ପୋଖରୀ ନାଁ ବଦଳାଇ ଚାଲିଛି ହରିଲୁଟ

ବୁଗୁଡ଼ା,୨୪ା୬(କାଳି ଚରଣ ଦାଶ): ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ ଗଞ୍ଜାମ ଜିଲା ଦେଶରେ ପ୍ରଥମ ସ୍ଥାନ ଅଧିକାର କରି ପୁରସ୍କୃତ ହୋଇଛି। ତେବେ ଏହି ଯୋଜନାରେ କେଉଁଠି ମେସିନ ଲଗାଇ କାମ କରାଯାଇ କେବଳ କାଗଜ କଲମରେ ଶ୍ରମିକ ନିଯୁକ୍ତି ହେଉଥିବା ବେଳେ କେଉଁଠି କିଛି କାମ ନକରି କେବଳ ମଷ୍ଟର ରୋଲ ପ୍ରସ୍ତୁତି କରି ଲକ୍ଷାଧିକ ଟଙ୍କା ହରିଲୁଟ ହେଉଛି। ଯାହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ବୁଗୁଡ଼ା ବ୍ଲକ କଳମ୍ବ ପଞ୍ଚାୟତ ଅନ୍ତର୍ଗତ ଦଶୀପୁର ଗ୍ରାମରେ। ଗ୍ରାମର ଜେନାସାହି ବନ୍ଧ ପୁନଃଉଦ୍ଧାର ପାଇଁ ଆର୍ଥିକ ବର୍ଷ ୨୦୨୨-୨୩ରେ ୫ଲକ୍ଷ ଟଙ୍କା ଅଟକଳ କରାଯାଇଛି। ପୂର୍ବରୁ ୨୦୨୧-୨୨ ଆର୍ଥିକ ବର୍ଷରେ ଏହି ପୋଖରୀକୁ ଦଶୀପୁର ବନ୍ଧ ନାମରେ ଦର୍ଶାଯାଇ ଗାର୍ଡ ୱାଲ ନିର୍ମାଣ ପାଇଁ ୫ ଲକ୍ଷ ଟଙ୍କା ମଞ୍ଜୁର କରାଯାଇ ୪ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ବିଲ ହୋଇଥିଲା। ପୁଣି ଚଳିତ ବର୍ଷ ଏହି ପୋଖରୀର ନାମ ପରିବର୍ତ୍ତନ କରି ଦଶିପୁର ଜେନା ସାହି ବନ୍ଧ ଭାବେ ନାମକରଣ କରି ୫ ଲକ୍ଷ ଟଙ୍କା ମଞ୍ଜୁର ହୋଇଛି। ତେବେ କିଛି ଦିନ ତଳେ ଗାର୍ଡ ୱାଲ ବାହାରେ ମେସିନ ଲଗାଇ କିଛି ମାଟି ଖୋଳା ହେଲା ଏବଂ ଭୂତ ଶ୍ରମିକ ନିୟୋଜିତ କରି ମଷ୍ଟର ରୋଲ ପ୍ରସ୍ତୁତି ଆରମ୍ଭ ହେଲା। ଏ ନେଇ ଗ୍ରାମବାସୀ ଅଭିଯୋଗ କଲା ପରେ କାମ ବନ୍ଦ ହୋଇଗଲା ସିନା ପ୍ରତ୍ୟେକ ଦିନ ଭୂତ ଶ୍ରମିକ ଲଗାଇ ମଷ୍ଟର ରୋଲ ପ୍ରସ୍ତୁତି ଚାଲିଛି ଏବଂ କିଛି କାମ ନ କରି ଦଶୀପୁର ଜେନା ସାହି ପୋଖରୀ ପଙ୍କ ଉଦ୍ଧାର ନାମରେ ମିଥ୍ୟା ବିଲ ମଧ୍ୟ ପ୍ରସ୍ତୁତ ହୋଇଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ବର୍ତ୍ତମାନ ମିଥ୍ୟା ମଷ୍ଟର ରୋଲ ମାଧ୍ୟମରେ ସମୁଦାୟ ୨୩୦ ଜଣ ଶ୍ରମିକ ନିୟୋଜିତ ହୋଇଥିବା ଦର୍ଶାଯାଇ ୨ ଲକ୍ଷ ୨୫ ହଜାର ୮୬୧ ଟଙ୍କା ପ୍ରଦାନ କରାଯାଇ ୧୦୬୪ ଶ୍ରମ ଦିବସ ସୃଷ୍ଟି କରାଯାଇଥିବା ମନରେଗା ୱେବ ସାଇଟରୁ ଗ୍ରାମବାସୀ ଦେଖିବା ପରେ ତାଜୁବ ହୋଇଯାଇଛନ୍ତି। ଗୋଟିଏ ପଟେ କାମ ବନ୍ଦ ଥିବା ବେଳେ କୌଣସି ସୂଚନା ଫଳକ ନ ଲଗାଇ କେବଳ କାଗଜପତ୍ରରେ କାମ ଚାଲିଥିବା ଦର୍ଶାଇ ହରିଲୁଟ ଚାଲିଛି ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏ ନେଇ ବିଡିଓ ବାସୁଦେବ ନାୟକଙ୍କୁ ପଚାରିବାରେ ସେ ଏହାର ତଦନ୍ତ କରିବା ପାଇଁ ଘଟଣାସ୍ଥଳକୁ ଯାଇ ଦେଖିବେ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri