ଆସିଥିଲେ ବିଦ୍ୟୁତ୍‌ ବିଲ ଆଦାୟ କରିବାକୁ: ଅଟକ ରଖିଲେ ଗ୍ରାମବାସୀ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ଗାଁରେ ରବିବାର ସନ୍ଧ୍ୟାରୁ ରାତି ଯାଏ ବିଦ୍ୟୁତ୍‌ କର୍ମଚାରୀଙ୍କୁ ଅଟକ ରଖାଯାଇଥିବା ଜଣାପଡିଛି। ପ୍ରାୟ ୨ ମାସ ହେଲା ସମଗ୍ର ପଞ୍ଚାୟତ ଅଞ୍ଚଳରେ ବାରମ୍ବାର ବିଦ୍ୟୁତ୍‌ କାଟ ଏବଂ ଅତ୍ୟଧିକ ବିଦ୍ୟୁତ୍‌ ବିଲକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଲାଗି ରହିଥିଲା।

ରବିବାର ସନ୍ଧ୍ୟାରେ ଟିପିଏସଓଡିଏଲର ଲାଇନ୍‌ ମ୍ୟାନ ବଳିଆ ପଣ୍ଡା, ଅରୁଣ ପଣ୍ଡା ଏବଂ ଅନ୍ୟ ୩ଜଣ କର୍ମଚାରୀ ଗାଁରେ ପହଞ୍ଚି ଥିଲେ। ର୍କମଚାରୀମାନେ ବକେୟା ବିଦ୍ୟୁତ୍‌ ବିଲ ଆଦାୟ କରୁଥିବା ବେଳେ ଗ୍ରାମବାସୀଙ୍କ ସହ ବଚସା ହୋଇଥିଲା। ପରେ ଶତାଧିକ ଗ୍ରାମବାସୀ ଏକତ୍ରିତ ହୋଇ ବିଭାଗର ଗାଡ଼ି ସମେତ ଗାଁ ମଠ ଦାଣ୍ଡ ସ୍ଥିତ ଏକ ଘରେ କର୍ମଚାରୀଙ୍କୁ ଅଟକ ରଖିଥିଲେ।

ଉପରିସ୍ଥ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ସମସ୍ୟାର ସମାଧାନ ପାଇଁ ପ୍ରତିଶ୍ରୁତି ଦେଲେ କର୍ମଚାରୀଙ୍କୁ ଛଡାଯିବ ବୋଲି ଗ୍ରାମବାସୀ ଜିଦ୍‌ ଧରି ବସିଥିଲେ। ଏନେଇ ଗାଁରେ ଉତ୍ତେଜନା ପ୍ରକାଶ ପାଇଥିଲା।

ଖବର ପାଇ ଦିଗପହଣ୍ଡି ପୋଲିସ ଟିମ୍‌ ରାତି ପ୍ରାୟ ୧୦ ଟାରେ ଗାଁରେ ପହଞ୍ଚି ଗ୍ରାମବାସୀଙ୍କ ସହ ଆଲୋଚନା କରିବା ସହ ଖୁବ ଶୀଘ୍ର ସମସ୍ୟାର ସମାଧାନ କରାଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ଗ୍ରାମବାସୀ ଅଟକ କର୍ମଚାରୀଙ୍କୁ ଛାଡିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଟା ହେଲେ କଟିଯିବ ଦରମା, ଫିଟନେସ ପାଇଁ ଆସିପାରେ ନୂଆ ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୨।୩: ଏୟାର ଇଣ୍ଡିଆ ଏହାର କ୍ୟାବିନ କ୍ରୁ ପାଇଁ ଏକ ନୂତନ ସ୍ବାସ୍ଥ୍ୟ ଏବଂ ଫିଟନେସ ନୀତି ପ୍ରଚଳନ କରିବାକୁ ପ୍ରସ୍ତୁତ ହେଉଛି, ଯାହା କେବଳ ସେମାନଙ୍କ…

ଟ୍ରକରୁ କରୁଥିଲେ ଡିଜେଲ ଚୋରି: ମହଙ୍ଗା ପଡ଼ିଲା…

କୋରାପୁଟ,୨୨।୩(ଅମିତାଭ ବେହେରା ): କୋରାପୁଟ ସଦର ଥାନା ପୋଲିସ ଡିଜେଲ ଚୋରି ଘଟଣାରେ ୧୧ ଜଣଙ୍କୁ ଗିରଫ କରିଥିବା ନେଇ ରବିବାର ମଧ୍ୟାହ୍ନରେ ସ୍ଥାନୀୟ ସଦର ଥାନା…

ରାତିରେ ଲାଗିଲା ନିଆଁ: ଜୀବନ୍ତ ଜଳିଲେ ଗୋରୁ

ବନ୍ତ,୨୨।୩(କିଶୋର କୁମାର ସେଠି):ଭଦ୍ରକ ଜିଲା ବନ୍ତ ତହସିଲ ଅନ୍ତର୍ଗତ ଓଡ଼ଙ୍ଗ ପଞ୍ଚାୟତର ଏରଝାଟିଆ ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। ବିଦ୍ୟୁତ୍‌ ସର୍ଟଶର୍କିଟ…

ନନ୍ଦପୁର ପରେ ପାଡୁଆ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ: ଶନିବାର ରାତିରେ ୧ ବୋଲେରୋ ୨ଟି ବାଇକ ଚୋରି

ନନ୍ଦପୁର/ପାଡୁଆ, ୨୨।୩ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଥାନା ଅଞ୍ଚଳରେ ଦିନକୁ ଦିନ ଗାଡ଼ି ଚୋରି ସଂଖ୍ୟା ବଢିବାରେ ଲାଗିଛି।…

ଆରବ ସାଗରରେ ପରମାଣୁ ବୁଡ଼ାଜାହାଜ ମୁତୟନ କଲା ବ୍ରିଟେନ, ସାରା ବିଶ୍ୱର ବଢିଲା ଚିନ୍ତା!

ଲଣ୍ଡନ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ତିନି ସପ୍ତାହ ଧରି ସଂଘର୍ଷ ଜାରି ରହିଛି। ପ୍ରତିଶୋଧ ସ୍ବରୂପ, ଇରାନ ମଧ୍ୟପ୍ରାଚ୍ୟର ଦେଶଗୁଡ଼ିକୁ, ବିଶେଷକରି ୟୁଏଇକୁ ଟାର୍ଗେଟ…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

୧୩ହଜାର ଟଙ୍କା ଶସ୍ତା ହେଲା ସୁନା; ଏକ୍ସପର୍ଟ କଲେ ବଡ଼ ଭବିଷ୍ୟବାଣୀ, ଆଗକୁ…

ନୂଆଦିଲ୍ଲୀ,୨୨।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ସଂଘର୍ଷ ଏବଂ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇବା ଯୋଗୁଁ, ଏହି ସପ୍ତାହରେ ସୁନା ଏବଂ ରୂପା ମୂଲ୍ୟରେ ତୀବ୍ର…

ବିମାନ ଭଡ଼ା ସୀମା ଉଠାଇ ଦେଲା ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ; କାହିଁକି ଏହି ନିଷ୍ପତ୍ତି ନିଆଯାଇଛି ଜାଣନ୍ତୁ

ନୂଆଦିଲ୍ଲୀ,୨୨।୩: ଘରୋଇ ବିମାନ ଯାତ୍ରା ଉପରେ ଲାଗୁ ହୋଇଥିବା ଅସ୍ଥାୟୀ ସୀମା ୨୩ ମାର୍ଚ୍ଚ, ୨୦୨୬ ରୁ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଛି ବେସାମରିକ ବିମାନ ଚଳାଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri