ଶୁଣିଲାନି ପ୍ରଶାସନ, କେନାଲ ସଫାକଲେ ଗ୍ରାମବାସୀ

ଖଜୁରିପଡ଼ା,୪ା୯(ବିଦୁର ବେହେରା): ଦୀର୍ଘ ଦିନରୁ ଶାଖା କେନାଲ ସମସ୍ୟା ଲାଗି ରହିଥିଲେ ବି ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ ନ କରାଯିବାରୁ ଜମି ଫସଲ ସୁରକ୍ଷା ପାଇଁ ଗ୍ରାମବାସୀ ଅଣ୍ଟା ଭିଡ଼ି କେନାଲ ସଫା କଲେ। ଖଜୁରିପଡ଼ା ବ୍ଲକ ବଲସକୁମ୍ପା ପଞ୍ଚାୟତର ନବଗୁବା ଗ୍ରାମରେ ଶ୍ରାବଣ ମାସର ଲଗାଣ ବର୍ଷାରେ ଚାଷୀମାନେ ଧାନ ଚାଷ କରିଛନ୍ତି। କିନ୍ତୁ ଶାଖା କେନାଲ ମରାମତି ହେଉ ନ ଥିବା ଯୋଗୁ ଚାଷ ଜମିକୁ ପାଣି ପହଞ୍ଚି ପାରୁ ନାହିଁ। ଏ ନେଇ ନବଗୁବା ଗ୍ରାମବାସୀ ଇରିଗେଶନ ବିଭାଗକୁ ଜଣାଇଛନ୍ତି କିନ୍ତୁ ବୈଶାଖ, ଜ୍ୟେଷ୍ଠ ମାସ ବିତି ଯାଇଥିଲେ ସୁଦ୍ଧା କେନାଲ ସଫା କି ମରାମତି କରାଗଲା ନାହିଁ; ଯଦ୍ଦ୍ବାରା ଚାଷ ଉପଯୋଗୀ କେନାଲ ପାଣି ନଦୀରେ ବୋହି ଯାଉଛି। ପିଲା ସାଲୁଙ୍କି ଜଳ ଭଣ୍ଡାର ସଂଲଗ୍ନ ଶାଖା କେନାଲଗୁଡିକ ଦୀର୍ଘଦିନ ହେଲା ସଫେଇ ହେଉ ନ ଥିବାରୁ କେନାଲ ମଝିରେ ଅନାବନା ଗଛ ଉଠିବା ସହିତ ମାଟି ଭରି ହୋଇଯାଇଛି। ପିଲା ସାଲୁଙ୍କି ଜଳ ଭଣ୍ଡାରର ଗଚ୍ଛିତ ଜଳ ସହଜରେ ଚାଷୀର ଚାଷ ଜମିକୁ ଯାଇ ପାରୁ ନ ଥିଲା; ଯାହାକୁ ନେଇ ନବଗୁବାବାସୀ ବିଭାଗୀୟ ଅଧିକାରୀଙ୍କୁ ଅଭିଯୋଗ କଲା ପରେ ମଧ୍ୟ କୌଣସି ସୁଫଳ ମିଳି ପାରି ନ ଥିଲା। ଫଳରେ ନିଜର ଚାଷ ଜମିର ସୁରକ୍ଷା ପାଇଁ ନବଗୁବାର ଶତାଧିକ ଯୁବକ ଏକାଠି ହୋଇ କେନାଲରେ ଜମି ରହିଥିବା ଆବର୍ଜନା ସଫା କରିଛନ୍ତି। ତେଣୁ ପ୍ରଶାସନ ଏଥିପ୍ରତି ଦୃଷ୍ଟିଦେବା ସହ ଏହାର ସ୍ଥାୟୀ ସମାଧାନ କରିବା ପାଇଁ ସେମାନେ ଗୁହାରି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଠକସଂସ୍ଥା ଠାବ ଘଟଣାର ଫିଟୁଛି ଗୁମର: ପୋଲିସକୁ ଫେରାଦ ହେଲେ ଯୁବତୀଯୁବକ

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ):ଚାକିରି ଦେବା ଆଳରେ ଯୁବତୀ, ଯୁବକଙ୍କୁ ଠକେଇ କରି ବରଗଡ଼ ପୋଲିସ ହାତରେ ଧରାପଡ଼ିଥିବା ଠକସଂସ୍ଥାର ଗୁମର ଫିଟିବାରେ ଲାଗିଛି। ଏହି ଠକସଂସ୍ଥା ଦ୍ୱାରା ଶତାଧିକ…

ୟୁକ୍ରେନ୍‌ ଆକ୍ରମଣର ପ୍ରତିଜବାବ, ରୁଷିଆ ଆକ୍ରମଣରେ କିଭ୍‌ରେ ୨୦ ମୃତ

କିଭ୍‌,୩।୭(ପି.ଟି.): ରୁଷିଆ ପକ୍ଷରୁ ୟୁକ୍ରେନ୍‌ ରାଜଧାନୀ କିଭ୍‌ ଉପରେ ବୁଧବାର ବିଳମ୍ବିତ ରାତିରୁ ଗୁରୁବାର ସକାଳ ପର୍ଯ୍ୟନ୍ତ ୧୧ ଘଣ୍ଟିଆ ଡ୍ରୋନ ଏବଂ କ୍ଷେପଣାସ୍ତ୍ର ଆକ୍ରମଣ କରାଯାଇଛି।…

ଛେଚିବ ବର୍ଷା: ଏହିସବୁ ଜିଲାକୁ ରେଡ୍‌ ଆଲର୍ଟ ଜାରି

ଭୁବନେଶ୍ୱର,୩ା୭ (ସୌମ୍ୟରଞ୍ଜନ ରାଉତ):ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଲଘୁଚାପ ଯୋଗୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆହୁରି ସକ୍ରିୟ…

୧୮ ଦଫା ଦାବି ନେଇ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ରୋଗୀ ସେବା ଠପ୍‌

ବଲାଙ୍ଗୀର, ୩/୭ (ବୀରେନ୍ଦ୍ର କୁମାର ଝାଙ୍କର)- ଓଡିଶା ମେଡିକାଲ ସର୍ଭିସ ଆସୋସିଏସନ (ଓଏମଏସଏ) ବଲାଙ୍ଗୀର ଶାଖା ପକ୍ଷରୁ ସ୍ଥାନୀୟ ସିଡ଼ିଏମଓ ଅଫିସ ସମ୍ମୁଖରେ ଧାରଣା ଦିଆଯାଉଥିଲା। ଏଥିରେ…

ବନ ମହୋତ୍ସବ ସପ୍ତାହ, ସାନଖେମୁଣ୍ଡି କୋର୍ଟ ପରିସରରେ ଚାରା ରୋପଣ କଲେ ମାଜିଷ୍ଟ୍ରେଟ 

ଦିଗପହଣ୍ଡି,୩।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ଗ୍ରାମ୍ୟ ନ୍ୟାୟାଳୟ ଆନୁକୁଲ୍ୟରେ  ଚାରା ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବନ ମହୋତ୍ସବ ସପ୍ତାହ ପାଳନ ଅବସରରେ…

ହରଦୀପ ସିଂ ପୁରୀଙ୍କ ବଡ଼ ଘୋଷଣା, ଏବେ କମିବନି ପେଟ୍ରୋଲ-ଡିଜେଲ ଦର

ନୂଆଦିଲ୍ଲୀ,୩।୭(ଆଇଏଏନ୍‌ଏସ୍‌): ପେଟ୍ରୋଲ ଓ ଡିଜେଲ ଦର କମିବା ନେଇ ଆଶା ରଖିଥିବା ଗ୍ରାହକଙ୍କୁ ବଡ଼ ଝଟକା ଲାଗିଛି। ଚଳିତ ସମୟରେ ଖୁଚୁରା ମୂଲ୍ୟ ହ୍ରାସ କରିବାର କୌଣସି…

ନାସାର ଘୋଷଣା, ଆମେରିକା ବିଶ୍ୱକପ୍‌ ଜିତିଲେ ଚନ୍ଦ୍ରକୁ ଯିବ ଫୁଟବଲ

ୱାଶିଂଟନ,୩।୭: ଚଳିତ ୨୦୨୬ ଫିଫା ବିଶ୍ୱକପ୍‌ରେ ଆମେରିକା ଦଳର ବିଜୟ ପାଇଁ ଆମେରିକାର ମହାକାଶ ଗବେଷଣା ସଂସ୍ଥା ‘ନାସା’ ଏକ ଅଦ୍ଭୁତ ଏବଂ ରୋମାଞ୍ଚକର ପ୍ରତିଶ୍ରୁତି ଦେଇଛି।…

ପ୍ରକାଶ ପାଇଲା ପିଜି ପ୍ରବେଶିକା ପରୀକ୍ଷା ରେଜଲ୍ଟ, ନାମଲେଖା ସମୟସୂଚୀ…

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପିଜି ପ୍ରବେଶିକା ପରୀକ୍ଷା ବା କମନ ପିଜି ଏଣ୍ଟ୍ରାନ୍ସ ଟେଷ୍ଟ-୨୦୨୬ ରେଜଲ୍ଟ ଗୁରୁବାର ପ୍ରକାଶ ପାଇଛି। ଛାତ୍ରୀଛାତ୍ର ସାମ୍‌ସ ପୋର୍ଟାଲ ମାଧ୍ୟମରେ ନିଜ ପରୀକ୍ଷାଫଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri