ଅସ୍ଥାୟୀ ଅଙ୍ଗନଓ୍ବାଡି କେନ୍ଦ୍ରରେ ତାଲା ପକାଇଲେ ଗ୍ରାମବାସୀ

ସାରସକଣା,୫।୧୧(ଡି.ଏନ.ଏ.): ୪ବର୍ଷ ହେଲା ଗ୍ରାମରେ ସ୍ଥାୟୀ ଅଙ୍ଗନଓ୍ବାଡି କେନ୍ଦ୍ର ନାହିଁ। ଏକ କ୍ଲବ ଗୃହକୁ ଅସ୍ଥାୟୀ ଅଙ୍ଗନଓ୍ବାଡି ରୂପେ ବ୍ୟବହାର କରି ପିଲାଙ୍କୁ ପଢ଼ାଯାଉଛି। ନୂତନ କେନ୍ଦ୍ର ନିର୍ମାଣ ଦିଗରେ ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉ ନାହିଁ। ଏହାକୁ ନେଇ ଗ୍ରାମବାସୀ ଅସନ୍ତୋଷ ପ୍ରକାଶ କରି ଅସ୍ଥାୟୀ ଅଙ୍ଗନଓ୍ବାଡି କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି। ଫଳରେ ପିଲାମାନଙ୍କୁ ଗଛ ତଳେ ବସି ପଢ଼ିବାକୁ ପଡ଼ିଛି। ମୟୂରଭଞ୍ଜ ଜିଲା ସାରସକଣା ବ୍ଲକର ରାଜାଲୋକା ଗ୍ରାମରେ ଶୁକ୍ରବାର ଏଭଳି ଘଟଣା ଦେଖିବାକୁ ମିଳିଛି।
ପ୍ରକାଶ ଯେ, ୨୦୧୮ ଏପ୍ରିଲରେ ଗ୍ରାମରେ ଥିବା ପୁରାତନ ଅଙ୍ଗନଓ୍ବାଡି କେନ୍ଦ୍ରର ଛାତ ଖସିପଡ଼ିବାରୁ ଉକ୍ତ ଗୃହକୁ ଅଚଳ କରିଦିଆଯାଇଥିଲା। ସେବେଠାରୁ ଏଠାରେ ସ୍ଥାୟୀ ଅଙ୍ଗନଓ୍ବାଡି ଗୃହ ନାହିଁ। ଗ୍ରାମର ଏକ କ୍ଲବ ଘରକୁ ଅସ୍ଥାୟୀ ଭାବେ ଅଙ୍ଗନଓ୍ବାଡି କେନ୍ଦ୍ର ରୂପେ ବ୍ୟବହାର କରିବାକୁ ଗ୍ରାମବାସୀଙ୍କ ଅନୁମୋଦନ କ୍ରମେ ଦିଆଯାଇଥିଲା। ଗ୍ରାମବାସୀଙ୍କ କହିବା ମୁତାବକ ୬ ମାସ ପାଇଁ କ୍ଲବ ଘରକୁ ବ୍ୟବହାର କରିବାକୁ ନିଷ୍ପତ୍ତି ନେଇ ୪ ବର୍ଷ ପରେ ବି ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ଦିଗରେ ପଦକ୍ଷେପ ନିଆଯାଉ ନ ଥିବାରୁ ସେମାନେ ତାଲା ପକାଇ ଦେଇଛନ୍ତି। ରାଜାଲୋକା ସରପଞ୍ଚ ରବିକାନ୍ତ ସିଂ ପହଞ୍ଚି ଗ୍ରାମବାସୀଙ୍କ ସହ ଆଲୋଚନା କରି କ୍ଲବ ଗୃହ ଛାତ ଫାଟି ଯାଇଥିବାରୁ ବିପଦସଙ୍କୁଳ ଥିବା କହିଥିଲେ। ଅସ୍ଥାୟୀ ଭାବେ ପଞ୍ଚାୟତ ଗୃହକୁ ବ୍ୟବହାର କରିବାକୁ ସରପଞ୍ଚ କହିଥିଲେ ମଧ୍ୟ ଗ୍ରାମଠାରୁ ଦୂର ହେଉଥିବାରୁ ପିଲାମାନଙ୍କ ଯାତାୟାତରେ ଅସୁବିଧା ହେବ ବୋଲି ପ୍ରକାଶ କରିଥିଲେ ୱାର୍ଡସଭ୍ୟ ଯାଜ୍ଞସିନୀ ପ୍ରତିହାରୀ। ଏନେଇ ସିଡିପିଓ ଭାନୁମତୀ ବେହେରା କହିଛନ୍ତି, ଉକ୍ତ ଗ୍ରାମରେ ଅଙ୍ଗନଓ୍ବାଡି କେନ୍ଦ୍ର ପାଇଁ ଅନେକ ଥର ବିଡିଓଙ୍କୁ ଜଣାଇବା ସହ ଚିଠି ଜରିଆରେ ଜିଲାପାଳ ଓ ଜିଲା କଲ୍ୟାଣ ଅଧିକାରୀଙ୍କୁ ଜଣାଇଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଇ ନାହିଁ। ତେବେ ଶନିବାରଠାରୁ ଅସ୍ଥାୟୀ ଭାବେ ଗ୍ରାମର ଏକ ଘରକୁ ଭଡ଼ାସୂତ୍ରରେ ନିଆଯାଇ ଅଙ୍ଗନଓ୍ବାଡି କେନ୍ଦ୍ର ଚାଲିବ। ଜିଲା ପ୍ରଶାସନ ସହ ଆଲୋଚନା କରି ନୂତନ କେନ୍ଦ୍ର ନିର୍ମାଣ ପାଇଁ ଖୁବ୍‌ଶୀଘ୍ର ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ କଟିବ ଚାଲାଣ: ହୋଇଯାନ୍ତୁ ସାବଧାନ

କଟକ,୨।୪(କାର୍ତ୍ତିକ ସାହୁ):ମୋଟର ଯାନ ଆଇନ ଅନୁଯାୟୀ ଯାନର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (ପିୟୁସିସି) ନ ଥିଲେ ଏପ୍ରିଲ ୨ରୁ ଚାଲାଣ କଟିବ। ଏ ବାବଦରେ ମୋଟରଯାନ ବ୍ୟବହାରକାରୀମାନେ…

ଶେଷରେ ଏମିତି କହିଦେଲେ ନିଶିକାନ୍ତ ଦୁବେ: ଯଦି ବାଧିଥାଏ…

ଭୁବନେଶ୍ୱର, ୨।୪(ସୁନିତ୍‌ ମିଶ୍ର):ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବାବଦରେ ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ବିବାଦୀୟ ବୟାନକୁ ନେଇ ରାଜନୀତି ଥମିବାର ନାଁ ଧରୁନାହିଁ। ସବୁଆଡୁ…

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri