ସ୍କୁଲରେ ତାଲା ପକାଇଲେ ଗ୍ରାମବାସୀ: ଗଛତଳେ ପାଠ ପଢିଲେ ଛାତ୍ରୀଛାତ୍ର

ବୌଦ୍ଧ,୩।୫:(ଅଜିତ କୁମାର ବାରିକ ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ତୁକୁଲୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସଚି ପ୍ରଧାନ ଦୁଇଜଣ ଛାତ୍ରୀଙ୍କୁ ଦଣ୍ଡ ଦେଇଥିବାକୁ ନେଇ ଗ୍ରାମବାସୀ ବୌଦ୍ଧ ଜିଲା ଶିକ୍ଷାଅଧିକାରୀ ଓ ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ ନିକଟରେ ଅଭିଯୋଗ କରିଥିଲେ । ମାତ୍ର ଘଟଣାକୁ ଦୀର୍ଘଦିନ ବିତିଯାଇଥିଲେ ମଧ୍ୟ ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀ ସମ୍ପୁକ୍ତ ଘଟଣାକୁ ନେଇ କୌଣସି କାର୍ଯ୍ୟାନୁଷ୍ଠାନ ନ ନେବାରୁ ସୋମବାର ଗ୍ରାମବାସୀ ସ୍କୁଲ ଫାଟକରେ ତାଲାମାରି ଆନ୍ଦୋଳନରେ ବସିଛନ୍ତି । ସମସ୍ୟାର ସମାଧାନ ନ ହେବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ଗ୍ରାମବାସୀ କହିଛନ୍ତି । ଆନ୍ଦୋଳନ ଫଳରେ ଖରାରେ ଗଛତଳେ ଛାତ୍ରଛାତ୍ରୀ ପାଠ ପଢୁଥିବା ଦେଖିବାକୁ ମିଳିଛି । ଘଟଣାସ୍ଥଳକୁ ଜିଲା ଶିକ୍ଷାଧିକାରୀଙ୍କ ନିର୍ଦ୍ଦେଶ କ୍ରମେ ୩ ଜଣ ସିଆରସିସିଙ୍କ ସହ ADEO ଯାଇ ଘଟଣାର ସମାଧାନ କରିବାକୁ ବୁଝାସୁଝା କରିଥିଲେ। ସମ୍ପୃକ୍ତ ପ୍ରଧାନ ଶିକ୍ଷକ ଜଣଙ୍କୁ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ ରିପୋର୍ଟ କରିବା ସହ ସ୍କୁଲରୁ ଅନ୍ୟତ୍ର ବଦଳି କରାଯିବ ବୋଲି ADEO କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

‘ଶାନ୍ତିର ଦୂତ’ ଭାବରେ ନିଜକୁ ଉପସ୍ଥାପନ କରୁଥିବା ପାକିସ୍ତାନକୁ ଭାରତ ଦେଖାଇବ ତା’ର ଅସଲ ସ୍ଥାନ!

ନୂଆଦିଲ୍ଲୀ/ଇସଲାମାବାଦ,୩୦।୬: ‘ଶାନ୍ତି ସ୍ଥାପନକାରୀ’ ହେବାର ଆଳ ଦେଖାଇ ପାକିସ୍ତାନର ଆତଙ୍କବାଦ ସମ୍ପର୍କରେ ଦ୍ୱୈତ ମାନଦଣ୍ଡର ଖେଳ ଆଉ କାମ କରିବ ନାହିଁ। ଭାରତ ବିଶ୍ୱ ସ୍ତରରେ ପଡ଼ୋଶୀ…

ଆଜି ସୋସିଆଲ ମିଡିଆ ଦିବସ, ସୋସିଆଲ ମିଡିଆ ଡିଜିଟାଲ ଯୁଗରେ ଅବିଚ୍ଛେଦ୍ୟ ଅଙ୍ଗ

ବର୍ତ୍ତମାନ ସମୟରେ ସୋସିଆଲ ମିଡିଆର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଆଜିର ଡିଜିଟାଲ ଯୁଗରେ ସୋସିଆଲ ମିଡିଆ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି। ଫେସ୍‌ବୁକ, ଇନ୍‌ଷ୍ଟାଗ୍ରାମ୍‌,…

ରାଜ୍ୟ ସରକାରଙ୍କ ବଡ଼ ନିର୍ଦ୍ଦେଶ, ଆଧାର ଲିଙ୍କ୍‌ ନ କଲେ ପେନ୍‌ସନ୍‌ ନାହିଁ

ଭୁବନେଶ୍ୱର,୩୦।୬(ସୁନିତ୍‌ ମିଶ୍ର): ୨୦୨୬-୨୭ରେ ‘ଏସ୍‌ଏନ୍‌ଏ-ସ୍ପର୍ଶ’ ପ୍ଲାଟଫର୍ମ ଜରିଆରେ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ(ଏନ୍‌ଏସ୍‌ଏପି) ହିତାଧିକାରୀଙ୍କୁ ପେନ୍‌ସନ୍‌ ପ୍ରଦାନ କରାଯାଉଛି। ପୋର୍ଟାଲର ରିପୋର୍ଟ ମୁତାବକ ୩,୩୫,୮୫୦ ଜଣ ହିତାଧିକାରୀ…

ମୋଦିଙ୍କ ନାମ ନେଇ ଭାରତକୁ ସିଧାସଳଖ ଧମକ ଦେଲା ପାକିସ୍ତାନ, କହିଲା ‘ହାତ କାଟିଦେବୁ’, ଜାଣନ୍ତୁ ଏହାର ବଡ଼ କାରଣ

ଇସଲାମାବାଦ,୩୦।୬: ସିନ୍ଧୁ ଜଳ ଚୁକ୍ତି ବିବାଦ ସମ୍ପର୍କରେ ପାକିସ୍ତାନ ପୁଣି ଥରେ ଭାରତକୁ ଖାଲି ଧମକ ଦେଇଛି। ପାକିସ୍ତାନର ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ମୁସାଦିକ ମାଲିକ କହିଛନ୍ତି…

ଦ୍ରୁତ ଗତିରେ ଆଗକୁ ବଢୁଛି ମୌସୁମୀ: ଆଗାମୀ ୧୫ଘଣ୍ଟା ମଧ୍ୟରେ ୧୭ ରାଜ୍ୟରେ ପ୍ରବଳ ବର୍ଷା, ଜାରି ହେଲା ‘ମହା-ଆଲର୍ଟ’

ନୂଆଦିଲ୍ଲୀ,୩୦।୬: ପ୍ରବଳ ଗରମ ସହ ସଂଘର୍ଷ କରୁଥିବା ଦେଶବାସୀଙ୍କ ପାଇଁ ଏକ ଖୁସି ଖବର। ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଏବେ ଦ୍ରୁତ ଗତିରେ ଆଗକୁ ବଢ଼ୁଛି। ପାଣିପାଗ…

ସରକାରଙ୍କ ବଡ଼ ନିର୍ଦ୍ଦେଶ, ବିନା ଲାଇସେନ୍ସରେ ଷଣ୍ଢ ରଖିଲେ ଜରିମାନା

ଭୁବନେଶ୍ୱର,୩୦।୬(ରବିନାରାୟଣ ଜେନା): ଦୈନନ୍ଦିନ ବ୍ୟବସାୟରେ ସୁବିଧା(ଇଜ୍‌ଅଫ୍‌ ଡୁଇଂ ବିଜ୍‌ନେସ୍‌) ଏବଂ ଲୋକଙ୍କ ଜୀବନଯାପନର ସୁବିଧା (ଇଜ୍‌ ଅଫ୍‌ ଲିଭିଂ)କୁ ଆଗାମୀ ଦିନରେ ଆହୁରି ସୁଦୃଢ଼ କରିବା ଲକ୍ଷ୍ୟ…

ବୈଭବ ସୂର୍ଯ୍ୟବଂଶୀ ଇନ୍‌, ସଞ୍ଜୁ ସାମସନ ଆଉଟ? ଇଂଲଣ୍ଡ ବିପକ୍ଷ ପ୍ରଥମ ଟି-୨୦ ପାଇଁ ଭାରତର ସମ୍ଭାବ୍ୟ ପ୍ଲେଇଂ ଇଲେଭେନ

ନୂଆଦିଲ୍ଲୀ,୩୦।୬: ବେଲଫାଷ୍ଟରେ ଆୟରଲ୍ୟାଣ୍ଡ ବିପକ୍ଷରେ ଟି-୨୦ ସିରିଜରେ ଏକ ଆଶ୍ଚର୍ଯ୍ୟଜନକ ପରାଜୟ ପରେ, ଭାରତୀୟ ଦଳ ଏବେ ଇଂଲଣ୍ଡର ମୁକାବିଲା ପାଇଁ ପ୍ରସ୍ତୁତ। ଦୁଇ ଦଳ ମଧ୍ୟରେ…

ରାମ ଲଲ୍ଲାଙ୍କ ଦର୍ଶନ ପାଇଁ ଯାଉଥିବା ସମୟରେ ୟୁପି କଂଗ୍ରେସ ସଭାପତି ଅଜୟ ରାୟ ହାଉସ ଆରେଷ୍ଟ

ଲକ୍ଷ୍ନୌ,୩୦।୬: ପୋଲିସ ଉତ୍ତର ପ୍ରଦେଶ କଂଗ୍ରେସ ସଭାପତି ଅଜୟ ରାୟଙ୍କୁ ଗୃହବନ୍ଦୀ କରିଛି। ଅଜୟ ରାୟ ଆଜି (ମଙ୍ଗଳବାର, ଜୁନ ୩୦) ରାମ ମନ୍ଦିର ପରିଦର୍ଶନ କରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri