ମନରେଗା କାର୍ଯ୍ୟରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

କେନ୍ଦୁଝର,୨୭ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ବ୍ଲକ ପୁରୁମୁଣ୍ତା ପଞ୍ଚାୟତରେ ୨୦୧୭ ମସିହା ମଧ୍ୟରେ ପଟାବାରୀ ଗ୍ରାମରେ ଚାଲିଥିବା ମନରେଗା ଯୋଜନାରେ ବ୍ୟାପକ ଅନିୟମିତତା ହୋଇଥିବା ଗ୍ରାମବାସୀ ଅଭିଯୋଗ ଆଣିଛନ୍ତି।
ଏହି ଘଟଣାରେ ଜିଲା ପ୍ରଶାସନ ତୁରନ୍ତ ତଦନ୍ତ କରିବାକୁ ଦାବି ହୋଇଛି। ତେବେ ଗ୍ରାମବାସୀ ଅନଲାଇନ୍‌ରୁ ପ୍ରକଳ୍ପଗୁଡ଼ିକର ମଷ୍ଟର ରୋଲ ବାହାର କରିବା ପରେ ଏହି ଅନିୟମିତତା ଜଣାପଡ଼ିଥିଲା। ଏଥି ମଧ୍ୟରେ ମୁଖ୍ୟତଃ ବଡ଼ଜିଉଳିଠାରୁ ଓମଫେଡ୍‌ ଛକ, ବରମୂଳରୁ ଭାଲୁଆମୂଳ ରାସ୍ତାର ଉନ୍ନତିକରଣ, ଦାରଗା ପୋଖରୀ ଉନ୍ନତିକରଣ, ଉଦ୍ୟାନ ବିଭାଗ ଦ୍ବାରା ଆମ୍ବ,କାଜୁ ବଗିଚାର ଉନ୍ନତିକରଣ ଏବା ତାହାର ରକ୍ଷଣାବେକ୍ଷଣ ପାଇଁ ସରକାରଙ୍କ ପକ୍ଷରୁ ଲକ୍ଷାଧିକ ବ୍ୟୟ ବରାଦ ହୋଇଛି। ଗ୍ରାମୀଣ ଆର୍ଥିକ ଅନଗ୍ରସର ଶ୍ରମିକମାନଙ୍କୁ ୧୦୦ ଦିନର କାର୍ଯ୍ୟ ଯୋଗାଇ ଦେବା ଲକ୍ଷ୍ୟରେ ଏହି କାମ କରାଯାଇଥିଲା। ତେବେ ଅସତ୍‌ ଉପାୟରେ ସରକାରୀ ଚାକିରିଆ ଓ ଆର୍ଥିକ ସ୍ବଚ୍ଛଳ ବ୍ୟକ୍ତିମାନଙ୍କ ନାମରେ ଏହି କାମ କରାଯାଇଥିବା ଦର୍ଶାଇ ଲକ୍ଷାଧିକ ଟଙ୍କା ପର୍ଯ୍ୟନ୍ତ ଅର୍ଥ ହେର୍‌ଫେର ହୋଇଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏହା ଦ୍ୱାରା ଗରିବ ଖଟିଖିଆ ଦିନ ମଜୁରିଆଙ୍କ ପାଇଁ ଆସିଥିବା ସରକାରୀ ଅର୍ଥକୁ ତୋଷରପାତ କରାଯାଇଥିବାରୁ ସେମାନେ ଉକ୍ତ ଯୋଜନାର ସୁଫଳ ପାଇନାହାନ୍ତି। ଏହି ବିଷୟରେ ଗ୍ରାମବାସୀଙ୍କ ପକ୍ଷରୁ ପ୍ରମାଣ ସୂରୂପ ଲିଖିତ ଭାବେ ପୁରୁମୁଣ୍ତା ସରପଞ୍ଚ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଘଟଗାଁ,ପଞ୍ଚାୟତ ନିର୍ବାହୀ ଅଧିକାରୀ ଜେଇଙ୍କୁ ଅବଗତ କରାଯାଇଥିଲେ ସୁଦ୍ଧା ବିଭାଗ ପକ୍ଷରୁ ଏପର୍ଯ୍ୟନ୍ତ ତଦନ୍ତ କରି କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନାହିଁ। ସଂପୃକ୍ତ ଗ୍ରାମସାୀଥଙ୍କୁ ଶୀଘ୍ର ନିଲମ୍ବନ କରା ନ ଗଲେ ପଞ୍ଚାୟତ କାର୍ଯ୍ୟାଳୟ ଘେରାଉ କରିବାକୁ ଗ୍ରାମବାସୀ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତରେ ଅସୁସ୍ଥ ହେଲେଣି ୭୧ଜଣ, ଜଣଙ୍କର ମୃତ୍ୟୁ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍‌(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

ଭିଜିଲାନ୍ସ ଜାଲରେ କିରାଣି

ବୌଦ୍ଧ,୧୯ା୪(ଅଜିତ ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରବୀନ୍ଦ୍ର ନାଥ ପାଢ଼ୀ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ବୌଦ୍ଧ...

ପୋଲିସ ଅଧିକାରୀଙ୍କୁ ଭର୍ତ୍ତୃହରିଙ୍କ ଦୁର୍ବ୍ୟବହାର ମାମଲା: କୋର୍ଟରେ ହାଜର ହେଲେ ଅମିତାଭ

କଟକ,୧୯।୪(କାର୍ତ୍ତିକ ସାହୁ): କଟକ ଏମ୍‌ପି ଭର୍ତ୍ତୃହରି ମହତାବ ପୋଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର କରିବା ମାମଲା ପୁଣି ଉଠିଛି। କଟକ ଜେଏମ୍‌ଏଫ୍‌ସି ଅଦାଲତରେ ଶୁକ୍ରବାର ସାକ୍ଷ୍ୟ ଗ୍ରହଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri