୮ ପୋଲିସଙ୍କୁ ଅଟକ ରଖିଲେ ଗ୍ରାମବାସୀ

ନିମାପଡ଼ା,୨୫।୨(ଡି.ଏନ୍‌.ଏ.): ନିମାପଡ଼ା ଥାନା ଅନ୍ତର୍ଗତ ବଡ଼ଶିରିବିଳା ପଞ୍ଚାୟତର ବଡ଼ଶିରିବିଳା ଗ୍ରାମରେ ଅଷ୍ଟପ୍ରହର ଚାଲୁଥିଲା। ଏଥିପାଇଁ ଉକ୍ତ ଗ୍ରାମର କେତେଜଣ ଶୁକ୍ରବାର କୋଠ ଜାଗାରୁ ପୋଲିସ ଉପସ୍ଥିତିରେ ଏକ ଗଛରୁ ନଡ଼ିଆ ତୋଳୁଥିଲେ। ହେଲେ ନଡ଼ିଆ ତୋଳି ଭଗବାନସୁନ୍ଦରା ଗ୍ରାମ ରାସ୍ତା ଦେଇ ଫେରୁଥିବା ବେଳେ ୨ ଗ୍ରାମବାସୀଙ୍କ ମଧ୍ୟରେ ବିବାଦ ଦେଖାଯାଇଥିଲା। କାରଣ କୋଠ ଜାଗାଟି ଭଗବାନସୁନ୍ଦରା ଗ୍ରାମ ସହ ଲାଗିଥିବା ବେଳେ ପୁଣି ପୋଲିସ ଉପସ୍ଥିତିରେ ନଡ଼ିଆ ତୋଳାଯାଇଥିବାରୁ ଭଗବାନସୁନ୍ଦରା ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। ଭଗବାନସୁନ୍ଦରା ଗ୍ରାମବାସୀଙ୍କୁ ନ ପଚାରି ନଡ଼ିଆ ତୋଳାରେ ପୋଲିସ ସହାୟତାକୁ ଦାୟୀ କରି ପୋଲିସ କର୍ମଚାରୀଙ୍କୁ ଗ୍ରାମବାସୀ ଗାଳିଗୁଲଜ କରିଥିଲେ। ଏପରିକି ଗ୍ରାମର ବହୁ ମହିଳାଙ୍କ ସମେତ ଶତାଧିକ ଲୋକ ଉତ୍ତ୍ୟକ୍ତ ହୋଇ ଗ୍ରାମଦାଣ୍ଡରେ ପୋଲିସ ଗାଡ଼ି ସହ ଜଣେ ପୋଲିସ ଏସ୍‌ଆଇ, ଜଣେ ଏଏସ୍‌ଆଇ, ୨ ହାବିଲଦାର, ଜଣେ କନଷ୍ଟେବଲ୍‌ ସମେତ ମୋଟ ୮ ପୋଲିସ କର୍ମଚାରୀଙ୍କୁ ସକାଳ ସାଢ଼େ ୮ଟାରୁ ସନ୍ଧ୍ୟା ସାଢ଼େ ୬ଟା ପର୍ଯ୍ୟନ୍ତ ଅଟକ ରଖିଥିଲେ। ଉତ୍ତେଜନା ପରିସ୍ଥିତିକୁ ଦେଖି ଅଟକ ଥିବା ପୋଲିସ କର୍ମଚାରୀମାନେ କେବଳ ନୀରବଦ୍ରଷ୍ଟା ସାଜିଥିଲେ। ଅନ୍ୟପଟେ ଅଟକ ସମୟ ମଧ୍ୟରେ ପୋଲିସର କୌଣସି ଉଚ୍ଚପଦସ୍ଥ ଅଧିକାରୀ ତତ୍‌କ୍ଷଣାତ ନ ଆସି ପ୍ରାୟ ୧୦ ଘଣ୍ଟା ପରେ ଆସିଥିଲେ। ଖବରପାଇ ସନ୍ଧ୍ୟାବେଳେ ଏସ୍‌ଡିପିଓ ଦେବାଶିଷ ମିଶ୍ର, ଆଇଆଇସି ଶଙ୍କର୍ଷଣ ଦଳେଇ ଘଟଣାସ୍ଥଳରେ ପହଞ୍ଚତ୍ ଉତ୍ତ୍ୟକ୍ତ ଗ୍ରାମବାସୀଙ୍କ ସହ ଆଲୋଚନା କରି ଅଟକ ପୋଲିସଙ୍କୁ ଉଦ୍ଧାର କରିବା ସହ ଘଟଣାର ସମାଧାନ ପାଇଁ ଉଦ୍ୟମ ଚଳାଇଛନ୍ତି। ରିପୋର୍ଟ ଲେଖାଯିବା ମଧ୍ୟରେ ପୋଲିସ ଅଧିକାରୀମାନେ ୨ଗ୍ରାମର ମୁରବୀ ଲୋକଙ୍କୁ ଡକାଇ ଆଲୋଚନା ଜାରି ରହିଛି। ଉଲ୍ଲେଖଯୋଗ୍ୟ, ଏକ ଅଙ୍ଗନଓ୍ବାଡ଼ି ଗୃହ ନିର୍ମାଣକୁ କେନ୍ଦ୍ର କରି ଉଭୟ ବଡ଼ଶିରିବିଳା ଓ ଭଗବାନସୁନ୍ଦରା ଗ୍ରାମବାସୀଙ୍କ ମଧ୍ୟରେ ଦୀର୍ଘ ୨ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ବିବାଦ ଲାଗି ରହିଛି। ଏହି ବିବାଦକୁ ନେଇ ଶୁକ୍ରବାର ପୁଣି ଏଭଳି ପରିସ୍ଥିତି ସୃଷ୍ଟି ହୋଇଥିବା ଗ୍ରାମର କେତେଜଣ ମତ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ବରଗଡ଼ ଗସ୍ତରେ କମିଶନର ରାମଚନ୍ଦ୍ର ଯାଦବ: କୁରୁଆଁ ବିହନ ପ୍ରକ୍ରିୟାକରଣ ପ୍ଲାଣ୍ଟ କଲେ ପରିଦର୍ଶନ

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା କୃଷି ଓ କୃଷକ ସଶକ୍ତିକରଣ ବିଭାଗର କମିଶନର ତଥା ସଚିବ ସଚିନ ରାମଚନ୍ଦ୍ର ଯାଦବ ବୁଧବାର ବରଗଡ଼ ଜିଲା ଗସ୍ତରେ ଆସିଥିଲେ ।…

ବରଗଡ଼ର ଗୌରବ: ଆନ୍ତର୍ଜାତୀୟ ଚେସ୍ ‘ଫିଡେ ରେଟିଂ’ ହାସଲ କଲେ ରୋନକ୍ କୁମାର

ବରଗଡ,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ପାଇଁ ଗର୍ବ ଓ ଗୌରବ ଆଣିଦେଇଛନ୍ତି ଜଣେ କୁନି ଚେସ୍ ଖେଳାଳି। ବରଗଡ଼ ଚେସ୍ ଆସୋସିଏସନ ତରଫରୁ ପରିଚାଳିତ ପ୍ରଶିକ୍ଷଣ କେନ୍ଦ୍ର…

ଭଞ୍ଜନଗର ଏଏସପିଙ୍କ ମହାନତା: ରାସ୍ତା କଡ଼ରେ ପଡ଼ିଥିବା ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲେ

ଭଞ୍ଜନଗର,୮।୭(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଅତିରିକ୍ତ ଏସପି ରଞ୍ଜନ କୁମାର ଦେ ଜଣେ ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା ବ୍ୟବସ୍ଥା କରାଇଛନ୍ତି। ଏଏସପିଙ୍କ ଏହିଭଳି…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ପାଠ ପଢ଼ିବା ପାଇଁ ଜିଦ୍: ପରିବାରଲୋକେ ବିବାହ ପାଇଁ ବାଧ୍ୟ କରିବାରୁ ଘର ଛାଡ଼ିଥିଲେ ଯୁକ୍ତ ଦୁଇ ଛାତ୍ରୀ, ୨ ବର୍ଷ ପରେ…

 ଦିଗପହଣ୍ଡି,୮।୭( ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳରୁ ଦୀର୍ଘ ୨ ବର୍ଷ ହେଲା ନିଖୋଜ ଥିବା ଜଣେ ୨୨ ବର୍ଷୀୟା ଛାତ୍ରୀଙ୍କୁ ପାଟପୁର…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

ହାବସପୁରରେ ଭାଜପାର ମିଶ୍ରଣ ପର୍ବ, ଏମପିଙ୍କ ନିର୍ଦ୍ଦେଶରେ ସାମିଲ ହେଲେ….

ଜୁନାଗଡ଼,୮।୭(ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଳକ ହାବସପୁର ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବ ଓ ଆମ୍ବୁଲାନ୍ସ ସେବା ଲୋକାର୍ପିତ ହୋଇ ଯାଇଛି । ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri