ଅନ୍ୟ ଜାତି ଝିଅକୁ ବାହା ହୋଇଥିବାରୁ ମୃତଦେହ ଛୁଇଁଲେନି ଗ୍ରାମବାସୀ

ବରଗଡ଼,୧ା୩(ପ୍ରେମାନନ୍ଦ ଖମାରୀ): ସାମାଜିକ କୁସଂସ୍କାର ଏବେ ମଧ୍ୟ ଦୂରୀଭୁତ ହୋଇନାହିଁ। ଏଭଳି ଏକ ଘଟଣା ଶନିବାର ପଦାକୁ ଆସିଛି। ଅନ୍ୟଜାତିର ଝିଅକୁ ବିବାହ ହେବା ପରେ ଜଣେ ଯୁବକ ଘରେ ରହି ପାରିଲେନି। କଥା ସେତିକି ସରି ନ ଥିଲା। ମୃତ୍ୟୁ ପରେ ତାଙ୍କ ମୃତଦେହ ମଧ୍ୟ ଗ୍ରାମକୁ ପହଞ୍ଚି ପାରି ନ ଥିଲା। ଏବଂ ଅନ୍ୟତ୍ର ମୃତଦେହ ସଂସ୍କାର ହୋଇଥିଲା। ଏଭଳି ଏକ ସାମାଜିକ କୁସଂସ୍କାର ବରଗଡ଼ ଜିଲା ଭେଡ଼େନ ଥାନା ଖାଉପାଲି ଅଞ୍ଚଳରେ ଦେଖିବାକୁ ମିଳିଛି।

ସୂଚନାନୁଯାୟୀ, ଉକ୍ତ ଗ୍ରାମର ମଙ୍ଗଳୁ ବିଶ୍ୱାଳ(୨୬) ଅନ୍ୟ ଜାତିର ଜଣେ ଯୁବତୀଙ୍କୁ ବିବାହ କରିଥିଲେ। ଫଳରେ ତାଙ୍କୁ ଜାତିରୁ ବାସନ୍ଦ କରାଯାଇଥିଲା। ଏହାପରେ ଯୁବତୀଙ୍କୁ ଧରି ସେ ଅନ୍ୟତ୍ର ରହି ଆସୁଥିଲେ। ମାତ୍ର ସମ୍ପୃକ୍ତ ଯୁବତୀ ତାଙ୍କ ସହିତ କିଛିମାସ ରହିବା ପରେ ଅନ୍ୟ ଜଣେ ଯୁବକଙ୍କ ସହିତ ସମ୍ପର୍କ ରଖି କୁଆଡ଼େ ଚାଲି ଯାଇଥିଲେ। ଏହାପରେ ମଙ୍ଗଳୁ ମାନସିକ ଦୁଃଶ୍ଚିନ୍ତାରେ ରହୁଥିଲେ। ଗତ ଶିବରାତ୍ରିରୁ ସେ କୁଆଡ଼େ ଚାଲି ଯାଇଥିଲେ। ତେବେ ଶୁକ୍ରବାର ଲୁପୁରସିଂହା-ଖାଉପାଲି ରାସ୍ତାପାର୍ଶ୍ୱରେ ରହିଥିବା ଏକ ବରଗଛରୁ ତାଙ୍କ ଝୁଲନ୍ତା ମୃତଦେହ ପୋଲିସ ଉଦ୍ଧାର କରିଥିଲା। ପୋଲିସ ବରଗଡ଼ ଡାକ୍ତରଖାନାରେ ବ୍ୟବଚ୍ଛେଦ କରିଥିଲା। ମାତ୍ର ଜାତିରୁ ବାସନ୍ଦ ହୋଇଥିବାରୁ ଘରକୁ ମୃତଦେହ ନେବା ପାଇଁ ପରିବାର ଲୋକେ ନିଜର ଅସହାୟତା ପ୍ରକାଶ କରିଥିଲେ। ଅପରପକ୍ଷେ ଭେଡେନ ପୋଲିସଠାରୁ ସୂଚନା ପାଇ ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାରର ସ୍ବେଚ୍ଛାସେବୀମାନେ ପିପଲମୁଣ୍ଡା ସ୍ବର୍ଗଦ୍ୱାରରେ ମୃତଦେହ ସତ୍କାର କରିଥିଲେ। ସଂକଳ୍ପ ପରିବାରର ସଭାପତି ବିକାଶ ଅଗ୍ରଓ୍ବାଲ, ଶେଷଦେବ ପ୍ରଧାନ ନିଲେଶ ପ୍ରଧାନ ପ୍ରମୁଖ ଏଥିରେ ସକ୍ରିୟ ଅଂଶଗ୍ରହଣ କରିଥିବାବେଳେ ମୃତକଙ୍କ ଭାଇ, କାକା ଏବଂ ପୋଲିସ କର୍ମଚାରୀ ଉପସ୍ଥିତ ଥିଲେ। ସଂକଳ୍ପ ପରିବାରର ଏଭଳି ସାମାଜିକ କାର୍ଯ୍ୟକୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ମହାପ୍ରଭୁଙ୍କ ଶରଣରେ ପଶିଲେ ପିୟୂଷ: ଯାତ୍ରା ମଞ୍ଚ ପାଇଁ ଫିଟିଗଲା ବାଟ

ଭୁବନେଶ୍ୱର,୨୦।୧: ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ ପିୟୂଷ ତ୍ରିପାଠୀଙ୍କ ପାଇଁ ଖୋଲିଛି ମଞ୍ଚକୁ ଫେରିବାର ବାଟ। ଅପେରା ସୂର୍ଯ୍ୟମନ୍ଦିର ମାଲିକ ପ୍ରମୋଦ ସ୍ୱାଇଁଙ୍କ ସହ ଚାଲିଥିବା...

ସଂଘବଦ୍ଧ ଆକ୍ରମଣ: ପୁଅଙ୍କୁ ବଞ୍ଚାଇବାକୁ ଯାଇ ବାପା-ମା’ ଆହତ, ଗୁରୁତର… 

ଦିଗପହଣ୍ଡି,୨୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ବ୍ୟବସାୟିକ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ବାପ,ମା ଓ ପୁଅଙ୍କୁ...

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ  ଭିତ୍ତିଭୂମିକୁ  ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri