ମଶାଣି ଗୃହ ନଥିବାରୁ ହଟହଟା ଗ୍ରାମବାସୀ: ନିଜ ପାଇଁ ନିଜେ ଶ୍ମଶାନ ଜମି ସଫେଇ କଲା ଗ୍ରାମ୍ୟ କମିଟି

ଦାରିଙ୍ଗବାଡ଼ି, ୪/୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗ୍ରୀନବାଡ଼ି ପଞ୍ଚାୟତର ଗ୍ରାମ୍ୟ କମିଟି ପକ୍ଷରୁ ନିଜ ଗାଁ ଶ୍ମଶାନ ଜମିକୁ ନିଜେ ସଫେଇ କରି ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି।

ପ୍ରକାଶ ଯେ, ବ୍ଲକ ମୁଖ୍ୟାଳୟଠାରୁ ମାତ୍ର ଗୋଟିଏ କିଲୋମିଟର ଦୂରରେ ଏହି ଶ୍ମଶାନଟି ରହିଛି। କିନ୍ତୁ ଶେଷ ଯାତ୍ରା କରୁଥିବା ବ୍ୟକ୍ତିଙ୍କୁ ସମ୍ମାନ ଜଣାଇ ମୃତଦେହ ଦାହ କରିବା ଏବଂ ଶ୍ମଶାନକୁ ଯାଉଥିବା ଲୋକଙ୍କ ପାଇଁ ମୁଣ୍ଡ ଗୁଞ୍ଜିବାକୁ ଏଠାରେ ଗୃହଟିଏ ମଧ୍ୟ ନାହିଁ। ଫଳରେ ଗ୍ରାମବାସୀ ବହୁ ହଇରାଣ ହେଉଛନ୍ତି। ବିଶେଷକରି ବର୍ଷାଦିନେ ମୃତଦେହ ଦାହ କରାଯିବା ସମୟରେ ଲୋକେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଥିବା ଗ୍ରାମ୍ୟ କମିଟି ସମ୍ପାଦକ ଲିଟୁ ନାୟକ କହିଛନ୍ତି।

ସେହିପରି ଶ୍ମଶାନକୁ ଯାତାୟାତ କରୁଥିବା ରାସ୍ତାରେ କଲଭର୍ଟଟିଏ ନଥିବାରୁ ବର୍ଷା ସମୟରେ ଶ୍ମଶାନକୁ ମୃତଦେହ ନେଇଯିବା ମୁସ୍କିଲ ହେଉଥିବା ଗ୍ରାମ୍ୟ କମିଟି ସଭାପତି ଧର୍ମେନ୍ଦ୍ର ପ୍ରଧାନ ଓ ଉପସଭାପତି ତ୍ରିଲୋଚନା ନାୟକ ପ୍ରମୁଖ ଅଭିଯୋଗ କରିଛନ୍ତି।

ଏନେଇ ଗ୍ରାମ୍ୟ କମିଟି ପକ୍ଷରୁ ବାରମ୍ବାର ପ୍ରଶାସନ ନିକଟରେ ଗୁହାରି ଜଣାଇଥିଲେ ମଧ୍ୟ ସମସ୍ୟାର ସମାଧାନ ହୋଇନଥିବା କମିଟି ପକ୍ଷରୁ ଉଦ୍‌ବେଗର ସହ କୁହାଯାଇଛି।

ଗାଁ ବୈଠକର ନିଷ୍ପତ୍ତିକ୍ରମେ ଏବେ ଶ୍ମଶାନ ଜମିରେ ଉଠିଥିବା ଅନାବନା ଗଛ ଓ ଘାସ କାଟି ସଫେଇ କରାଯାଇଛି। ଏହି ସଫେଇ ପ୍ରକ୍ରିୟା ନିୟମିତ ଭାବେ କରାଯିବ ବୋଲି କମିଟି ପକ୍ଷରୁ ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କଣ୍ଟାପଡ଼ା ଯାତ୍ରା ଦେଖିବା ହେଲା ଶେଷ ଯାତ୍ରା: ଦୁର୍ଘଟଣାରେ ଏଲ୍‌ଆଣ୍ଡ୍‌ଟି କର୍ମଚାରୀଙ୍କ ମୃତ୍ୟୁ

ଭଞ୍ଜନଗର, ୪/୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୋରଡ଼ାର କଣ୍ଟାପଡ଼ା ଯାତ୍ରା ଦେଖି ଶନିବାର ମଧ୍ୟରାତ୍ରିରେ ଭଞ୍ଜନଗର ନିକଟସ୍ଥ ଡିହପଢ଼ାଳ ଗ୍ରାମସ୍ଥିତ ଘରକୁ ଫେରୁଥିବା ବେଳେ ଦୁର୍ଘଟଣା…

ତାମିଲନାଡୁରେ ବନ୍ଧା ପଡ଼ିଛି ଦାଦନ ଶ୍ରମିକଙ୍କ ମୃତଦେହ

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଦାଦନ ସମସ୍ୟା ଅସମାହିତ ରହିଛି। ଜିଲାର ପଦ୍ମପୁର ଉପଖଣ୍ଡରେ ଏହି ସମସ୍ୟା ଲାଗି ରହିଛି। ଏଠାରୁ ପ୍ରତିବର୍ଷ ରାଜ୍ୟ ବାହାରକୁ ଲୋକେ…

ସୂର୍ଯ୍ୟ-ଶନିଙ୍କ ମୁହାଁମୁହିଁ ଦୃଷ୍ଟି: ସତର୍କ ରୁହନ୍ତୁ ୩ ରାଶି; ଚାଲିଯିବ ସବୁ ଟଙ୍କା, କ୍ୟାରିୟରରେ ବଡ଼ ସଙ୍କଟ!

ସୂର୍ଯ୍ୟ ଏବଂ ଶନିଙ୍କ ମଧ୍ୟରେ ପ୍ରତିଯୁତି ଦୃଷ୍ଟି ଯୋଗ ଗଠନ ଅନେକ ରାଶି ପାଇଁ ଅଶୁଭ ସାବ୍ୟସ୍ତ ହୋଇପାରେ। ସୂର୍ଯ୍ୟ ଏବଂ ଶନି ମୁହାଁମୁହିଁ ହେବା ଏକ…

ଅଧରାତିରେ ଭାରତରେ ଭୂକମ୍ପ ଝଟ୍‌କା: ୨ ରାଜ୍ୟକୁ ଦୋହଲାଇଦେଲା…

ନୂଆଦିଲ୍‌ଲୀ,୪।୧୦: ଭାରତ, ଇଣ୍ଡୋନେସିଆ ଏବଂ ମିଆଁମାରର ଅନେକ ସହରରେ ଗତ ବିଳମ୍ୱିତ ରାତିରୁ ଆଜି ସକାଳ ପର୍ଯ୍ୟନ୍ତ ଭୂକମ୍ପର ଝଟକା ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ…

୧୦ରେ ସିଜେପିର ଦିଲ୍ଲୀ ବିକ୍ଷୋଭ

ନୂଆଦିଲ୍ଲୀ,୪ା୧୦(ପି.ଟି.): ମୁଖ୍ୟ ନିର୍ୱାଚନ କମିଶନର (ସିଇସି) ଜ୍ଞାନେଶ କୁମାର ଯଦି ଇସ୍ତଫା ନ ଦିଅନ୍ତି, କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ଅକ୍ଟୋବର ୧୦ରେ ନୂଆଦିଲ୍ଲୀରେ ଶାନ୍ତିପୂର୍ଣ୍ଣ ବିକ୍ଷୋଭ…

‘ସତ୍ୟାଗ୍ରହ’ ଆରମ୍ଭ କଲେ ରାହୁଲ!

ନୂଆଦିଲ୍ଲୀ, ୪।୧୦: କଂଗ୍ରେସ ନେତା ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସାରା ଦେଶର ବିକ୍ଷୋଭ ଏବଂ ଜନସାଧାରଣଙ୍କ ଅଭିଯୋଗଗୁଡ଼ିକୁ ଏକାଠି କରିବା…

ଇଣ୍ଡି ମେଣ୍ଟରେ ସାମିଲ ହେଲା ଟିଭିକେ

ଚେନ୍ନାଇ, ୪।୧୦: ଅଭିନେତା-ରାଜନେତା ବିଜୟଙ୍କ ନେତୃତ୍ୱାଧୀନ ‘ତାମିଲଗା ଭେଟ୍ରି କାଜଗମ’ (ଟିଭିକେ) ଦଳ ଇଣ୍ଡି ମେଣ୍ଟରେ ସିଇସିଙ୍କ ଇସ୍ତଫା ଦାବି ଅଭିଯାନରେ ସାମିଲ ହୋଇଛି ବୋଲି ଶନିବାର…

ପୁଣି ମୁଣ୍ଡ ନୁଆଁଇବେ

ଗାନ୍ଧୀ ଜୟନ୍ତୀର ସ୍ମୃତି ମନରେ ସତେଜ ଥିବାବେଳେ ଏବଂ ଶାନ୍ତିପୂର୍ଣ୍ଣ ସମାବେଶର ଅଧିକାର ପୁନର୍ୱାର ଚର୍ଚ୍ଚାକୁ ଆସିଛି। ଏହି ସମୟରେ ଆସନ୍ତୁ କିଛି ପ୍ରସଙ୍ଗ ଉପରେ ଦୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?