ଶୁଣିଲାନି ପ୍ରଶାସନ, ଶ୍ରମଦାନ କରି କୂଅ ଖୋଳିଲେ ଗ୍ରାମବାସୀ

ଦଶମନ୍ତପୁର,୧୮ା୪( ଡି.ଏନ.ଏ. ): ପାନୀୟ ଜଳ ସମସ୍ୟା ନେଇ ବାରମ୍ବାର ପ୍ରଶାସନକୁ ଜଣାଇଥିଲେ ମଧ୍ୟ ଏଥିପ୍ରତି ପ୍ରଶାସନ ଗୁରୁତ୍ୱ ଦେଲାନାହିଁ। ଜନ ପ୍ରତିନିଧିଙ୍କୁ କହି କିଛି ସୁଫଳ ମିଳିଲାନି। ଶେଷରେ ନିଜ ପାଇଁ ନିଜେ ଅଣ୍ଟା ଭିଡିଲେ ଗ୍ରାମବାସୀ। ଗ୍ରାମରେ ଚାନ୍ଦା ଆଦାୟ କରି ଶ୍ରମଦାନ କରି କୂଅ ଖୋଲିଲେ। ସୋମବାର ସାମାଜିକ କର୍ମୀ ଶଙ୍କର ସାଉନ୍ତାଙ୍କୁ ଅତିଥି ରୂପେ ନିମନ୍ତ୍ରଣ କରି କୁଅ ଉଦ୍‌ଘାଟନ କରିଛନ୍ତି। ଏପରି ଦେଖିବାକୁ ମିଳିଛି କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ମୁଜାଙ୍ଗ ପଞ୍ଚାୟତର ବାଉଁଶଗୁଡା ଗ୍ରାମରେ। ବାଉଁଶଗୁଡା ଗ୍ରାମ ୮୦ ପରିବାର ବସବାସ କରନ୍ତି। ଜନସଂଖ୍ୟା ପାଖାପାଖି ୬୦୦ ରହିଛି। ଦୀର୍ଘ ବର୍ଷ ତଳେ ଗ୍ରାମରେ ଦୁଇଟି ନଳକୂପ ଖନନ ହୋଇଥିଲା। ଖୋଳା ହେବା ଦିନଠାରୁ ଗୋଟିଏ ନଳକୂଅରୁ ପାଣି ବାହାରିନାହିଁ। ଅନ୍ୟ ଏକ ନଳକୂଅରେ ଗୋଳିଆ ପାଣି ବାହାରୁଛି। ଫଳରେ ପାନୀୟ ଜଳ ପାଇଁ ଗ୍ରାମବାସୀ ଅସୁବିଧାର ସମ୍ମୁଖୀନ ହେଉଥିଲେ। ଗ୍ରାମ ନିକଟସ୍ଥ ନଦୀ କୂଳରେ ଚୁଆ କରି ପାଣି ଆଣି ଚଳୁଥିଲେ। ଏହି ପାଣି ବ୍ୟବହାର କରି ବିଭିନ୍ନ ରୋଗର ଶିକାର ହେଉଥିଲେ। ଏହି ସମସ୍ୟା ନେଇ ପଞ୍ଚାୟତଠାରୁ ଆରମ୍ଭ କରି ବ୍ଲକ ପ୍ରଶାସନକୁ ବହୁବାର ଗ୍ରାମବାସୀ ଜଣାଇଛନ୍ତି। ପଲ୍ଲିସଭା ଓ ଗ୍ରାମସଭାରେ ମଧ୍ୟ ପ୍ରସ୍ତାବ ଗୃହୀତ କରାଇ ପ୍ରଶାସନକୁ ଏନେଇ ଅବଗତ କରାଇଛନ୍ତି। ଏନେଇ କୌଣସି ସୁଫଳ ନ ମିଳବାରୁ ଶେଷରେ ଗ୍ରାମବାସୀ ଗ୍ରାମରେ ଏକ ବୈଠକ କରି ଗ୍ରାମରେ କୂଅ ଖନନ କରିବାକୁ ନିଷ୍ପତ୍ତି ନେଇଥିଲେ ବୋଲି ୱର୍ଡସଭ୍ୟ ଲବ ଗୌଡ, ରଘୁନାଥ ଗୌଡ, ସଦନ ନାୟକ, ଧନ ହନ୍ତାଳ, ପଦ୍ମା ଗୌଡ, ନୟନା ଗୌଡ ପ୍ରମୁଖ କହିଛନ୍ତି। ତୁରନ୍ତ ଜିଲା ପ୍ରଶାସନ ଦୃଷ୍ଟି ଦେଇ ଦଶମନ୍ତପୁର ବ୍ଲକର ବିଭିନ୍ନ ଗ୍ରାମାଞ୍ଚଳର ପାନୀୟ ଜଳ ସମସ୍ୟା ଦୂର କରିବାକୁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅବ୍ୟବସ୍ଥା ଘେରରେ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର: ବର୍ଷା ଦିନେ ଛାତରୁ ଝରୁଛି ପାଣି

କର୍ଲାମୁଣ୍ଡା,୨୮।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଛାତରୁ ବର୍ଷା ହେଲେ ପାଣି ଝରୁଥିବାରୁ ରୋଗୀ ଓ ସ୍ବାସ୍ଥ୍ୟକର୍ମୀ ଅସୁବିଧାରେ ପଡ଼ୁଥିବା…

ବିଧାନସଭାର ପୁରୁଣା ପରମ୍ପରା ଭାଙ୍ଗିଲେ ମୁଖ୍ୟମନ୍ତ୍ରୀ ବିଜୟ: କଲେ ଏମିତି କାମ, ସମସ୍ତେ ଆଶ୍ଚର୍ଯ୍ୟ

ଚେନ୍ନାଇ,୨୮।୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ବିଜୟ ଗୁରୁବାର ବିଧାନସଭାରେ ଏକ ପୁରୁଣା ପରମ୍ପରା ଭାଙ୍ଗି ଚର୍ଚ୍ଚାକୁ ଆସିଛନ୍ତି। ବିଧାନସଭାର ଅପରାହ୍ନ ଅଧିବେଶନ ସମୟରେ ସେ ନିଜ ପାଇଁ ନିର୍ଦ୍ଧାରିତ…

ଜିଲାପାଳ, ସିଡିଓ, ପୌରାଧ୍ୟକ୍ଷା, ଇଓଙ୍କୁ ରାଖି ବାନ୍ଧିଲେ ସଫେଇ କର୍ମଚାରୀ

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ପବିତ୍ର ରକ୍ଷା ବନ୍ଧନ ଅବସରରେ ଶୁକ୍ରବାର ବଲାଙ୍ଗୀର ମ୍ୟୁନିସିପାଲିଟି ପକ୍ଷରୁ ସ୍ବତନ୍ତ୍ର ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ‘ସୁରକ୍ଷାର ସାକ୍ଷୀ ରାଖି’ ପାଳନ କରାଯାଇଛି।…

ବଡ଼ ଘୋଷଣା କରି ଫ୍ୟାନ୍ସଙ୍କୁ ନିରାଶା କଲେ ଏହି ଫେମସ୍‌ ସିଙ୍ଗର୍‌, ସଙ୍ଗୀତରୁ…

ମୁମ୍ବାଇ: ପ୍ରସିଦ୍ଧ ଗାୟକ ଓ ମ୍ୟୁଜିକ କମ୍ପୋଜର ଅମାଲ ମଲିକ ନିଜ କ୍ୟାରିୟରକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି। ଅଗଷ୍ଟ ୨୭ ତାରିଖ ଗୁରୁବାର ସେ…

ନେପାଳ ବନ୍ୟାରେ ଜୀବନ ରକ୍ଷା କଲା ହାଇଡ୍ରୋପାୱାର ସୁଡ଼ଙ୍ଗ, ବଞ୍ଚିଗଲେ ୩୫୦

କାଠମାଣ୍ଡୁ,୨୮।୮: ନେପାଳରେ ବିନାଶକାରୀ ବନ୍ୟା ମଧ୍ୟରେ ଅପର ତ୍ରିଶୂଳୀ ହାଇଡ୍ରୋପାୱାର ପ୍ରକଳ୍ପର ଏକ ସୁଡ଼ଙ୍ଗ ଶତାଧିକ ଲୋକଙ୍କ ପାଇଁ ଜୀବନରକ୍ଷକ ପାଲଟିଛି। ବନ୍ୟାଜଳ ସହ ମାଟି, ପଥର…

ନେପାଳ ବନ୍ୟା ବିଭୀଷିକା: ବରଗଡ଼ର ମା’-ଝିଅ ନିଖୋଜ, ସ୍ବାମୀ ସୁରକ୍ଷିତ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ନେପାଳର ପ୍ରଳୟଙ୍କାରୀ ବନ୍ୟାରେ ବରଗଡ଼ ଜିଲାର ମା’ ଓ ଝିଅ ନିଖୋଜ ହୋଇ ଯାଇଥିବା ସୂଚନ ମିଳିଛି। ସେମାନେ ହେଲେ, ବରଗଡ଼ ବ୍ଲକ ଜାମପାଲି…

ରାକ୍ଷୀ ମଉକାରେ ଚଉକା: ସ୍ତ୍ରୀଙ୍କୁ ବାପଘରେ ଛାଡ଼ିବାକୁ ଯାଉଥିଲେ ସ୍ବାମୀ, ବାଟରେ ମିଠା କିଣିବାକୁ ପଠାଇ ପ୍ରେମିକ ସହ…

ପାଟନା,୨୮।୮: ବିହାରର ମଧେପୁରା ଜିଲାରୁ ରକ୍ଷାବନ୍ଧନ ଦିନ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ପତ୍ନୀଙ୍କୁ ତାଙ୍କ ବାପଘରେ ଛାଡ଼ିବା ପାଇଁ ବାଇକରେ ନେଇ ଯାଉଥିବା ଜଣେ…

ଭୋଟର ତାଲିକାରୁ ଶତାଧିକ ଯୋଗ୍ୟ ନାଗରିକଙ୍କ ନାଁ କାଟିବାକୁ ଷଡ଼ଯନ୍ତ୍ର, ଅଭିଯୋଗ ଆଣି ବିଜେଡି କହିଲା…

ଧାମନଗର,୨୮ା୮(ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଏନଏସି ଅଞ୍ଚଳରେ ଶତାଧିକ ଯୋଗ୍ୟ ଭୋଟରଙ୍କ ନାମ ଭୋଟର ତାଲିକାରୁ ବାଦ୍‌ ଦେବା ପାଇଁ ଜାଲିଆତି ଓ ଷଡ଼ଯନ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri