ଅଙ୍ଗନଓ୍ବାଡି କେନ୍ଦ୍ରରେ ତାଲା ପକାଇଲେ ଗ୍ରାମବାସୀ

ମୋରଡ଼ା,୨୧ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ଅଧୀନ ଭାଲିଆଡିହା ପଞ୍ଚାୟତର ଡାକୋଇ ଅଙ୍ଗନଓ୍ବାଡି କେନ୍ଦ୍ରରେ ସୋମବାର ଗ୍ରାମର ମହିଳାମାନେ ତାଲା ପକାଇଛନ୍ତି।

ସୂଚନା ଅନୁଯାୟୀ, ଆଜକୁ ପ୍ରାୟ ଏକ ବର୍ଷ ତଳେ ଉକ୍ତ ଅଙ୍ଗନଓ୍ବାଡି କେନ୍ଦ୍ରରେ ସହାୟିକା ନିଯୁକ୍ତି ପାଇଁ ଗ୍ରାମର ଜଣେ ଗରିବ ବିଧବା ମହିଳା ଲକ୍ଷ୍ମୀ ସିଂଙ୍କୁ ନିଯୁକ୍ତି ଦିଆଯାଉ ବୋଲି ଗ୍ରାମବାସୀ ମୋରଡା ସିଡିପିଓ ମିତା ନାଏକଙ୍କୁ ଅନୁରୋଧ କରିଥିଲେ। କିନ୍ତୁ ସିଡିପିଓ ସୁବାସିନୀ ସିଂ ନାମକ ଜଣେ ବିବାହିତା ମହିଳାଙ୍କୁ ଏଠାରେ ନିଯୁକ୍ତି ଦେଇଥିଲେ। ଯାହାକୁ ଗ୍ରାମବାସୀ ପ୍ରଥମରୁ ବିରୋଧ କରି ଆସୁଛନ୍ତି। ଫଳରେ ଉତ୍ତ୍ୟକ୍ତ ଗ୍ରାମବାସୀ ବାରିପଦା-ଚିତ୍ରଡା ରାଜ୍ୟ ରାଜପଥର କାଳରଫୁଲିଆ ଛକ ନିକଟରେ ରାସ୍ତା ଅବରୋଧ କରିଥିଲେ। ସେତେବେଳେ ଘଟଣାସ୍ଥଳରେ ବେତନଟି ପୋଲିସ ଏବଂ ପ୍ରଶାସନ ପହଞ୍ଚି ଗ୍ରାମବାସୀଙ୍କ ସହିତ ଆଲୋଚନା କରି ଉକ୍ତ ଘଟଣାର ସମାଧାନ ହୋଇଥିଲା l ଉକ୍ତ ଅଙ୍ଗନଓ୍ବାଡିକୁ ନିକଟସ୍ଥ ଅମଣନାମା ଅଙ୍ଗନଓ୍ବାଡି କେନ୍ଦ୍ର ସହିତ ଟ୍ୟାଗ କରି ଛୋଟ ଛୋଟ ପିଲା, ଗର୍ଭବତୀ ମହିଳାମାନଙ୍କ ପାଇଁ ଯାହା କିଛି ସରକାରଙ୍କର ସୁବିଧା ଅଛି, ସେସବୁ ଯୋଗାଇ ଦେବାକୁ ଗ୍ରାମବାସୀ କହିଥିଲେ।
ତେବେ ଏତେସବୁ ଘଟଣା ଘଟିଥିଲେ ମଧ୍ୟ ସିଡିପିଓ ମିତା ନାଏକ କୌଣସି ଆଖି ଦୃଶିଆ ପଦକ୍ଷେପ ନେଇ ନ ଥିଲେ।
କିନ୍ତୁ ପୁଣି ଗତ ୪ଦିନ ହେବ ସୁବାସିନୀ ସିଂ ଅଙ୍ଗନଓ୍ବାଡି କେନ୍ଦ୍ରକୁ ଆସି ଡ୍ୟୁଟି କରୁଛନ୍ତି l ଫଳରେ ଆଜି ଗ୍ରାମର ଉତ୍ତ୍ୟକ୍ତ ମହିଳାମାନେ ଅଙ୍ଗନଓ୍ବାଡି କେନ୍ଦ୍ରରେ ତାଲା ପକାଇଛନ୍ତି l ଉକ୍ତ ଘଟଣାର ସମାଧାନ ନ ହେବା ଯାଏ କେନ୍ଦ୍ରରେ ତାଲା ଝୁଲିବ ବୋଲି କହିଛନ୍ତି ଗ୍ରାମବାସୀ ଅପର୍ଣ୍ଣା ବେହେରା, ନିନି ସେଠୀ, ସସ୍ମିତା ବେହେରା, କଳ୍ପନା ବେହେରା, ପ୍ରମିଳା ବେହେରା, ସାବିତ୍ରୀ ବେହେରା, ବାସନ୍ତୀ ବେହେରା ପ୍ରମୁଖ।

ସୂଚନାଯୋଗ୍ୟ, ଅଙ୍ଗନଓ୍ବାଡି ପାଚିକା ତଥା ସହାୟିକା ନିଯୁକ୍ତି ପାଇଁ ମୋରଡ଼ା ଆଇସିଡିଏସ୍‌ ଅଫିସର କର୍ମଚାରୀମାନେ ଅନେକ ବିବାଦ ଘେରକୁ ଆସିଥିଲେ ମଧ୍ୟ ପ୍ରଶାସନ ଏଯାଏ କୌଣସି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିନାହିଁ ଏବଂ ସିଡିପିଓ ମିତା ନାଏକ ଉକ୍ତ ଘଟଣାରେ କେବେ ସମାଧାନ କରୁଛନ୍ତି, ତାହା ଦେଖିବାକୁ ବାକି ରହିଲା।
ଏନେଇ ସିଡିପିଓ ମିତା ନାଏକଙ୍କୁ ଯୋଗାଯୋଗ କରିଥିଲେ ମଧ୍ୟ ଯୋଗାଯୋଗ ସମ୍ଭବ ହୋଇ ପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସାମାଜିକ କର୍ମୀ ଲିଙ୍ଗରାଜ ଆଜାଦ ଗିରଫ: ଏହି କାରଣ ପାଇଁ…

ଭବାନୀପାଟଣା,୨୭।୩(ଉତ୍ତମ କୁମାର ଦାଶ): ବିଶିଷ୍ଟ ସାମାଜିକ କର୍ମୀ ଲିଙ୍ଗରାଜ ଆଜାଦ ଗିରଫ ହୋଇଛନ୍ତି। କଳାହାଣ୍ଡି ଜିଲା କର୍ଲାପାଟ ପୋଲିସ ଦ୍ବାରା ଲିଙ୍ଗରାଜ ଆଜାଦଙ୍କୁ ଗତ ୨୫ ତାରିଖରୁ…

ଶିଶୁ ସେନା ନେବେ ଖାମେନେଇଙ୍କ ମୃତ୍ୟୁର ପ୍ରତିଶୋଧ? ଇରାନୀ ସେନାରେ ଭର୍ତ୍ତି ହେଲେଣି ୧୨ ବର୍ଷ ବୟସ୍କ ପିଲା!

ତେହରାନ୍‌,୨୭।୩: ଇରାନର ଇସଲାମିକ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଏକ ନୂତନ ପଦକ୍ଷେପ ଅଧୀନରେ ସୁରକ୍ଷା ଏବଂ ଯୁଦ୍ଧ ସହାୟତା କାର୍ଯ୍ୟ ପାଇଁ ସର୍ବନିମ୍ନ ବୟସ ସୀମାକୁ…

ପୋତି ହୋଇଯାଉଛି ବିରୂପା ନଦୀଶଯ୍ୟା, ଜଳପଥ ନିର୍ମାଣ ପ୍ରସ୍ତାବ ସନ୍ଦୀହାନ

ଚଣ୍ଡିଖୋଲ,୨୭ା୩(ପ୍ରଦୀପ୍ତ କୁମାର ପୃଷ୍ଟି): ମହାନଦୀର ଶାଖା ନଦୀ ହେଉଛି ବିରୂପା ଓ ଗେଙ୍ଗୁଟି। ଦୀର୍ଘ ବର୍ଷ ହେବ ଏହି ନଦୀଖନନ ନ ହେବା ଦ୍ବାରା ନଦୀ ଶଯ୍ୟା…

LPGକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ୭୦% ପର୍ଯ୍ୟନ୍ତ ବଢିଲା…

ନୂଆଦିଲ୍ଲୀ,୨୭।୩: ଶିଳ୍ପ ଏବଂ ବାଣିଜ୍ୟିକ କ୍ଷେତ୍ରକୁ ଆଶ୍ୱସ୍ତି ପ୍ରଦାନ କରି କେନ୍ଦ୍ର ସରକାର ଅଣ-ଘରୋଇ ଏଲପିଜିର ଆବଣ୍ଟନକୁ ଯଥେଷ୍ଟ ବୃଦ୍ଧି କରିଛନ୍ତି। ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ…

ବଦଳିଲେ ବିଧାୟକ ରାମଚନ୍ଦ୍ର କାଡାମଙ୍କ ପ୍ରତିନିଧି, ଏହି ବ୍ୟକ୍ତିଙ୍କୁ ମିଳିଲା ଦାୟିତ୍ୱ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ପଟ୍ଟାଙ୍ଗି,୨୭।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ନିମନ୍ତେ ବିଧାୟକ ରାମଚନ୍ଦ୍ର କାଡାମଙ୍କ ପ୍ରତିନିଧି ଭାବେ ଗୁପ୍ତ ଶଙ୍କର ପଟ୍ଟନାୟକଙ୍କୁ ବିଧାୟକ କାଡାମ ମନୋନୀତ କରିଛନ୍ତି।…

ସରପଞ୍ଚ, ସମିତି ସଭ୍ୟଙ୍କ ପ୍ରତିନିଧିଙ୍କୁ ଅଟକ ପ୍ରତିବାଦ: ଧାରଣାରେ ବସିଲେ ପୂର୍ବତନ ଏମପି

ଲୋଇସିଂହା,୨୭।୩(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ରାମପୁର ଗ୍ରାମରେ ରାମନବମୀ ଉପଲକ୍ଷେ ଅନୁଷ୍ଠିତ ଷୋହଳ ପ୍ରହର ନାମ ଯଜ୍ଞରେ ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରୀ ଯୋଗଦାନ…

ପରଭେଶ ବର୍ମାଙ୍କ ବଡ଼ ଘୋଷଣା: ପାଣି ଟାଙ୍କି ସଫା କରିବେ ଦିଲ୍ଲୀ ସରକାର

ନୂଆଦିଲ୍ଲୀ,୨୭।୩: ଦିଲ୍ଲୀରେ ଜଳ ସଙ୍କଟ ସମସ୍ୟାରେ ସମାଧାନ ପାଇଁ ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଦିଲ୍ଲୀ ଜଳ ମନ୍ତ୍ରୀ ପ୍ରବେଶ ବର୍ମା ଶୁକ୍ରବାର ଘୋଷଣା କରି…

ମୁନିସିପେଣ୍ଠ ସ୍ବାସ୍ଥ୍ୟ କେନ୍ଦ୍ର ପରିଦର୍ଶନ କଲେ ଆନ୍ଧ୍ରର ୩୦ ବିଡ଼ିଓ

ଛତ୍ରପୁର,୨୭।୩(ଦିଲ୍ଲୀପ ସାମଲ): ଛତ୍ରପୁର ବ୍ଲକ ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଆନ୍ଧ୍ରପ୍ରଦେଶ ରାଜ୍ୟରୁ ୩୦ ଜଣିଆ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପରିଦର୍ଶନ କରିଛନ୍ତି। ଉପସ୍ଥିତ ଥିବା ଅତିଥିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri