ଏମ୍‌ପିଙ୍କୁ ଦାବିପତ୍ର ଦେଲେ ଗ୍ରାମବାସୀ

କୋକସରା,୧୮।୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ନେଗୀଗୁଡାରୁ ବେହେରା ପର୍ଯ୍ୟନ୍ତ ରାସ୍ତାକୁ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ସାମିଲ କରିବାକୁ ଗ୍ରାମବାସୀ ଦାବି କରିଛନ୍ତି। ଏନେଇ ଗ୍ରାମବାସୀ କଳାହାଣ୍ଡି ଏମ୍‌ପି ବସନ୍ତ କୁମାର ପଣ୍ଡାଙ୍କୁ ଭେଟି ଏକ ଦାବିପତ୍ର ପ୍ରଦାନ କରିଛନ୍ତି।

ସୂଚନା ଅନୁସାରେ, ନୋଗୀଗୁଡା ଗ୍ରାମବାସୀଙ୍କ ପାଇଁ ବେହେରା ଯିବାକୁ ଏକମାତ୍ର ରାସ୍ତା ରହିଛି। ହେଲେ ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡିଥିବା ବେଳେ ଗମନାଗମନରେ ଲୋକେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏପରିକି ବର୍ଷା ସମୟରେ ରାସ୍ତା ଅବସ୍ଥା ନ କହିବା ଭଳ। ଫଳରେ ବର୍ଷା ୪ ମାସ ଛାତ୍ରୀଛାତ୍ରଙ୍କ ସ୍କୁଲ, କଲେଜ ଯିବା ବନ୍ଦ ହୋଇଯାଉଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି।

ଏନେଇ ବିଭନ୍ନ ସମୟରେ ଗ୍ରାମବାସୀ କୋକସରା ବିଡିଓଙ୍କ ସହ ଉପ-ଜିଲାପାଳ, ସ୍ଥାନୀୟ ବିଧାୟକଙ୍କୁ ବିଭିନ୍ନ ସମୟରେ ଅଭିଯୋଗ କରିଆସୁଛନ୍ତି। ହେଲେ କେବଳ ପ୍ରତିଶ୍ରୁତିରେ ହିଁ ରାସ୍ତା ନିର୍ମାଣ ସିମିତ ରହିଛି। ଫଳରେ ଗ୍ରାମବାସୀ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏ ନେଇ ସ୍ଥାନୀୟ ପୋଡାଗୁଡା ସରପଞ୍ଚ ଜୟରାମ ନାଗ, ସମିତି ସଭ୍ୟ ରାଜୀବ ଖମାରୀ, ୱାର୍ଡ ସଭ୍ୟ ବାଲେକ ଖମାରୀଙ୍କ ସହ ଗ୍ରାମବାସୀ ଏମ୍‌ପି ପଣ୍ଡାଙ୍କୁ ସାକ୍ଷାତ କରି ନେଗୀଗୁଡାରୁ ବେହେରା ପର୍ଯ୍ୟନ୍ତ ୫ କି.ମି. ରାସ୍ତାକୁ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ସାମିଲ କରିବାକୁ ଦାବି କରିଥିଲେ। ଏମ୍‌ପି ପଣ୍ଡା ତୁରନ୍ତ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ସାମିଲ କରିବା ପାଇଁ ଗ୍ରାମବାସୀଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri