ସ୍ତ୍ରୀହନ୍ତାଙ୍କୁ ରାତିସାରା ଜଗିଲେ ଗାଁ ଲୋକେ

ଅମ୍ବାଦୋଳା,୨୨ା୧୦(ଡି.ଏନ୍‌.ଏ.): ସ୍ବାମୀ ଟାଙ୍ଗିଆ ଚୋଟରେ ସ୍ତ୍ରୀଙ୍କ ଜୀବନ ଚାଲିଗଲା। ରାୟଗଡ଼ା ଜିଲା ଅମ୍ବାଦୋଳା ଥାନା ଅଧୀନ ଶୁକ୍ଳାଭଟ୍ଟା ଗ୍ରାମରେ ଗୁରୁବାର ରାତିରେ ଏଭଳି ଘଟଣା ଘଟିଛି। ମୃତ ମହିଳା ହେଲେ ଗାଁର ସୁରେନ୍ଦ୍ର ବଚା(୩୨)ଙ୍କ ସ୍ତ୍ରୀ ଝରଣା(୩୦)।
ସୂଚନା ଅନୁଯାୟୀ, ରାତିରେ ଖାଇସାରି ଦମ୍ପତି ଏବଂ ତାଙ୍କର ୨ ବର୍ଷର ଝିଅ ଶୋଇଥିଲେ। ଏହି ସମୟରେ ସୁରେନ୍ଦ୍ର ଘରେ ଥିବା ଟାଙ୍ଗିଆରେ ସ୍ତ୍ରୀ ଝରଣାଙ୍କୁ ବାରମ୍ବାର ଚୋଟ ପକାଇଥିଲେ। ଏଥିରେ ତାଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ହତ୍ୟା କରିବା ପରେ ସୁରେନ୍ଦ୍ର ଝିଅ ଏବଂ ଟାଙ୍ଗିଆକୁ ସାଙ୍ଗରେ ନେଇ ଚମ୍ପଟ ମାରିବାକୁ ଚେଷ୍ଟା କରୁଥିଲେ। ତେବେ ପଡ଼ୋଶୀମାନେ ଏହା ଜାଣିପାରି ତାଙ୍କୁ କାବୁକରି ଘର ମଧ୍ୟରେ ବନ୍ଦ ରଖି ବାହାରେ ଜଗି ରହିଥିଲେ। ସକାଳେ ଅମ୍ବାଦୋଳା ଥାନାକୁ ଖବର ଦେବାପରେ ପୋଲିସ ପହଞ୍ଚି ଅଭିଯୁକ୍ତଙ୍କୁ ଗିରଫ କରିଛି। ଘଟଣାସ୍ଥଳରେ ଏସ୍‌ଡିପିଓ ଆକାଶ ଚନ୍ଦ୍ର ସାହୁ, ଅମ୍ବାଦୋଳା ଥାନା ଅଧିକାରୀ ଦେବଦତ୍ତ ମଲିକ ଏବଂ ପୋଲିସ ପହଞ୍ଚି ସାଇଣ୍ଟିଫିକ୍‌ ଟିମ୍‌ ସହାୟତାରେ ତଦନ୍ତ ଚଳାଇଛି। ଏ ନେଇ ପୋଲିସ ଏକ ହତ୍ୟା ମାମଲା (ନଂ.୧୨୬/୨୧) ମାମଲା ରୁଜୁ କରିଛି। ତେବେ ହତ୍ୟାକାଣ୍ଡର ପ୍ରକୃତ କାରଣ ସ୍ପଷ୍ଟ ହୋଇ ନ ଥିବା ଥାନା ଅଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱକପ୍‌ରେ ଇତିହାସ ରଚିଲେ ଫଖର-ସାହିବଜାଦା

ପାଲିକେଲ,୨୮।୨: ଚଳିତ ଟି୨୦ ବିଶ୍ୱକପ୍‌ ସୁପର-୮ର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍‌ରେ ବିଜୟୀ ହୋଇଥିଲେ ମଧ୍ୟ ପାକିସ୍ତାନ ସେମିଫାଇନା ପାଇଁ ଯୋଗ୍ୟତା ଅର୍ଜନ କରିବାରେ…

ଋଣ, ଚାକିରୀ ଦେବା ନା’ରେ ବଡ଼ ଧରଣର ଠକେଇ

ହିଞ୍ଜିଳିକାଟୁ,୨୮।୨(ଦ୍ବିତୀକୃଷ୍ଣ ପଣ୍ଡା): ଋଣ ଏବଂ ଚାକିରୀ କରାଇଦେବା ନା’ରେ ଠକେଇ କରୁଥିବା ଜଣେ ଯୁବକଙ୍କୁ ହିଞ୍ଜିଳି ପୋଲିସ ଶନିବାର ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ…

ମଧ୍ୟପ୍ରାଚ୍ୟରେ ମହାସମର: ଦୁବାଇରେ ମିସାଇଲ ମାଡ଼ କଲା ଇରାନ, ବୁର୍ଜ ଖଲିଫାକୁ କରାଗଲା ଖାଲି 

ଦୁବାଇ,୨୮।୨: ଆମେରିକା ଏବଂ ଇସ୍ରାଏଲ ପକ୍ଷରୁ ଇରାନର ୩୦ଟି ସହର ଉପରେ ମିଳିତ ଏୟାର ଷ୍ଟ୍ରାଇକ ପରେ ଇରାନ ‘ଅପରେସନ ଫତେହ-ଏ-ଜଙ୍ଗ୍‌’ ଆରମ୍ଭ କରିଛି। ଏହି ପାଲଟା…

ଇସ୍ରାଏଲ ଆକ୍ରମଣରେ ଇରାନର ପ୍ରତିରକ୍ଷା ମନ୍ତ୍ରୀ-କମାଣ୍ଡର ମୃତ! ରିପୋର୍ଟରେ ବଡ଼ ଦାବି

ତେହରାନ,୨୮।୨: ଇରାନ ଓ ଇସ୍ରାଏଲ ମଧ୍ୟରେ ଜାରି ରହିଥିବା ଭୟଙ୍କର ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଖବର ସଂସ୍ଥା ରଏଟର୍ସ ପକ୍ଷରୁ ମିଳିଥିବା…

ଇମ୍ପେରିୟାଲ୍ କ୍ଲାସିକ ରାଜ୍ୟ ସୁନ୍ଦର ସ୍ୱାସ୍ଥ୍ୟ ପ୍ରତିଯୋଗିତା ଉଦ୍‌ଘାଟିତ,ଯୋଗଦେଲେ ୧୯ ଜିଲ୍ଲାରୁ ୧୨୫ ପ୍ରତିଯୋଗୀ

ବଲାଙ୍ଗୀର,୨୮।୨ (ସୁନିଲ କୁମାର ମହାନ୍ତି): ସ୍ଥାନୀୟ ପୁରୁଣା ବସଷ୍ଟାଣ୍ଡ ସ୍ଥିତ ଫଳ ବଜାର ପ୍ରାଙ୍ଗଣରେ କଳିଙ୍ଗ ବଡିବିଲଡିଂ ଆସୋସିଏଶନ ବଲାଙ୍ଗୀର ଶାଖା ତରଫରୁ ଇମ୍ପେରିୟାଲ କ୍ଲାସିକ ୨୦୨୬…

ରଣ୍‌ଜୀ ଟ୍ରଫି ଜିତିଲା ଜମ୍ମୁ କଶ୍ମୀର, ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

ହୁବଲି,୨୮ା୨: ଜମ୍ମୁ କଶ୍ମୀର ଶନିବାର ପ୍ରଥମ ଥର ପାଇଁ ରଣ୍‌ଜୀ ଟ୍ରଫି ଜିତି ଭାରତୀୟ କ୍ରିକେଟରେ ନୂଆ ଇତିହାସ ସୃଷ୍ଟି କରିଛି। ସ୍ଥାନୀୟ କେଏସ୍‌ସିଏ ଷ୍ଟାଡିୟମରେ ଖେଳାଯାଇଥିବା…

କେରଳରେ ବାଇକ ଦୁର୍ଘଟଣାରେ ଦାରିଙ୍ଗବାଡି ଯୁବକଙ୍କ ମୃତ୍ୟୁ, ମୃତଦେହ ଆଣିବାକୁ ପରିବାର ଚିନ୍ତାରେ

ଦାରିଙ୍ଗବାଡି, ୨୮।୨ (ଅରୁଣ ସାହୁ): ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଇ ଚାଲିଯାଇଛି ଯୁବକଙ୍କ ଜୀବନ।କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦନେକବାଡି ପଞ୍ଚାୟତ କୁପିବାଡି ଗ୍ରାମର ହେରାର୍ଦ…

ଦିନକ ପରେ ଦୋଳ ଯାତ୍ରା: ଗଞ୍ଜାମ ପୋଲିସର କଡ଼ା ତାଗିଦ, ରାସ୍ତାରେ ହୋର୍ଡିଂ କିମ୍ବା ବାଇକ୍‌ ରଖିଲେ…

ଗଞ୍ଜାମ,୨୮।୨(ବିଦ୍ୟାଧର ସାହୁ): ଦିନକ ପରେ ଗଞ୍ଜାମ ସହରରେ ଅନୁଷ୍ଠିତ ହେବ ଐତିହାସିକ ପ୍ରସିଦ୍ଧ ଦୋଳ ଯାତ୍ରା। ଏଥିପାଇଁ ଚଳଚଞ୍ଚଳ ହୋଇ ପଡ଼ିଛି ସମଗ୍ର ସାହି ଓ ସହର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri