ଜଙ୍ଗଲରେ ପଡ଼ିଥିବା ଖୁଣ୍ଟିକୁ ନେଇ ରାଜନୀତି: ଆନ୍ଧ୍ର ତହସିଲଦାରଙ୍କ ନିକଟରେ ସୁରକ୍ଷା ଦାବି କଲେ ଗ୍ରାମବାସୀ

ପଟ୍ଟାଙ୍ଗି,୨୩ା୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀରେ ଥିବା କୋଟିଆ ପଞ୍ଚାୟତ ଉପରସେମ୍ବି ଗ୍ରାମ ନିକଟ ଜଙ୍ଗଲରେ ପଡ଼ିଥିବା ସୀମା ଚିହ୍ନଟ ଖୁଣ୍ଟିକୁ ନେଇ ଆନ୍ଧ୍ରର ରାଜନୈତିକ ଦଳ ରାଜନୀତି କରୁଥିବା ବେଳେ ଓଡ଼ିଶା ସୀମାନ୍ତବାସୀ ସ୍ଥାନୀୟ ପ୍ରଶାସନ ଉପରୁ ବିଶ୍ୱାସ ହରାଉଛନ୍ତି। ସୁରକ୍ଷା ପାଇଁ ଆନ୍ଧ୍ର ପ୍ରଶାସନକୁ ଲିଖିତ ଦାବି ଜଣାଇଛନ୍ତି। ଆନ୍ଧ୍ରର ଜନସେନା ଦଳର ଆଦିବାସୀ ଆଇନ ପରାମର୍ଶଦାତା ରେଗୁମେଶ୍ୱର ରାଓ ରବିବାର ଜଙ୍ଗଲ ପରିଦର୍ଶନ କରି ଫେରିଥିବା ଜଣାପଡ଼ିଛି।

ଏହି ଦଳର ଆଦିବାସୀ ଆଇନ ପରାମର୍ଶଦାତା ରାଓ ଉପରସେମ୍ବି ଗ୍ରାମରେ ପହଞ୍ଚି ଗ୍ରାମବାସୀଙ୍କ ସହ ଆଲୋଚନା କରିଥିଲେ। ଜଙ୍ଗଲରେ ପଡି ରହିଥିବା ସୀମା ଚିହ୍ନଟ ଖୁଣ୍ଟିକୁ ଦେଖିବା ସହ କୋଟିଆ ପଞ୍ଚାୟତକୁ ନେଇ ଦୁଇ ରାଜ୍ୟ ମଧ୍ୟରେ ବିବାଦ ଲାଗି ରହିଛି।

ଏହାକୁ ନେଇ ସୁପ୍ରିମକୋର୍ଟରେ ମାମଲା ବିଚାରାଧୀନ ଥିବା ବେଳେ ଓଡ଼ିଶା ସରକାରଙ୍କ ପକ୍ଷରୁ ମନମୁତାବକ କାର୍ଯ୍ୟ ଠିକ୍‌ ନୁହେଁ, ଏହା ଉପରେ ବିଚାର କରିବା ଆବଶ୍ୟକ ରହିଛି ବୋଲି କହିଛନ୍ତି। ସେପଟେ ଖୁଣ୍ଟି ପଡି ରହିଥିବା ଘଟଣାକୁ ନେଇ ଉପରସେମ୍ବି ଗ୍ରାମବାସୀ ଆନ୍ଧ୍ରର ସାଲୁର ତହସିଲଦାରଙ୍କ ନିକଟରେ ପହଞ୍ଚି ଆମକୁ ସୁରକ୍ଷା ଦିଆଯାଉ ବୋଲି ଲିଖିତ ଭାବେ ଜଣାଇଛନ୍ତି।

ସୋମବାର ଆନ୍ଧ୍ର ତହସିଲ କାର୍ଯ୍ୟାଳୟର ଏକ ପ୍ରତିନିଧି ଦଳ ଓଡ଼ିଶାରରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିବାର କାର୍ଯ୍ୟକ୍ରମ ରହିଛି। ଏ ସମ୍ପର୍କରେ ପଟ୍ଟାଙ୍ଗି ତହସିଲଦାର ଦେବେନ୍ଦ୍ର ବାହାଦୂର ସିଂ ଧାରୁଆଙ୍କୁ ପଚାରିବାରୁ ଏହି ଜଙ୍ଗଲରେ ପଡିଥିବା ଖୁଣ୍ଟି ଓଡ଼ିଶାର ବିଦ୍ୟୁତ୍‌ ବିଭାଗ ପକ୍ଷରୁ ସୀମାନ୍ତ ଗ୍ରାମବାସୀଙ୍କ ପାଇଁ ବିଦ୍ୟୁତ୍‌ ସେବା ଯୋଗାଇ ଦେବା ସହ ଏକ ସବ୍‌ଷ୍ଟେଶନ୍‌ ନିର୍ମାଣ କରିବାକୁ ଜାଗା ଚିହ୍ନଟ କରାଯାଇ ଖୁଣ୍ଟି ପୋତିବା ପାଇଁ ପଦକ୍ଷେପ ନିଆଯାଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

୧୭-୧ରେ ହାରିଲା ଇଣ୍ଡୋନେସିଆ, ଦୀପିକା, ଋତୁଜା, ନବନୀତଙ୍କ ହ୍ୟାଟ୍ରିକ ଗୋଲ୍‌

କାକାମିଗାହାରା,୨୧।୯: ଏସିଆନ ଗେମ୍ସ ମହିଳା ହକି ପ୍ରତିଯୋଗିତାରେ ପୁଲ୍‌ ‘ବି’ର ଏକ ମ୍ୟାଚ୍‌ରେ ଭାରତ ୧୭-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ସୋମବାର ଖେଲାଯାଇଥିବା ଏହି ଏକତରଫା…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?