ଗ୍ରାମ୍ୟ ଉନ୍ନୟନ ରାସ୍ତା ନିର୍ମାଣ ନିମ୍ନମାନର ଅଭିଯୋଗ ଆଣି ଗ୍ରାମବାସୀ…

ଛତ୍ରପୁର,୯ା୯(ଦିଲ୍ଲୀପ ସମାଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ଚମାଖଣ୍ଡି ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଚାଲିଥିବା ରାସ୍ତା ନିର୍ମାଣ କାମରମାନକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ରାସ୍ତା କାମ ଚାଲିଥିବା ସତ୍ତ୍ୱେ ବିଭାଗୀୟ ଜେଇ, ଏସ୍‌ଡିଓ କିମ୍ବା ସରକାରଙ୍କ ନିୟମିତ ସ୍ଥଳ ପରିଦର୍ଶନ ହେଉନଥିବା ନେଇସରପଞ୍ଚ ସିଏଚ୍‌. ମନୋଜ କୁମାର ରେଡ୍ଡୀ ଓ ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ଫଳରେ ନିର୍ମାଣ କାମର ଗୁଣବତ୍ତା ଓ ନିର୍ଦ୍ଧାରିତ ମାପଦଣ୍ଡ ପାଳନ ନେଇ ପ୍ରଶ୍ନବାଚୀ ସୃଷ୍ଟି କରିଛି।

ସୂଚନାନୁଯାୟୀ, ୪ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟ ଅଟକଳରେ ୨୦୨୨ ରୁ ଏହି ରାସ୍ତା ନିର୍ମାଣ କାମ ଚାଲିଛି। ଏଥିରେ ଗାର୍ଡଓ୍ବାଲ, ନାଳ, କଙ୍କ୍ରିଟ ରାସ୍ତା ଓ ପିଚୁ ରାସ୍ତା ନିର୍ମାଣ ସମେତ ବିଭିନ୍ନ କାମ ରହିଛି। ତେବେ ଦୀର୍ଘ ସମୟ ବିତିଯାଇଥିଲେ ମଧ୍ୟ ଏହି ସମସ୍ତ କାମ ଆଜି ସୁଦ୍ଧା ସମ୍ପୂର୍ଣ୍ଣ ହୋଇ ନ ଥିବା ଅଭିଯୋଗ ହୋଇଛି। ଏପରିକି ନିର୍ମାଣ ହେବାକୁ ଥିବା ଦୁଇଟି କଲଭର୍ଟ ମଧ୍ୟରୁ ଗୋଟିଏର କାମ ଏପର୍ଯ୍ୟନ୍ତ ଆରମ୍ଭ ହୋଇ ନ ଥିବା କୁହାଯାଇଛି।

ଏହି ନିର୍ମାଣ କାର୍ଯ୍ୟ ସରକାରୀ ଅର୍ଥରେ ଚାଲିଥିବାବେଳେ ଉଚ୍ଚସ୍ତରୀୟ ଯାଞ୍ଚ କରାଇବା ଓ ନିର୍ମାଣର ଗୁଣବତ୍ତା ପରୀକ୍ଷା କରିବାକୁ ଗ୍ରାମବାସୀ ଦାବି କରିଛନ୍ତି। ଏହା ସହ ଦାୟିତ୍ୱରେ ଥିବା ବିଭାଗୀୟ ଅଧିକାରୀମାନେ ନିୟମିତ ଭାବେ କାର୍ଯ୍ୟ ପରିଦର୍ଶନ କରି ତଦାରଖ କରିବା ଏବଂ ଅସମ୍ପୂର୍ଣ୍ଣ କାମକୁ ତ୍ୱରାନ୍ବିତ କରିବାକୁ ଦାବି ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୃତକଙ୍କୁ ଜୀବିତ ଦର୍ଶାଇ ୧୪ ଏକର ଜମି କିଣାବିକାରେ ଜାଲିଆତି: ଧାନ ପଞ୍ଜିକରଣରୁ ବାଦ୍ ପଡ଼ିଲେ ଚାଷୀ,ରାଜରାସ୍ତାକୁ…

ଛତ୍ରପୁର, ୯।୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ତହସିଲ ଅନ୍ତର୍ଗତ ନରେନ୍ଦ୍ରପୁର ମୌଜାରେ ଜମି କିଣାବିକାକୁ ନେଇ ଏକ ବଡ଼ ଧରଣର ଜାଲିଆତି ହୋଇଥିବା…

ଟ୍ୟୁସନ ସାରି ଘରକୁ ଫେରୁଥିଲେ, ସ୍କୁଟି ଆଗକୁ ଚାଲିଆସିଲା କୁକୁର: ନାବାଳକ ଗୁରୁତର, ମାନବିକତା ଦେଖାଇଲେ…

ବରଗଡ଼, ୯।୯(ପ୍ରେମାନନ୍ଦ ଖମାରୀ): ବରଗଡ଼-ଭଟଲି ମୁଖ୍ୟ ରାସ୍ତାର ଡାଙ୍ଗ ପେଟ୍ରୋଲ ପମ୍ପ ସମ୍ମୁଖରେ ବୁଧବାର ଏକ ଶୋଚନୀୟ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣେ ୧୫…

ରାତି ୧୦ଟା ପରେ ବାଜିବନି ଲାଉଡ୍‌ ସ୍ପିକର, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ଛତ୍ରପୁର,୯ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆସନ୍ତା ୧୪ ତାରିଖରେ ହେବାକୁ ଯାଉଥିବା ଶ୍ରୀଗଣେଶ ପୂଜାକୁ ଶୃଙ୍ଖଳିତ ଓ ଭକ୍ତିପୂର୍ଣ୍ଣ ପରିବେଶରେ ପାଳନ କରିବାକୁ ଛତ୍ରପୁର ପୋଲିସ ଏବଂ ପ୍ରଶାସନ…

ବିବାହ ପରେ ବି ପିଛା ଛାଡ଼ୁ ନ ଥିଲେ! ନାବାଳିକାଙ୍କୁ ଅସଦାଚରଣ କରି ବ୍ରହ୍ମପୁର ଜେଲ୍‌ ଗଲେ ରାଜମିସ୍ତ୍ରୀ

ଦିଗପହଣ୍ଡି, ୯।୯ (ଅଶେଷ ନାଥ ମିଶ୍ର): ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଅସଦାଚରଣ କରିବା ମାମଲାରେ ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ବୁଧବାର ଜଣେ ଯୁବକଙ୍କୁ ଗିରଫ…

ସ୍ତ୍ରୀଙ୍କୁ ଦେଉ ନ ଥିଲେ ଭରଣପୋଷଣ: କୋର୍ଟ ୱାରେଣ୍ଟ ବଳରେ ସ୍ୱାମୀଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି, ୯।୯ (ଅଶେଷ ନାଥ ମିଶ୍ର): ସ୍ତ୍ରୀଙ୍କୁ ଭରଣପୋଷଣ ଟଙ୍କା ନ ଦେବା ସ୍ୱାମୀଙ୍କୁ ପଡ଼ିଲା ମହଙ୍ଗା। କୋର୍ଟଙ୍କ ନିର୍ଦ୍ଦେଶ ଅବମାନନା କରିବା ଅଭିଯୋଗରେ ଶେଷରେ ପୋଲିସ…

ହାଟଡିହୀରେ ରୋମିଓଙ୍କ ହାଇଭୋଲଟେଜ୍ ଡ୍ରାମା: ଗିଫ୍ଟ ଫେରାଇ ବ୍ଲକ୍ କରିବାରୁ ଛାତ୍ରୀଙ୍କୁ ପିଟିଲେ ‘ଇନଷ୍ଟା ଆଶିକ୍’

ହାଟଡିହୀ, ୯।୯(ଶୁଭକାନ୍ତ ନାୟକ): ଇନଷ୍ଟାଗ୍ରାମରେ ପ୍ରେମ, ତା’ପରେ ପ୍ରତ୍ୟାଖ୍ୟାନ, ଆଉ ଶେଷରେ ରାସ୍ତା ମଝିରେ ଗୁଣ୍ଡାଗର୍ଦ୍ଦି। ବୁଧବାର ଏଭଳି ଏକ ଲଜ୍ଜାଜନକ ଘଟଣା କେନ୍ଦୁଝର ଜିଲା ହାଟଡିହୀ…

ହାଟଡିହୀ ବିଇଓ ରାଜୀବ ଦଳେଇ ନିଲମ୍ବିତ: କାର୍ଯ୍ୟରେ ଅବହେଳା ଅଭିଯୋଗରେ କାର୍ଯ୍ୟାନୁଷ୍ଠାନ

ହାଟଡିହୀ/ଛେନାପଦୀ, ୯।୯(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶିକ୍ଷା ଅଧିକାରୀ (ବିଇଓ) ରାଜୀବ ଦଳେଇଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ବୁଧବାର ମଧ୍ୟାହ୍ନରେ ସ୍ପେଶାଲ ମେସେଞ୍ଜର…

ବିନା ଅନୁମତିରେ ସାଉଣ୍ଡ ବାଜିଲେ ଜବତ ହେବ ଡିଜେ ଗାଡ଼ି, ସିଧା ହେବେ ଗିରଫ: ପାର୍ବଣ ପୂର୍ବରୁ ପୋଲିସର ଚେତାବନୀ

ପୁରୁଷୋତ୍ତମପୁର,୯।୯(ସବିତା ମିଶ୍ର): ଆଗାମୀ ପୂଜାପାର୍ବଣ ସମୟରେ ଶବ୍ଦ ପ୍ରଦୂଷଣ ରୋକିବା ପାଇଁ ପୁରୁଷୋତ୍ତମପୁର ପୋଲିସ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ଉପଜିଲାପାଳଙ୍କ ବିନା ଅନୁମତିରେ କୌଣସି ସ୍ଥାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri