ବଧୂ ହତ୍ୟାକାରୀଙ୍କୁ ଗିରଫ ଦାବିରେ ଗ୍ରାମବାସୀ ଥାନାର ଦ୍ୱାରସ୍ଥ, ଗଣଧାରଣା ଦେବାକୁ ଚେତାବନୀ…

କେସିଙ୍ଗା,୨୩ା୯(ତୁମେଶ୍ବର ସାହୁ)- ମୃତ କ୍ଷୀରବତୀ ସାହୁଙ୍କ ହତ୍ୟାକାରୀଙ୍କୁ ଗିରଫ ଦାବିରେ ମଙ୍ଗଳବାର ଗ୍ରାମବାସୀ କେସିଙ୍ଗା ଥାନାର ଦ୍ୱାରସ୍ଥ ହୋଇଛନ୍ତି। ଅଭିଯୋଗ ଅନୁସାରେ, କଳାହାଣ୍ଡି ଜିଲା କେସିଙ୍ଗା ଥାନା ଭମରମାଲ ଗ୍ରାମର ରୋମାଞ୍ଚଳ ସାହୁଙ୍କ ପୁତ୍ର ଜଗନ୍ନାଥ ସାହୁ ୨୦୨୩ ମସିହାରେ କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ବାଞ୍ଜିପଦର (ସାପଲହରା) ଗ୍ରାମର କୌତୁକ ସାହୁଙ୍କ କନ୍ୟା କ୍ଷୀରବତୀଙ୍କୁ ବିବାହ କରିଥିଲେ। କିଛିଦିନ ଭଲରେ କଟିବା ପରେ ଅଧିକ ଯୌତୁକ ଦାବିରେ କ୍ଷୀରବତୀଙ୍କ ଉପରେ ନିର୍ଯାତନା ଆରମ୍ଭ ହୋଇଥିଲା। ଏପରିସ୍ଥଳେ ଗତ ୧୦ ତାରିଖରେ ଝିଅକୁ ବିଷ ପିଆଇ ମାରିଦେଇଥିବା ନେଇ ତାଙ୍କ ବାପା କୌତୁକ କେସିଙ୍ଗା ଥାନାରେ ଅଭିଯୋଗ କରିଥିଲେ। ପୋଲିସ ତଦନ୍ତ କରି କ୍ଷୀରବତୀଙ୍କ ସ୍ବାମୀଙ୍କୁ ଗିରଫ କରିଥିଲା। ହେଲେ ଅନ୍ୟ ଅଭିଯୁକ୍ତଙ୍କୁ ଗିରଫ ଦାବିକରି ବାଞ୍ଜିପଦର ଓ ସାପଲହରା ଗ୍ରାମବାସୀ ମଙ୍ଗଳବାର କେସିଙ୍ଗା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଶାଶୁଘରର ସମ୍ପୃକ୍ତ ଅନ୍ୟ ୩ ଅଭିଯୁକ୍ତଙ୍କୁ ଗିରଫ କରି ନ ଥିବାରୁ ବୁଧବାର ଥାନା ସମ୍ମୁଖରେ ଅର୍ନିଦ୍ଦିଷ୍ଟ କାଳ ପାଇଁ ଗଣଧାରଣା ଦେବା ପାଇଁ ଗ୍ରାମବାସୀ ଲିଖିତ ଭାବେ ଜଣାଇଛନ୍ତି। ଏ ସଂକ୍ରାନ୍ତରେ କେସିଙ୍ଗା ଆଇଆଇସି ଜିତେନ୍ଦ୍ର ବିଶ୍ବାଳଙ୍କୁ ପଚାରିବାରୁ ଫେରାର ଥିବା ରୋମାଞ୍ଚଳ ସାହୁଙ୍କ ଲୋକେସନ ଜଣାପଡୁନି। ଦୈନିକ ଆମେ ଲୋକେସନ ଦେଖୁଛୁ, ଜଣାପଡିବା ପରେ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିବୁ ବୋଲି ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷକଙ୍କ ଅସଦାଚରଣ, ଗ୍ରାମବାସୀଙ୍କ ହୋ-ହଲ୍ଲା ପରେ…

ବାସୁଦେବପୁର,୭ା୩(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତର ଚାନ୍ଦିମାଳଠାରେ ଥିବା ଜବାହୀ ନବୋଦୟ ବିଦ୍ୟାଳୟରେ ପଢୁଥିବା ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ…

ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…

ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍‌ ସମୟରେ ହଠାତ୍‌ ଉପଜିଲାପାଳଙ୍କ ନେତୃତ୍ୱରେ…

କଲେଜକୁ ଯାଉଥିଲେ ଛାତ୍ରୀ, ଦ୍ରୁତଗତିରେ ଆସି ଧକ୍କା ଦେଲା ବାଇକ, ଘଟଣାସ୍ଥଳରେ…

ବଲାଙ୍ଗୀର, ୭।୩( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭିଆଇପି ରାସ୍ତା ଭାଗିରଥି ଛକରୁ ସର୍କିଟ ହାଉସ ରାସ୍ତାରେ ଏକ ସ୍ପିଡ ବାଇକର ଧକ୍କାରେ ଜଣେ ଆୟୁର୍ବେଦିକ କଲେଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri