ପାଣି ପାଇଁ ହନ୍ତସନ୍ତ ଗ୍ରାମବାସୀ

କାଏମା,୧୦ା୭( ଶିବପ୍ରସାଦ ମହାନ୍ତି) : ଜଳ ହିଁ ଜୀବନ। ହେଲେ ଗ୍ରୀଷ୍ମ ପ୍ରବାହ ଯୋଗୁ ଦିନକୁ ଦିନ ଜଳସ୍ତର କମି ଚାଲିଥିବାରୁ ବିଭିନ୍ନ ଗ୍ରାମରେ ଦେଖା ଦେଇଛି ଜଳ ସଙ୍କଟ। ଅନେକ ଗାଁରେ ସ୍ବଚ୍ଛ ପାନୀୟ ଜଳ ମିଳୁନାହିଁ। ଏପରି ସମସ୍ୟାରେ ଯାଜପୁର ଜିଲା ଧର୍ମଶାଳା ବ୍ଲକ ଉତ୍ତରପ୍ରତାପ ପଞ୍ଚାୟତ ଅଲଣିସାହୁ ଗ୍ରାମବାସୀ ହନ୍ତସନ୍ତ ହେଉଛନ୍ତି। ଉକ୍ତ ଗ୍ରାମର ୧୦ରୁ ଊର୍ଦ୍ଧ୍ୱ ପରିବାର ପାଣି ବାଲ୍‌ଟିଏ ପାଇଁ ଡହଳବିକଳ ହେଉଥିବା ଅଭିଯୋଗ ହୋଇଛି। ସ୍ବଚ୍ଛ ପାନୀୟ ଜଳ ପାଇଁ ଗାଁଠାରୁ ବହୁ ଦୂରକୁ ଯିବାକୁ ପଡୁଛି। ଏବେ ଗ୍ରୀଷ୍ମ ପ୍ରବାହ ଶେଷ ହୋଇଛି। ଆଷାଢ଼ ସରି ଶ୍ରାବଣ ମାସ ଆରମ୍ଭ ହୋଇଥିଲେ ମଧ୍ୟ ଆବଶ୍ୟକ ଅନୁଯାୟୀ ବର୍ଷା ହେଉନି। ଫଳରେ ଗାଁରେ ଜଳସ୍ତର ହ୍ରାସ ପାଇ ଚାଲିଛି। ପ୍ରଶାସନ ପକ୍ଷରୁ ପାନୀୟ ଜଳ ଯୋଗାଣର କୌଣସି ବ୍ୟବସ୍ଥା ନ ଥିବାରୁ ତାହା ଗ୍ରାମବାସୀଙ୍କ ପାଇଁ ମୁଣ୍ଡବ୍ୟଥାର କାରଣ ହୋଇଛି। ସୂଚନାଯୋଗ୍ୟ, ଗାଁ ମଙ୍ଗଳା ମନ୍ଦିର ପାଖରେ ଗତ ୧୨ ବର୍ଷ ତଳେ ସରକାରଙ୍କ ତରଫରୁ ଏକ କୂଅ ଖୋଳାଯାଇଥିଲା। ସେହି କୂଅ ପାଣିରେ ମନ୍ଦିର ପୂଜା କାର୍ଯ୍ୟ ହେବା ସହ ୧୦ରୁ ଅଧିକ ପରିବାର ଉପକୃତ ହେଉଥିଲେ। କିନ୍ତୁ ଦୀର୍ଘଦିନ ହେବ ସେ କୂଅ ଶୁଖି ଯାଇଛି। ଏବେ ଟୋପାଏ ବି ପାଣି କୂଅରେ ନାହିଁ । ଏ ସଂକ୍ରାନ୍ତରେ ବାରମ୍ବାର ଅଭିଯୋଗ ପରେ ୨ ମାସ ହେବ ପ୍ରଶାସନ ପକ୍ଷରୁ ଏକ ନଳକୂପ ଖୋଳା ଯାଇଥିଲା କିନ୍ତୁ ତାହା ଆଜି ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ହୋଇପାରିନାହିଁ। ନଳକୂପ ୨୦୦ଫୁଟରୁ ଅଧିକ ଖୋଳା ଯାଇଛି। କାମ ଶେଷ ହୋଇ ନ ଥିବାରୁ ତାହା ବିପଦପୂର୍ଣ୍ଣ ଅବସ୍ଥାରେ ଅଛି। ଏ ସଂକ୍ରାନ୍ତରେ ତୁରନ୍ତ ପଦକ୍ଷେପ ନେବାକୁ ଗ୍ରାମବାସୀ ନିବେଦନ କରିଛନ୍ତି। ଏ ନେଇ ଧର୍ମଶାଳା ବ୍ଲକ ଉନ୍ନୟନ ଅଧିକାରୀ ଦେବେନ୍ଦ୍ର ପ୍ରସାଦ ବଳଙ୍କୁ ପଚାରିବାରୁ ଏ ସଂକ୍ରାନ୍ତରେ ଅନୁଧ୍ୟାନ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବି ବୋଲି ମତ ଦେଇଛନ୍ତି। ଆବଶ୍ୟକ ଯନ୍ତ୍ରାଂଶ ବ୍ଲକ୍‌ରେ ନ ଥିବାରୁ ନଳକୂପ କାର୍ଯ୍ୟକ୍ଷମ ହୋଇ ପାରୁନାହିଁ ବୋଲି ବିଭାଗୀୟ ଯନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

RJD ପରେ JDU ନେତାଙ୍କ ଦାବି, ‘ନୀତୀଶ କୁମାରଙ୍କୁ ଉପ-ପ୍ରଧାନମନ୍ତ୍ରୀ କରାଯିବା ଉଚିତ’

ନୂଆଦିଲ୍ଲୀ,୧।୭: ଆରଜେଡି ପରେ, ଜେଡି(ୟୁ) ଏବେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଉପପ୍ରଧାନମନ୍ତ୍ରୀ ନିଯୁକ୍ତ କରିବାକୁ ଦାବି କରିଛି। ଜେଡି(ୟୁ) ବିଧାୟକ ପଙ୍କଜ ମିଶ୍ର କହିଛନ୍ତି ଯେ…

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର; ଜୁଲାଇରେ ଏତେ ପ୍ରତିଶତ ବଢ଼ିବ ମହଙ୍ଗା ଭତ୍ତା…

ନୂଆଦିଲ୍ଲୀ,୧।୭: ଶ୍ରମ ବ୍ୟୁରୋର ଏକ ପ୍ରେସ୍ ରିଲିଜ୍ ଅନୁଯାୟୀ, AICPI-IW ଏପ୍ରିଲ୍ ୨୦୨୬ରେ ୧୪୯.୯ରୁ ମେ ୨୦୨୬ରେ ୦.୯ ପଏଣ୍ଟ ବୃଦ୍ଧି ପାଇ ୧୫୦.୮ ହୋଇଛି। ଏହି…

ସ୍ୱାମୀଙ୍କଠାରୁ ଅଧିକ ରୋଜଗାର କରୁଥିଲେ ମିଳିବନି ଭରଣପୋଷଣ ଟଙ୍କା: କର୍ନାଟକ ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୧।୭: ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ଭରଣପୋଷଣ ବିବାଦକୁ ନେଇ କର୍ଣ୍ଣାଟକ ହାଇକୋର୍ଟ ଏକ ବଡ଼ ଶୁଣାଣି କରିଛନ୍ତି। ଯଦି ସ୍ତ୍ରୀର ଆୟ ସ୍ୱାମୀଙ୍କଠାରୁ ଅଧିକ, ତେବେ ସେ ଭରଣପୋଷଣ…

ଭାରତକୁ ବଡ଼ ଅଫର୍‌ ଦେଲା ରୁଷିଆ: ଶୁଣିଲେ ପାକିସ୍ତାନର ଉଡ଼ିଯିବ ହୋଶ୍‌

ମସ୍କୋ/ନୂଆଦିଲ୍ଲୀ,୧।୭: ରୁଷିଆ ଭାରତକୁ Su-57E ଷ୍ଟିଲ୍ଥ ଲଢ଼ୁଆ ବିମାନର ଯୋଗାଣ ଏବଂ ମିଳିତ ଉତ୍ପାଦନ ସମ୍ପର୍କରେ ଏକ ପ୍ରମୁଖ ପ୍ରସ୍ତାବ ଦେଇଛି। ଏହି ଚୁକ୍ତି ଭାରତ-ପ୍ରଶାନ୍ତ ମହାସାଗରୀୟ…

ରାଇକିଆ ଥାନାରେ ନିଶାମୁକ୍ତ ଅଭିଯାନ, ଏହି ଶପଥ ନେଲେ ଛାତ୍ରୀଛାତ୍ର

ରାଇକିଆ,୧।୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନାରେ ବୁଧବାର ନିଶା ମୁକ୍ତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଥାନା ଅଧିକାରୀ ଏ.ସ୍ୱର୍ଣ୍ଣଲତା ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ନୂତନ ବ୍ଲକ ଶିକ୍ଷା ଅଧିକାରିଣୀ ଭାବେ ଯୋଗଦେଲେ ମଧୁସ୍ମିତା:ଏକ ନମ୍ବର ଶିକ୍ଷା ବ୍ଲକ କରିବା ଲକ୍ଷ୍ୟ

କର୍ଲାମୁଣ୍ଡା:୧/୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ନୂତନ ଭାବେ ବୁଧବାର ବ୍ଲକ ଶିକ୍ଷା ଅଧିକାରିଣୀ ମଧୁସ୍ମିତା ନାଏକ ଯୋଗ ଦେଇଛନ୍ତି। କାର୍ଯ୍ୟାଳୟରେ ଯୋଗଦେବା…

ଗଜପତି ପୋଲିସକୁ ବଡ଼ ସଫଳତା: ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ, ୬ ନାବାଳିକା…

ଗଜପତି,୧।୭(ଗିରିଧାରୀ ପରିଛା): ଗଜପତି ପୋଲିସ ଏକ ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ କରି ୬ ଜଣ ନାବାଳିକାଙ୍କ ସମେତ ୭ ଜଣ ପୀଡ଼ିତାଙ୍କୁ ହାଇଦ୍ରାବାଦରୁ ଉଦ୍ଧାର କରିଛି।…

ଆଜିଠାରୁ ଅନିର୍ଦ୍ଦିଷ୍ଟକାଳ ଯାଏ ରୋଗୀସେବା ବନ୍ଦ, ହନ୍ତସନ୍ତ ହେଉଛନ୍ତି ରୋଗୀ

ବଞ୍ଚୋ,୧।୭(ପ୍ରଦୋଷ ବିଶ୍ୱାଳ ): ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନ (ଓମ୍‌ସା)ର ୮ ଦଫା ଦାବି ପୂରଣ ନ ହେବା ପ୍ରତିବାଦରେ ଜାତୀୟ ଡାକ୍ତର ଦିବସ ଅବସରରୁ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri