ଅଙ୍ଗନଓ୍ବାଡ଼ି ଦିଦିଙ୍କୁ ଘରେ ତାଲା ପକାଇଲେ ଗ୍ରାମବାସୀ: ଗାଁରେ ଉତ୍ତେଜନା

ବଞ୍ଚୋ,୯ା୩(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ବଞ୍ଚୋ ପଞ୍ଚାୟତ ଅଧୀନ ସିଙ୍ଗଡଭ ଗାଁର ୧୧ନଂ ଓ୍ବାର୍ଡରେ ଅଙ୍ଗନଓ୍ବାଡ଼ି ଗୃହକୁ କେନ୍ଦ୍ର କରି ରବିବାର ଉତ୍ତେଜନା ସୃଷ୍ଟି ହୋଇଥିଲା। ସ୍ଥାନୀୟ ଲୋକମାନେ ଅଙ୍ଗନଓ୍ବାଡ଼ି ଗୃହ ସମ୍ପର୍କିତ କିଛି ସମସ୍ୟା ଓ ଅସନ୍ତୋଷକୁ ନେଇ ପ୍ରତିବାଦ କରିଥିବା ସୂଚନା ମିଳିଛି।
ଅଭିଯୋଗ ଅନୁଯାୟୀ, ଏହି ବିବାଦ ସମୟରେ କିଛି ଉତ୍ତେଜିତ ଗ୍ରାମବାସୀ ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ କାର୍ଯ୍ୟରତ ଦିଦିଙ୍କୁ କକ୍ଷ ଭିତରେ ବନ୍ଦ କରି ରଖିଥିଲେ। ଏହି ଘଟଣାରେ କିଛି ସମୟ ପାଇଁ ଗାଁରେ ଉତ୍ତେଜନାମୟ ପରିସ୍ଥିତି ସୃଷ୍ଟି ହୋଇଥିଲା। ଖବର ପାଇ ସ୍ଥାନୀୟ ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲା।

ଆନନ୍ଦପୁର ଥାନାର ଏଏସ୍‌ଆଇ ନାରାୟଣ ମହାପାତ୍ର ପୋଲିସ ଦଳ ସହ ଘଟଣାସ୍ଥଳକୁ ଯାଇ ପରିସ୍ଥିତିର ତଦନ୍ତ କରିଥିଲେ। ପରେ ସେ ଗ୍ରାମବାସୀଙ୍କ ସହ ଆଲୋଚନା କରି ପରିସ୍ଥିତିକୁ ଶାନ୍ତ କରିଥିଲେ ଏବଂ ଘରେ ବନ୍ଦ ହୋଇଥିବା ଅଙ୍ଗନଓ୍ବାଡ଼ି ଦିଦିଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିଥିଲେ।

ପୋଲିସ ଉପସ୍ଥିତିରେ ବିଦ୍ୟାଳୟ ପରିସରରେ ଶାନ୍ତି ଓ ଶୃଙ୍ଖଳା ରକ୍ଷା କରାଯାଇଥିଲା। ପରେ ଗ୍ରାମବାସୀଙ୍କୁ ଶାନ୍ତ ରହିବାକୁ ଓ ସମସ୍ୟାର ସମାଧାନ ପାଇଁ ପ୍ରଶାସନ ସହ ଆଲୋଚନା କରିବାକୁ ପୋଲିସ ପକ୍ଷରୁ ପରାମର୍ଶ ଦିଆଯାଇଥିଲା। ଘଟଣାକୁ ନେଇ ଅଞ୍ଚଳରେ କିଛି ସମୟ ପାଇଁ ଉତ୍ତେଜନା ଦେଖାଦେଇଥିଲେ ମଧ୍ୟ ପୋଲିସ ତତ୍ପରତାରେ ପରିସ୍ଥିତି ପରେ ସାଧାରଣ ହୋଇଯାଇଥିବା ଜଣାପଡ଼ିଛି। ଏହି ଘଟଣାକୁ ନେଇ ପ୍ରଶାସନ ଅଧିକ ତଦନ୍ତ କରୁଥିବା ସୂଚନା ମିଳିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଆଇନଶୃଙ୍ଖଳା ଅଣାୟତ୍ତ: ପୁଣି ଛୁରାମାଡ, ଚାଲିଗଲା ଜଣଙ୍କର ଜୀବନ

ବରଗଡ଼,୯।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଆଇନ ଶୃଙ୍ଖଳା ପରିସ୍ଥିତି ଅଣାୟତ୍ତ ହୋଇପଡିଛି। ଏଠାକାର ବିଚ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି । ଛୁରି, ଭୁଜାଲି ଆକ୍ରମଣରେ ଲୋକେ…

ଦିନ ଦ୍ବିପ୍ରହରରେ ଝାମ୍ପିନେଲେ ୨ ଲକ୍ଷ ଟଙ୍କା

ରାୟଗଡ଼ା,୯।୩(ଆଶିଷ ରଞ୍ଜନ ପଣ୍ଡା) ଜଣେ ବ୍ୟକ୍ତି ବ୍ୟାଙ୍କକୁ ଟଙ୍କା ଡିପୋଜିଟ୍‌ କରିବାକୁ ଯିବା ସମୟରେ ଲୁଟେରାମାନେ ଦିନ ଦ୍ବିପ୍ରହରରେ ତାଙ୍କଠାରୁ ୨ ଲକ୍ଷ ଟଙ୍କା ଝାମ୍ପି ନେଇଛନ୍ତି।…

ନେପାଳରେ RSPର ଜବରଦସ୍ତ ବିଜୟ: ମୋଦି କହିଲେ…

କାଠମାଣ୍ଡୁ,୯।୩: ନେପାଳରେ ରାଷ୍ଟ୍ରୀୟ ସ୍ବତନ୍ତ୍ର ପାର୍ଟି (RSP) ବାମପନ୍ଥୀ ଦଳଗୁଡ଼ିକୁ ପରାସ୍ତ କରିଛି। ରବି ଲାମିଛାନେ ଏବଂ ବାଲେନ ଶାହଙ୍କ ନେତୃତ୍ୱରେ RSP ପୂର୍ବତନ ପ୍ରଧାନମନ୍ତ୍ରୀ କେପି…

ବିବାହ ପ୍ରୋସେସନ ବେଳେ ବାଣ ଫୁଟି ୪ ଛାତ୍ରୀ ଆହତ

ସମ୍ବଲପୁର,୯।୩: ସମ୍ବଲପୁର ସହରରେ ସୋମବାର ରାତିରେ ଏକ ବିବାହ ପ୍ରୋସେସନ ବେଳେ ଅଘଟଣ ଘଟିଛି। ପ୍ରୋସେସନ ବେଳେ ହଷ୍ଟେଲ ପରିସରରେ ବାଣ ଫୁଟି ୪ଜଣ ଛାତ୍ରୀ ଆହତ…

ଇରାନରେ ଏସିଡ୍‌ ବର୍ଷା: ତୈଳ ଡିପୋ ଉପରେ ବୋମାମାଡ଼ ପରେ…

ତେହରାନ,୯ା୩:ଇରାନ ରାଜଧାନୀ ତେହରାନରେ ଥିବା ୩୦ଟି ତୈଳ ଡିପୋ ଉପରେ ଇସ୍ରାଏଲ୍‌ର ଆକ୍ରମଣ କରିବାରୁ ରବିବାର ସେଠାରେ କଳା ଏସିଡ୍‌ ବର୍ଷା ହୋଇଛି। ତୈଳ ଡିପୋଗୁଡ଼ିକ ଜଳୁଥିବାରୁ…

ଅଷ୍ଟମ ବେତନ କମିଶନ ଲାଗି ଚିଠି

ଭୁବନେଶ୍ୱର,୯।୩: ଅଷ୍ଟମ ବେତନ କମିଶନ ପାଇଁ ଅର୍ଥ ବିଭାଗ ପକ୍ଷରୁ ଚିଠି। ଚିଠିରେ ସମସ୍ତ ଜିଲାପାଳ ଏବଂ ସରକାରୀ ବିଭାଗ ମୁଖ୍ୟଙ୍କଠାରୁ ମତାମତ ଲୋଡ଼ିଲେ ରାଜ୍ୟ ସରକାର।…

ଖେଳୁଥିବା ବେଳେ ୧୮ ମାସର ଶିଶୁକନ୍ୟାଙ୍କୁ କାମୁଡ଼ିଲା ସାପ, ଦେଖୁଦେଖୁ…

ଦିଗପହଣ୍ଡି,୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗୌତମୀ ପଞ୍ଚାୟତ ଦେଉଳପେଡ଼ି ଗ୍ରାମର ଭରତ ବେହେରାଙ୍କ ୧୮ ମାସର ଶିଶୁକନ୍ୟା ରିୟାଂଶି ବେହେରା ସାପ କାମୁଡ଼ାରେ…

ଖେମୁଣ୍ଡି ଓକିଲ ସଂଘ ନିର୍ବାଚନ: ବିଭିନ୍ନ ପଦବୀ ପାଇଁ ମଇଦାନ ରେ ୧୦ ପ୍ରାର୍ଥୀ

ଦିଗପହଣ୍ଡି,୯।୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri