ରାସ୍ତା ନିର୍ମାଣ ଦାବିରେ ଧାନତଳି ରୋଇ ପ୍ରତିବାଦ

କୋକସରା,୨୧।୮(ଡି.ଏନ୍‌.ଏ.): ଗାଁକୁ ସଂଯୋଗ କରୁଥିବା ରାସ୍ତାରେ ଆଣ୍ଠୁଏ କାଦୁଅ। ରାସ୍ତା ନିର୍ମାଣ ନେଇ ୫ ବର୍ଷ ହେଲା ପ୍ରତିଶ୍ରୁତି ମିଳୁଛି। ହେଲେ ତାହା ପୂରଣ ହେଉନାହିଁ। ଫଳରେ ବର୍ଷାଦିନେ କାଦୁଅ ପଚପଚରେ ଯାତାୟାତ କରୁଛନ୍ତି ଗ୍ରାମବାସୀ। ଏଭଳି ଏକ ଅଭିଯୋଗ ଆସିଛି କଳାହାଣ୍ଡି ଜିଲା କୋକସରା ବ୍ଲକ ମହିମା ପଞ୍ଚାୟତ ମହିମା ଗ୍ରାମରୁ। ରାସ୍ତା ନିର୍ମାଣ ଲାଗି ଗ୍ରାମବାସୀ ଦୀର୍ଘଦିନ ହେଲା ପ୍ରଶାସନିକ ଅଧିକାରୀଙ୍କ ନିକଟରେ ଅଭିଯୋଗ କରି ଆସୁଛନ୍ତି। ଏଭଳି ସ୍ଥିତିରେ ପ୍ରତିବର୍ଷ ରାସ୍ତା ମରାମତି ନାଁରେ ବିଭିନ୍ନ ଅନୁଦାନରୁ ମାଟି ମୋରମ ପକାଇ ଲକ୍ଷାଧିକ ଟଙ୍କା ହଡ଼ପ କରାଯାଉଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି।
ସୂଚନାଯୋଗ୍ୟ, ୨୦୧୮ ଅଗଷ୍ଟ ୧୮ରେ ମହିମା ଗ୍ରାମବାସୀ ରାସ୍ତା ନିର୍ମାଣ ପାଇଁ କୋକସରା ବ୍ଲକ କାର୍ଯ୍ୟାଳୟରେ ଧାରଣାରେ ବସିଥିଲେ। ସେତିକିବେଳେ ପ୍ରଶାସନ ପକ୍ଷରୁ ତୁରନ୍ତ ରାସ୍ତା ନିର୍ମାଣ ପାଇଁ ପ୍ରତିଶ୍ରୁତି ଦିଆଯାଇଥିଲା। ହେଲେ ଘଟଣାର ୫ ବର୍ଷ ପରେ ମଧ୍ୟ ଗାଁ ରାସ୍ତା ବଦଳିପାରି ନ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏ ନେଇ ରବିବାର ମହିମା ଗ୍ରାମବାସୀ ଟେମରା-ମହିମାକୁ ସଂଯୋଗ କରୁଥିବା ରାସ୍ତାରେ ହଳ କରି କାଦୁଅରେ ଧାନତଳି ରୋଇ ପ୍ରତିବାଦ କରିଛନ୍ତି। ଏଥିରେ ଗ୍ରାମର ଶତାଧିକ ମହିଳା ପୁରୁଷ ଓ ସ୍ଥାନୀୟ ଜନପ୍ରତିନିଧି ଉପସ୍ଥିତ ଥିଲେ। ଆଗାମୀ ଦିନରେ ରାସ୍ତା ନିର୍ମାଣ ନ ହେଲେ ରାଜରାସ୍ତାରେ ଆନ୍ଦୋଳନ କରିବାକୁ ଗ୍ରାମବାସୀ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri