ବିଦ୍ୟାଳୟକୁ ଶିକ୍ଷକ ଡେରିରେ ଆସିବାରୁ ତାଲା ପକାଇଲେ ଗ୍ରାମବାସୀ

କୁନ୍ଦୁରା,୨୮ା୨ (ଡି.ଏନ.ଏ.): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଆସନା ପଞ୍ଚାୟତର ଆମ୍ବଗୁଡା ପ୍ରାଥମିକ ବିଦ୍ୟାଳୟରେ ସୋମବାର ଗ୍ରାମବାସୀ ତାଲା ପକାଇଛନ୍ତ। ପୂର୍ବାହ୍ନ ୧୧ଟା ସୁଦ୍ଧା ବିଦ୍ୟାଳୟ ଖୋଲି ନ ଥିଲା। ବିଦ୍ୟାଳୟ ପରିସରରେ ୫୦ରୁ ଉର୍ଦ୍ଧ୍ୱ ଛାତ୍ରୀଛାତ୍ର ବୁଲୁଥିଲେ। ୧୧ଟା ସୁଦ୍ଧା ବିଦ୍ୟାଳୟ ଖୋଲି ନ ଥିବା ଦେଖି ଅଭିଭାବକ ଓ ଗ୍ରାମବାସୀ ଛାତ୍ରୀଛାତ୍ରଙ୍କୁ ନିଜ ନିଜ ଘରକୁ ପଠାଇ ଦେଇଥିଲେ l ପରେ ଶିକ୍ଷକ ସତ୍ୟ ନାରାୟଣ ବିଶୋୟୀ ଆସିଥିଲେ। ଘରକୁ ଫେରି ଯାଇଥିବା ପିଲାଙ୍କୁ ଡାକି ସ୍କୁଲ ଖୋଲିବାକୁ ଗ୍ରାମବାସୀ ଓ ଅଭିଭାବକଙ୍କ ସହ ଆଲୋଚନା କରିଥିଲେ। ମାତ୍ର ଏହା ପ୍ରଥମ ଥର ନୁହେଁ ଏପରି ବହୁବାର ହେଲାଣି। ବାରମ୍ବାର କହିବା ପରେ ମଧ୍ୟ ଠିକ୍‌ ସମୟରେ ସ୍କୁଲ ନ ଖୋଲିବା, ସମସ୍ତ ଶିକ୍ଷକ ଠିକ୍‌ ସମୟରେ ନ ଆସିବା ନେଇ ଅଭିଯୋଗ କରି ଗ୍ରାମବାସୀ ତାଲା ଖୋଲି ନଥିଲେ। ପ୍ରଧାନ ଶିକ୍ଷକ ଜୟନ୍ତ ତ୍ରିପାଠୀଙ୍କୁ ପଚାରିବାରୁ ସେ କହିଥିଲେ, ବିଦ୍ୟାଳୟରେ ପ୍ରଥମ ରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୭୦ ଜଣ ଛାତ୍ରଛାତ୍ରୀ ପଢ଼ୁଛନ୍ତି I ସେ ସାମର୍ଥ୍ୟ ତାଲିମ୍‌ ନେଉଛନ୍ତି ଏବଂ ଅନ୍ୟ ଜଣେ ସହଶିକ୍ଷକ ଛୁଟିରେ ଥିବା ବେଳେ ସୋମବାର ଜଣେ ଶିକ୍ଷକ କାର୍ଯ୍ୟରତ ଥିଲେ। ସେ ଏକ ଘଣ୍ଟା ବିଳମ୍ବରେ ସ୍କୁଲକୁ ଯାଇଥିବାରୁ ଏହି ସମସ୍ୟା ଦେଖା ଦେଇଛି ବୋଲି କହିଛନ୍ତି। ଅନ୍ୟପକ୍ଷରେ ବିଦ୍ୟାଳୟର ଏହି ସମସ୍ୟା ନେଇ ଗ୍ରାମବାସୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ତିଳୋତ୍ତମା ଗରଡ଼ାଙ୍କୁ ଭେଟି ଅଭିଯୋଗ ପତ୍ର ଦେଇଛନ୍ତି l ଏ ନେଇ ଗୋଷ୍ଠୀ ଶିକ୍ଷା ଅଧିକାରୀ ଗରଡ଼ାଙ୍କୁ ପଚାରିବାରୁ ଗ୍ରାମବାସୀ ଦେଇଥିବା ଅଭିଯୋଗ ଗ୍ରହଣ କରିଛନ୍ତି। ଅଭିଯୋଗର ତଦନ୍ତ ପାଇଁ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛି। ରିପୋର୍ଟ ଆସିବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?