ଏକର ପ୍ରତି ଏତେ କୋଟି ଟଙ୍କା ଦାବି କଲେ ଗ୍ରାମବାସୀ, ଶୁଣିକି ଆଶ୍ଚର୍ଯ୍ୟ ହୋଇଗଲେ…

ପାଟଣା,୧୫।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳରେ ପ୍ରସ୍ତାବିତ ମେଗାଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ସକାଳ ୯ଟାରେ ଚେମଣା ପଞ୍ଚାୟତ ବଳିଆ ପଶି ଗ୍ରାମର ଦରବାର ଚତୁରୀ ନିକଟରେ ୬ଷ୍ଠ ଗ୍ରାମସଭା ଆରମ୍ଭ ହୋଇଛି। ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ଗାଁର ୭୬.୮୯ ଏକର ଘରୋଇ ଜମି ଅଧିଗ୍ରହଣ ପ୍ରସ୍ତାବ ଉପରେ ଆୟୋଜିତ ଗ୍ରାମସଭାରେ ଜନସାଧାରଣଙ୍କଠାରୁ ମତାମତ ଗ୍ରହଣ କରାଯାଇଥିଲା। ଗ୍ରାମବାସୀଙ୍କ ପକ୍ଷରୁ ୫ ଜଣ ୪୫ ଦାବି ପ୍ରଶାସନ ନିକଟରେ ଉପସ୍ଥାପନ କରିବା ସହ ଏକର ପ୍ରତି ୨୦ କୋଟି ଟଙ୍କା ଦାବି କରାଯାଇଛି। ଆୟୋଜିତ ଗ୍ରାମ ସଭା ଚେମଣା ସରପଞ୍ଚ ହେମଲତା ନାୟକଙ୍କ ଅଧ୍ୟକ୍ଷତାରେ ଅତିରିକ୍ତ ଜିଲାପାଳ ତଥା ସ୍ବତନ୍ତ୍ର ଭୂଅର୍ଜନ ଅଧିକାରୀ ରବୀନ୍ଦ୍ର କୁମାର ପ୍ରଧାନ ,ପାଟଣା ବିଡ଼ିଓ ମାନସ କୁମାର ଦଣ୍ଡପାଟ, ତହସିଲଦାର ଅଶ୍ବିନୀ କୁମାର ନାଏକ, ସ୍ଥାନୀୟ ସମିତି ସଭ୍ୟ ମନୋଜ ମହାନ୍ତ, ଇଡ଼କୋର ଜମି ଅଧିଗ୍ରହଣ ଅଧିକାରୀ ଜୟକୃଷ୍ଣ ପାତ୍ର ,୨ ୱାର୍ଡମେମ୍ବର ପ୍ରମୁଖ ଉପସ୍ଥିତ ରହି ଲୋକଙ୍କ ଠାରୁ ମତାମତ ଗ୍ରହଣ କରିଥିଲେ।

ଶାନ୍ତିଶୃଙ୍ଖଳା ପାଇଁ ଅତିରିକ୍ତ ଏସପି ସ୍ନେହାଶିଷ ସାହୁ, ପ୍ରତ୍ୟୁଷ ମହାପାତ୍ର,ଜ୍ୟୋର୍ତିମୟ ଭୁକ୍ତା, ଶୁଭସ୍ନିଗ୍ଧା ସେଠୀ,ଚମ୍ପୁଆ ଏସଡିପିଓ ରଶ୍ମିରଞ୍ଜନ ସାହୁ , ସଦର ଏସଡିପିଓ ସୁଦର୍ଶନ ଗାଙ୍ଗଇ, ପ୍ରଶାନ୍ତ କୁମାର ବେହେରା ,ବିଜୟ କୁମାର ବିହାରୀ,ତୁରୁମୁଙ୍ଗା ଥାନା ଅଧିକାରୀ ଦୀପ୍ତିରଞ୍ଜନ ସାହୁ, ପାଟଣା ଥାନା ଅଧିକାରୀ କିରଣ ପ୍ରସାଦ ସାହୁଙ୍କ ବଡ଼ବିଲ ଥାନା ଅଧିକାରୀ ଅଶୋକ ନାଏକ, ବାରିଆ ଥାନା ଅଧିକାରୀ ରଞ୍ଜୁହାସିନୀ କୁଲୁ, ଯୋଡ଼ା ଥାନା ଅଧିକାରୀ ପ୍ରଶାନ୍ତ ସାମଲ ,ସମେତ ପୋଲିସ ଫୋର୍ସ ମୁତୟନ ହୋଇଥିଲେ । ବ୍ଲକସ୍ତରୀୟ ସମସ୍ତ ଅଧିକାରୀମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜିଲ୍ଲା ଯୁବ କଂଗ୍ରେସ ସଭାପତିରୁ ଓପିସିସି ସମ୍ପାଦକ: ମହମ୍ମଦ ସାହେବଙ୍କୁ ମିଳିଲା ଗୁରୁଦାୟିତ୍ୱ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): ନିଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ସଭାପତିଙ୍କ ଅନୁମୋଦନ କ୍ରମେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ପାଇଁ କାର୍ଯ୍ୟକାରୀ କମିଟି ଓ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଜମିରେ ପାଣି ମଡ଼ାଇବା ବିବାଦରୁ ହତ୍ୟା ଉଦ୍ୟମ: ପ୍ରସାଦ ଖାଉଥିବା ବେଳେ ଖଣ୍ଡା ଚୋଟ, ଅଭିଯୁକ୍ତ ଗଲେ ଜେଲ୍

ଦିଗପହଣ୍ଡି,୫।୯(ଅଶେଷ ନାଥ ମିଶ୍ର): ଜମିରେ ପାଣି ମଡ଼ାଇବା ବିବାଦକୁ କେନ୍ଦ୍ର କରି ଜଣଙ୍କୁ ଖଣ୍ଡାରେ ଆକ୍ରମଣ କରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଗଞ୍ଜାମ ଜିଲା…

ସିସିଟିଭିକୁ ବି ଖାତିର ନାହିଁ! ହୁମାରେ ଖୁଲମ୍‌ଖୁଲା ବାଇକ୍ ଚୋରି, ଗୋଟିଏ ରାତିରେ ୩ ବାଇକ୍ ଗାଏବ, ଆତଙ୍କିତ ବ୍ୟବସାୟୀ

ହୁମା, ୫।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ଅଞ୍ଚଳରେ ବାଇକ୍ ଚୋରିର ଆତଙ୍କ ଖେଳିଯାଇଛି। କିଛି ଦିନର ବ୍ୟବଧାନ ପରେ ପୁଣି ଥରେ ସକ୍ରିୟ ହୋଇଉଠିଛନ୍ତି…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପାଟଣାରେ ଗୁରୁଦିବସ: ଅବସରପ୍ରାପ୍ତ ଗୁରୁଙ୍କୁ ମାନପତ୍ର ଓ ଅଙ୍ଗବସ୍ତ୍ର ଦେଇ ସମ୍ବର୍ଦ୍ଧନା

ପାଟଣା,୫।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଓ ଏହାର ଆଖପାଖ ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂର୍ବତନ ରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri