ଟେମ୍ବର ୭ରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବିଭାଗୀୟ ଶାସନ ସଚିବ ଓ ନିର୍ଦ୍ଦେଶକ ଏବଂ ସଂଘ ପ୍ରତିନିଧିଙ୍କ ମଧ୍ୟରେ ଆଲୋଚନା ହୋଇଥିଲା। ମନ୍ତ୍ରୀ ଏଥିପାଇଁ ୧୫ ଦିନ ସମୟ ନେଇଥିଲେ। ମନ୍ତ୍ରୀ, ସଚିବଙ୍କୁ ବାରମ୍ବାର ଜଣାଇଲେ ମଧ୍ୟ ଏଯାଏ ଦାବି ପୂରଣ କରାଯାଉ ନ ଥିବାରୁ ସଂଘ ବିଧାନସଭା ଆଗରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଆନ୍ଦୋଳନ ଜାରି ରଖିବ ବୋଲି ସେ ପ୍ରକାଶ କରିଛି। ଦାବି ପୂରଣ ନ ହେବା ଯାଏ ନଭେମ୍ବର ୨୪ ପର୍ଯ୍ୟନ୍ତ ଏପରି ଅନ୍ଦୋଳନ ଜାରି ରହିବ ସଂଘ ଜଣାଇଛି। ଧାରଣାସ୍ଥଳରେ ଗାଁସାଥୀ ସଙ୍ଗଠକ ଲକ୍ଷ୍ମୀଧର ବିଶ୍ୱାଳ, ସୌଭାଗ୍ୟ ମିଶ୍ର, କୁଳମଣି ମେଣ୍ଟା, ରବୀନ୍ଦ୍ର ଗୌଡଙ୍କ ସମେତ ବଲାଙ୍ଗୀର ଜିଲାର ବ୍ଲକ ଓ ସମସ୍ତ ପଞ୍ଚାୟତର ଗାଁସାଥୀ(ମେଟ୍‌) ସଙ୍ଗଠକମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଅଗ୍ନି-୧’ର ପ୍ରଶିକ୍ଷଣ ଉତ୍‌କ୍ଷେପଣ ସଫଳ: ୧ ହଜାର କି.ଗ୍ରା. ପର୍ଯ୍ୟନ୍ତ ବହନ କରିବ ଯୁଦ୍ଧାସ୍ତ୍ର

ବାଲେଶ୍ୱର,୭ା୧୨(ମାନସ ବିଶ୍ୱାଳ): ଭଦ୍ରକ ଜିଲା ଧାମରାସ୍ଥିତ ଏପିଜେ ଅବଦୁଲ କଲାମ ଦ୍ୱୀପରୁ ଗୁରୁବାର ସ୍ବଳ୍ପ ଦୂରଗାମୀ ବାଲିଷ୍ଟିକ କ୍ଷେପଣାସ୍ତ୍ର ‘ଅଗ୍ନି-୧’ର ପ୍ରଶିକ୍ଷଣ ଉତ୍‌କ୍ଷେପଣ ସଫଳ ହୋଇଛି।...

ବରଯାତ୍ରୀଙ୍କୁ ପେଟ୍ରୋଲ ବଣ୍ଟା ଯାଉଥିଲା ବେଳେ ଲାଗିଲା ନିଆଁ : ୫ ବର୍ଷର ଶିଶୁ ଜୀବନ୍ତ ଦଗ୍ଧ

ଭୁବନେଶ୍ୱର,୭।୧୨: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଥାନା ଅଞ୍ଚଳରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ବରଯାତ୍ରୀଙ୍କୁ ପେଟ୍ରୋଲ ବାଣ୍ଟିବା ବେଳେ ନିଆଁ ଲାଗି ୫ ବର୍ଷର...

ଖେଳ ଦେଖି ଘରକୁ ଫେରୁଥିଲେ ସେନା କର୍ମଚାରୀ, ସଂଘବଦ୍ଧ ଆକ୍ରମଣରେ ଚାଲିଗଲା ଜୀବନ

ଛତ୍ରପୁର,୭ା୧୨(ଦିଲ୍ଲୀପ ସାମଲ): ଖେଳ ଦେଖି ଘରକୁ ଫେରୁଥିବା ବେଳେ ଦୁର୍ବୃତ୍ତଙ୍କ ସଂଘବଦ୍ଧ ଆକ୍ରମଣର ଶିକାର ହୋଇ ଜୀବନ ହାରିଛନ୍ତି ଜଣେ ଭାରତୀୟ ସେନା କର୍ମଚାରୀ ।...

ରାଜ୍ୟର ବିଭିନ୍ନ ସ୍ଥାନରେ ଆୟକରଚଢ଼ାଉ: ମିଳିଲା ନଗଦ ୫୦ କୋଟି ଟଙ୍କା

ବୌଦ୍ଧ/ଭୁବନେଶ୍ୱର(ଅଜିତ କୁମାର ବାରିକ/ସତ୍ୟଜିତ୍‌ ରାଉତ), ୭।୧୨ଓଡ଼ିଶାରେ ସାଧାରଣ ନିର୍ବାଚନ ପୂର୍ବରୁ ଆକ୍ସ ମୋଡରେ ଆୟକର ବିଭାଗ। ରାଜ୍ୟର ବିଭିନ୍ନ ସ୍ଥାନରେ ଛାପା ମାରିଛି ଆୟକର ବିଭାଗ।...

ଅମଳ ବେଳେ ଭିଜିଲା ଧାନ ଫସଲ

ଲାଠୋର/ଖପ୍ରାଖୋଲ, ୭ା୧୨(ଭୁବନେଶ୍ୱର ବାରିକ/ଅଭୟ ତ୍ରିପାଠୀ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ଅଞ୍ଚଳରେ ମଙ୍ଗଳବାର ରାତିରୁ ଲଗାଣ ବର୍ଷା ଚାଷୀଙ୍କ ଚିନ୍ତା ବଢାଇ ଦେଇଛି। କ୍ଷେତରେ ଅମଳ...

ପୁନରୁଦ୍ଧାର ଅପେକ୍ଷାରେ ଗୌରଚରଣଙ୍କ ସ୍ମୃତିପୀଠ

ବେଗୁନିଆ,୭।୧୨(ହର ପ୍ରସନ୍ନ ପଣ୍ଡା)କବି ଦ୍ୱିଜ ଗୌରଚରଣ ଅଧିକାରୀ ଜନସାଧାରଣଙ୍କ ମାନସ ପଟରେ ଉଭେଇ ଯିବାକୁ ବସିଛନ୍ତି। ଏପରିକି ତାଙ୍କର ସ୍ମୃତି ପୀଠ ମଧ୍ୟ ମାଟିରେ ଲୀନ...

ଚାଲିଲାନି ଗ୍ୟାସ୍‌ଚୁଲା, ମଶାଣିରୁ ଫେରିଲା ମୃତଦେହ

ଭୁବନେଶ୍ୱର, ୭।୧୨ (ବନ୍ଦନା ସେଠୀ)ଚାଲିଲାନି ଗ୍ୟାସ୍‌ ଚୁଲା ମେଶିନ। ଫଳରେ ମଶାଣିରୁ ଫେରିଲା ମୃତଦେହ। ମଙ୍ଗଳବାର ବିଏମ୍‌ସି ଅଧୀନ ପଟିଆସ୍ଥିତ ଜଳିମୁଣ୍ଡା ସାହି ଶ୍ମଶାନରେ ଏଭଳି...

ଦୂରଦୃଷ୍ଟି ଅଭାବରୁ ଦୁର୍ଦ୍ଦଶା

ଭୁବନେଶ୍ୱର,୭ା୧୨(ଅନିଲ ଦାସ)ରାଜ୍ୟର ମୁଖଶାଳା କୁହାଯାଉଥିବା ରାଜଧାନୀ ଭୁବନେଶ୍ୱର ମହାନଗରର ଅବ୍ୟବସ୍ଥିତ ବର୍ଜ୍ୟବସ୍ତୁ ପରିଚାଳନା ସହରବାସୀଙ୍କ ପାଇଁ ଅଭିଶାପ ପାଲଟିଗଲାଣି। ଗତ କିଛି ମାସ ହେବ ସୈନିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri