ବାଲିଚୁଆ ପାଣି ଭରସାରେ ଗ୍ରାମବାସୀ

ନୂଆପଡା ଅଫିସ,୨୪।୪: ବିଶୁଦ୍ଧ ପାନୀୟ ଯୋଗାଣ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରି ଯୋଜାନା ଉପରେ ଯୋଜନା କରୁଛନ୍ତି। ସ୍ଥାନୀୟ ଅଧିକାରୀ ବା କର୍ମଚାରୀଙ୍କ ଅବହେଳା ଓ ଖାମଖିଆଲି ମନୋଭାବ ଯୋଗୁ ଲୋକେ ପାଣି ବୁନ୍ଦାଏ ପାଇପାରୁ ନାହାନ୍ତି। ଗାଁରେ ପାଇପ ପୋତା ଯାଇ ଷ୍ଟାଣ୍ଡପୋଷ୍ଟ ତିଆରି ହୋଇ ଭାଙ୍ଗି ସାରିଲାଣି। ହେଲେ ଗାଁକୁ ପାଣି ପହଞ୍ଚତ୍ ପାରିଲା ନାହିଁ। ଏପରି ଦୃଶ୍ୟ ଦେଖିବାକୁ ମିଳିଛି ନୂଆପଡା ଜିଲା କୋମନା ବ୍ଲକ ଅନ୍ତର୍ଗତ ଜଟଗଡ ପଞ୍ଚାୟତ ବାବେଘାଟି ଗାଁରେ। ୮ଶହରୁ ଅଧିକ ଜନସଂଖ୍ୟା ବିଶିଷ୍ଟ ଗାଁରେ ୧୩୦ରୁ ଊର୍ଦ୍ଧ୍ୱ ପରିବାର ରହୁଥିବାବେଳେ ୪ ଟି ନଳକୂଅ ରହିଛି। ୨ଟିରେ ଫ୍ଲୋରାଇଡ ଯୁକ୍ତ ପାଣି ବାହାରୁ ଥିବାରୁ ପ୍ରଶାସନ ପକ୍ଷରୁ ନିଷିଧ କରି ଦିଆଯାଇଛି । ଅଦାପଡ଼ାରେ ଥିବା ନଳକୁଅରେ ଜୋକ, ପୋକ ସହ ଗୋଳିଆ ପାଣି ବାହାରୁ ଥିବାରୁ ବ୍ୟବହାର କରୁନାହାନ୍ତି। ଅନ୍ୟ ଏକ ନଳକୂଅରେ ଗାଁର ସବୁ ଲୋକ ବ୍ୟବହାର କରୁଥିବାରୁ ରାତି ନ ପାହିବା ଆଗରୁ ଲମ୍ବା ଲାଇନ ଲାଗିବାକୁ ପଡୁଛି। ସେଥିରେ ମଧ୍ୟ ସମସ୍ତଙ୍କୁ ପାଣି ଠିକ ଭାବରେ ହେଉ ନ ଥିବାରୁ ୧ କିଲୋମିଟର ଦୂରରେ ଥିବା ଏକ ପୋଖରୀକୁ ଯାଇ ବାଲିଚୂଆଁ କରି ପାଣି ଆଣି ଲୋକେ ବ୍ୟବହାର କରୁଛନ୍ତି। ବାଲି ଚୂଆଁ ପାଣି ଖାଇବା ଯୋଗୁ ଲୋକେ ବିଭିନ୍ନ ରୋଗରେ ଆକ୍ରାନ୍ତ ହେଉଥିବା ଅଭିଯୋଗ ହେଉଛି। ଗାଁରେ ବସୁଧା ଯୋଜନାରେ ପାଣି ଯୋଗାଇବା ପାଇଁ ପାଇପ ପୋତା ଯାଇ ପ୍ରତ୍ୟେକ ଘର ଦ୍ୱାର ମୁହଁରେ ଖୁଣ୍ଟମାନ ପୋତା ଯାଇଥିଲା। ସେହି ଖୁଣ୍ଟସବୁ ଭାଙ୍ଗି ଗଲାଣି। ହେଲେ ଗାଁକୁ ପାଣି ପହଞ୍ଚି ପାରିଲା ନାହିଁ  । ଜିଲାରେ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଅସହ୍ୟ ଖରାରେ ଲୋକେ ତ୍ରାହି ତ୍ରାହି ହେଉଥିବାବେଳକୁ ଗାଁରେ ପାଣି ପାଇଁ ଡହକ ବିକଳ ହେଉଛନ୍ତି। ପାଣି ସମସ୍ୟାକୁ ନେଇ ସ୍ଥାନୀୟ ସରପଞ୍ଚଙ୍କଠାରୁ ଆରମ୍ଭ କରି ବ୍ଲକ ପ୍ରଶାସନ, ଜିଲା ପ୍ରଶାସନଙ୍କୁ ମଧ୍ୟ ଜଣାଇ ସାରିଲେଣି। ହେଲେ କୌଣସି ସୁଫଳ ମିଳୁ ନାହିଁ। ଗ୍ରାମରେ ଜନସଂଖ୍ୟା ଅନୁପାତରେ ଆବଶ୍ୟକ ନଳକୂଅ ଯୋଗାଇ ଦିଆଯାଉ ବୋଲି ଗ୍ରାମବାସୀ ଦାବି କରିଛନ୍ତି। ଏ ସଂକ୍ରାନ୍ତରେ କୋମନା ବିଡିଓଙ୍କୁ ପଚାରିବାରୁ ବହୁତ ଶୀଘ୍ର ସମସ୍ୟାର ସାମାଧାନ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଦେଖା ଚାପ

ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ରାକେଶ ମେହେଟ୍ଟାଙ୍କ ମୃତ୍ୟୁ ଅତ୍ୟନ୍ତ ଦୁଃଖଦାୟକ। କିନ୍ତୁ ଜଣେ ପ୍ରତିଷ୍ଠିତ ପୂର୍ବତନ ସରକାରୀ ଅଧିକାରୀ ଏଭଳି ଏକ ଚରମ ପଦକ୍ଷେପ…

BRICSରେ ସାମିଲ ହେବାକୁ ବାଡେଇଛାଟି ହେଉଛି ପାକିସ୍ତାନ: ବାଟ ଓଗାଳିଛି ଭାରତ!

ନୂଆଦିଲ୍ଲୀ,୧୨।୯: BRICSରେ ସାମିଲ ହେବା ପାଇଁ ଦୀର୍ଘଦିନ ଧରି ପାକିସ୍ତାନ ଉଦ୍ୟମ କରିଆସୁଛି। ୨୦୨୩ରେ ଇସଲାମାବାଦ ଏହି ଗୋଷ୍ଠୀର ସଦସ୍ୟତା ପାଇଁ ଔପଚାରିକ ଭାବେ ଆବେଦନ କରିଥିଲା।…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…

ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର…

ସେପ୍ଟେମ୍ବର ୧୭ ପରେ ଏହି ୨ ରାଶିର ଭାଗ୍ୟ ଚମକାଇବେ ସୂର୍ଯ୍ୟ: ଚାକିରିରେ ପଦୋନ୍ନତି ସହ ହେବେ ମାଲାମାଲ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଆତ୍ମବିଶ୍ୱାସ, ନେତୃତ୍ୱ, ପଦ-ପ୍ରତିଷ୍ଠା ଓ କ୍ୟାରିୟରର ପ୍ରମୁଖ କାରକ ବୋଲି ମନେ କରାଯାଏ। ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନର ପ୍ରଭାବ ଅନେକ ରାଶିର…

୨ ଦିନ ହେଲାଣି ଘରୁ ବାହାରି ଯାଇ ଜଙ୍ଗଲରେ ରହୁଥିଲେ ପ୍ରେମୀଯୁଗଳ, ତା’ପରେ କଲେ ଏମିତି କାମ…

ନୂଆପଡ଼ା,୧୨/୯(ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ କୌଣସି କାରଣରୁ ପ୍ରେମୀଯୁଗଳ ବିଷପାନ କରିବା ପରେ ନାବାଳିକା ପ୍ରେମିକା ଡୋଲେଶ୍ୱରୀ ସା (୧୭)ଙ୍କ ମୃତ୍ୟୁ ଘଟିଛି। ପ୍ରେମିକ…

ବୈଭବଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ଇଶାନ କିଶନ: କହିଲେ-ଆଗକୁ ସମ୍ଭାଳିବେ…ନିଆଁ ପରି ବ୍ୟାପିଗଲା ଏହି କଥା

ନୂଆଦିଲ୍ଲୀ,୧୨।୯: : ଖୁବ କମ୍‌ ବୟସରେ କ୍ରିକେଟ ଜଗତରେ ନିଜର ଅଲଗା ପରିଚୟ ସୃଷ୍ଟି କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏବେ ତାଙ୍କ ବ୍ୟାଟିଂ ସହ କ୍ୟାପ୍ଟେନ୍ସି…

ବଢିଲା ଟିମ ଇଣ୍ଡିଆର ଟେନସନ୍‌: ପଡିଆରେ ଅଭ୍ୟାସ ସମୟରେ ହଠାତ୍‌ ଇଶାନ କିଶନ…

ନୂଆଦିଲ୍ଲୀ,୧୨।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ଆରମ୍ଭ ପୂର୍ବରୁ ଟିମ ଇଣ୍ଡିଆ ପାଇଁ ଆସିଛି ଚିନ୍ତା ବଢ଼ାଇବା ଭଳି ଖବର। ଦିଲ୍ଲୀର ଅରୁଣ ଜେଟଲୀ କ୍ରିକେଟ ଷ୍ଟାଡିୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?