ଚୋର ସନ୍ଦେହରେ ବ୍ୟାଙ୍କ କର୍ମଚାରୀଙ୍କୁ ଅଟକ ରଖିଲେ ଗ୍ରାମବାସୀ

ଭଞ୍ଜନଗର,୧୨।୩: ଗଞ୍ଜାମ ଜିଲା ତାରସିଂ ଥାନା ଅଞ୍ଚଳରେ ଚୋରି ବଢ଼ିବାରେ ଲାଗିଛି। ଏଭଳି ସ୍ଥିତିରେ ଗୁରୁବାର ରାତିରେ ଗେରେଡ଼ା ନିକଟ ଏକ ସାହିରେ ଜଣେ ବ୍ୟାଙ୍କ କର୍ମଚାରୀ ଓ ତାଙ୍କ କାର୍‌ ଡ୍ରାଇଭରଙ୍କୁ ଚୋର ଭାବି କିଛି ଲୋକ ଅଟକ ରଖିଥିଲେ। ପୋଲିସ ପହଞ୍ଚି ଲୋକଙ୍କ ସହ ଆଲୋଚନା କରୁଥିବା ବେଳେ କୌଣସି ଏକ କଥାକୁ ନେଇ ପୋଲିସ ଓ ଗ୍ରାମବାସୀଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା। ପରେ ପୋଲିସ ଲାଠିଚାଳନା କରିବାରୁ କେତେଜଣ ଯୁବକ ଆହତ ହୋଇଛନ୍ତି। ସେହିପରି ଜଣେ ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ମଧ୍ୟ ଆହତ ହୋଇଛନ୍ତି। ପୋଲିସକୁ ଆକ୍ରମଣ କରିଥିବା ଅଭିଯୋଗରେ ସମ୍ପୃକ୍ତ ଅଞ୍ଚଳର ୨୦ ଜଣଙ୍କ ନାମରେ ନଂ.୫୮/୨୧ରେ ମାମଲା ରୁଜୁ ହୋଇଛି। ପୋଲିସ ଶୁକ୍ରବାର ୩ ଜଣଙ୍କୁ ଗିରଫ କରିଛି। ଗୁରୁବାର ଅପରାହ୍ନରେ ଆସିକା ଅଞ୍ଚଳର ବ୍ୟାଙ୍କ କର୍ମଚାରୀ ଜଣକ ଗେରେଡ଼ାସ୍ଥ ତାଙ୍କ ବନ୍ଧୁଙ୍କ ଘରକୁ କାର୍‌ରେ ଯାଇଥିଲେ। କାର ଚାଳକ ବାହାରେ ଅପେକ୍ଷା ନ କରି ଗାଡ଼ି ଧରି ଗାଁରେ ବୁଲିଥିଲେ। ଗ୍ରାମବାସୀ ସନ୍ଦେହ କରି କାର ଚାଳକଙ୍କୁ ଅଟକାଇ ଥିଲେ। ବ୍ୟାଙ୍କ କର୍ମଚାରୀ ଜଣଙ୍କ ଏହା ଜାଣିବା ପରେ ଘଟଣା ସ୍ଥଳରେ ପହଞ୍ଚି ନିଜ ପରିଚୟ ଦେଇଥିଲେ। ହେଲେ କିଛି ଲୋକ ବ୍ୟାଙ୍କ କର୍ମଚାରୀ ଓ ତାଙ୍କ ଡ୍ରାଇଭରଙ୍କୁ ଚୋର ଭାବି ଦୁର୍ବ୍ୟବହାର କରିବା ସହ ଧସ୍ତାଧସ୍ତି କରିଥିଲେ। ପୋଲିସ ପହଞ୍ଚିବାରୁ ସମସ୍ୟା ସମାଧାନ ହେବା ବଦଳରେ ବଢ଼ିଯାଇଥିଲା। ବିଳମ୍ବିତ ରାତିରେ ଅଧିକ ଫୋର୍ସ ପହଞ୍ଚିବା ପରେ ସ୍ଥିତି ନିୟନ୍ତ୍ରଣକୁ ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଗ ବିଙ୍କ ଜନ୍ମଦିନରେ ସୋସିଆଲ ମିଡିଆରେ ଏଭଳି କହିଲେ ଐଶ୍ୱର୍ଯ୍ୟା, ଚାରିଆଡ଼େ ଚର୍ଚ୍ଚା

ମୁମ୍ବାଇ, ୧୨।୧୦: ବଲିଉଡ୍‌ର ମହାନାୟକ ଅମିତାଭ ବଚ୍ଚନଙ୍କ ଜନ୍ମଦିନ ତାଙ୍କ ପ୍ରଶଂସକଙ୍କ ପାଇଁ କୌଣସି ଉତ୍ସବଠାରୁ କମ୍ ନୁହେଁ। ପ୍ରତିବର୍ଷ ଅକ୍ଟୋବର ୧୧ ତାରିଖରେ ତାଙ୍କ ଜନ୍ମଦିନ…

ଘସିପୁରାରେ ମହିଳାଙ୍କୁ ହତ୍ୟା ଉଦ୍ୟମ : ବାପା-ପୁଅ ଗିରଫ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୧୨ା୧୦(ଶୁଭକାନ୍ତ ନାୟକ/ଶ୍ରୀଧର ମହାରଣା/ନିରାକାର ପରିଡା): କେନ୍ଦୁଝର ଜିଲା ଘସିପୁରା ଅଞ୍ଚଳର ଜଣେ ମହିଳାଙ୍କୁ କିଛି ଲୋକ ମିଳିମିଶି ଅଟକାଇବା, ଅଶ୍ଳୀଳ ଭାଷାରେ ଗାଳି ଦେବା ସହିତ ହତ୍ୟା…

ଖୁବ ଖୁସି ଅଛନ୍ତି ଅଧିନାୟକ ଶ୍ରେୟସ ଆୟର, ହେଲେ ଏହା ପଛର କାରଣ କ’ଣ ଜାଣନ୍ତୁ

ନୂଆଦିଲ୍ଲୀ,୧୨।୧୦: ରବିବାର ଭାରତ ୱେଷ୍ଟଇଣ୍ଡିଜକୁ ୧୪ ରନରେ ପରାସ୍ତ କରି ସିରିଜରେ ୨-୧ରେ ଅଗ୍ରଣୀ ହାସଲ କରିଛି। ଅଭିଷେକ ଶର୍ମାଙ୍କ ଅର୍ଦ୍ଧଶତକ ଏବଂ ଅନ୍ୟ ଖେଳାଳିଙ୍କ ଉପଯୋଗୀ…

ଏହି ଖେଳାଳିଙ୍କ ରେକର୍ଡ ଭାଙ୍ଗି ଇତିହାସ ରଚିଲେ ଅଭିଷେକ ଶର୍ମା,ସମସ୍ତେ କରୁଛନ୍ତି ଖୁବ ପ୍ରଶଂସା

ନୂଆଦିଲ୍ଲୀ,୧୨।୧୦: ଇନ୍ଦୋରରେ ୱେଷ୍ଟଇଣ୍ଡିଜ ବିପକ୍ଷ ମ୍ୟାଚରେ ଅଭିଷେକ ଶର୍ମା ୫ଟି ଛକା ଓ ୬ଟି ଚୌକା ସହାୟତାରେ ୬୯ ରନର ଏକ ଚମତ୍କାର ଇନିଂସ ଖେଳିଥିଲେ। ୨୩୦ର…

ଭୁବନେଶ୍ବରରେ ଚାଞ୍ଚଲ୍ୟ! ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍‌ଦାର ଗିରଫ, ଅଭିଯୋଗ ଚାପିଥିଲା ବଡ଼ଗଡ଼ ପୋଲିସ

ଭୁବନେଶ୍ୱର,୧୨ା୧୦(ତ୍ରିନାଥ ମହାନ୍ତି): ମହିଳାଙ୍କୁ ସୁରକ୍ଷା ବଦଳରେ ଇଜ୍ଜତ ଲୁଟୁଛି ପୋଲିସ। ଖୋଦ୍‌ ଜଣେ ରାଜନେତ୍ରୀଙ୍କୁ ୬ ମାସ ହେବ ଯୌନ ନିର୍ଯାତନା ଦେଉଥିଲେ ପୋଲିସ କର୍ମଚାରୀ। ରାତି…

କେସିଙ୍ଗା ଛାତ୍ର ସଂସଦ ନିର୍ବାଚନ, ବିଜେଡି ପ୍ରାର୍ଥୀ ଅନୁଭବଙ୍କ ନାମାଙ୍କନ କାୟମ

କେସିଙ୍ଗା,୧୨ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟର ବିଜେଡି ସମର୍ଥିତ ଛାତ୍ର ନେତା ଅନୁଭବ ପଟ୍ଟନାୟକ ସଭାପତି ପଦ ପାଇଁ ନାମାଙ୍କନ କାୟମ୍ କଲେ ମହାବିଦ୍ୟାଳୟର ନିର୍ବାଚନ…

କମୁଛି କେନ୍ଦ୍ରୀୟ ସହାୟତା, ପୌରାଞ୍ଚଳକୁ ଟଙ୍କାଟିଏ ମିଳିନି

ଭୁବନେଶ୍ୱର,୧୨ା୧୦(ରବିନାରାୟଣ ଜେନା): କେନ୍ଦ୍ର ସରକାରଙ୍କ ପକ୍ଷରୁ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା(ସିଏସ୍‌ଏସ୍‌), ଷୋଡ଼ଶ ଅର୍ଥ ଆୟୋଗଙ୍କ ସୁପାରିସ ଓ ରାଜ୍ୟଗୁଡ଼ିକୁ ସ୍ବତନ୍ତ୍ର ସହାୟତା ଯୋଜନା(ଏସ୍‌ଏଏସ୍‌ସିଆଇ)ଭଳି ବିଭିନ୍ନ ପ୍ରକାରରେ ଆର୍ଥିକ…

ଏଇ ଭାରତରେ

ବିନୟ ଦାସ ଦିଲ୍ଲୀର ଓ୍ବାଜିରପୁରରେ ରହୁଥିବା ପ୍ରବାସୀ ଶ୍ରମିକଙ୍କ ପିଲାଙ୍କୁ ମାଗଣାରେ ପଢ଼ାଉଛନ୍ତି। ସେ ୨୦୧୩ରେ ପ୍ରଥମେ ତାଙ୍କ ପଡ଼ିଶା ଘର ପିଲାଙ୍କୁ ପଢ଼ାଇବା ଆରମ୍ଭ କରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?