ବିଦ୍ୟାଳୟକୁ ଶିକ୍ଷକ ଡେରିରେ ଆସିବାରୁ ତାଲା ପକାଇଲେ ଗ୍ରାମବାସୀ

କୁନ୍ଦୁରା,୨୮ା୨ (ଡି.ଏନ.ଏ.): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଆସନା ପଞ୍ଚାୟତର ଆମ୍ବଗୁଡା ପ୍ରାଥମିକ ବିଦ୍ୟାଳୟରେ ସୋମବାର ଗ୍ରାମବାସୀ ତାଲା ପକାଇଛନ୍ତ। ପୂର୍ବାହ୍ନ ୧୧ଟା ସୁଦ୍ଧା ବିଦ୍ୟାଳୟ ଖୋଲି ନ ଥିଲା। ବିଦ୍ୟାଳୟ ପରିସରରେ ୫୦ରୁ ଉର୍ଦ୍ଧ୍ୱ ଛାତ୍ରୀଛାତ୍ର ବୁଲୁଥିଲେ। ୧୧ଟା ସୁଦ୍ଧା ବିଦ୍ୟାଳୟ ଖୋଲି ନ ଥିବା ଦେଖି ଅଭିଭାବକ ଓ ଗ୍ରାମବାସୀ ଛାତ୍ରୀଛାତ୍ରଙ୍କୁ ନିଜ ନିଜ ଘରକୁ ପଠାଇ ଦେଇଥିଲେ l ପରେ ଶିକ୍ଷକ ସତ୍ୟ ନାରାୟଣ ବିଶୋୟୀ ଆସିଥିଲେ। ଘରକୁ ଫେରି ଯାଇଥିବା ପିଲାଙ୍କୁ ଡାକି ସ୍କୁଲ ଖୋଲିବାକୁ ଗ୍ରାମବାସୀ ଓ ଅଭିଭାବକଙ୍କ ସହ ଆଲୋଚନା କରିଥିଲେ। ମାତ୍ର ଏହା ପ୍ରଥମ ଥର ନୁହେଁ ଏପରି ବହୁବାର ହେଲାଣି। ବାରମ୍ବାର କହିବା ପରେ ମଧ୍ୟ ଠିକ୍‌ ସମୟରେ ସ୍କୁଲ ନ ଖୋଲିବା, ସମସ୍ତ ଶିକ୍ଷକ ଠିକ୍‌ ସମୟରେ ନ ଆସିବା ନେଇ ଅଭିଯୋଗ କରି ଗ୍ରାମବାସୀ ତାଲା ଖୋଲି ନଥିଲେ। ପ୍ରଧାନ ଶିକ୍ଷକ ଜୟନ୍ତ ତ୍ରିପାଠୀଙ୍କୁ ପଚାରିବାରୁ ସେ କହିଥିଲେ, ବିଦ୍ୟାଳୟରେ ପ୍ରଥମ ରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୭୦ ଜଣ ଛାତ୍ରଛାତ୍ରୀ ପଢ଼ୁଛନ୍ତି I ସେ ସାମର୍ଥ୍ୟ ତାଲିମ୍‌ ନେଉଛନ୍ତି ଏବଂ ଅନ୍ୟ ଜଣେ ସହଶିକ୍ଷକ ଛୁଟିରେ ଥିବା ବେଳେ ସୋମବାର ଜଣେ ଶିକ୍ଷକ କାର୍ଯ୍ୟରତ ଥିଲେ। ସେ ଏକ ଘଣ୍ଟା ବିଳମ୍ବରେ ସ୍କୁଲକୁ ଯାଇଥିବାରୁ ଏହି ସମସ୍ୟା ଦେଖା ଦେଇଛି ବୋଲି କହିଛନ୍ତି। ଅନ୍ୟପକ୍ଷରେ ବିଦ୍ୟାଳୟର ଏହି ସମସ୍ୟା ନେଇ ଗ୍ରାମବାସୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ତିଳୋତ୍ତମା ଗରଡ଼ାଙ୍କୁ ଭେଟି ଅଭିଯୋଗ ପତ୍ର ଦେଇଛନ୍ତି l ଏ ନେଇ ଗୋଷ୍ଠୀ ଶିକ୍ଷା ଅଧିକାରୀ ଗରଡ଼ାଙ୍କୁ ପଚାରିବାରୁ ଗ୍ରାମବାସୀ ଦେଇଥିବା ଅଭିଯୋଗ ଗ୍ରହଣ କରିଛନ୍ତି। ଅଭିଯୋଗର ତଦନ୍ତ ପାଇଁ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛି। ରିପୋର୍ଟ ଆସିବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିନା ବିଦ୍ୟୁତ୍‌ରେ ସମୁଦ୍ର ପାଣି ହେବ ପିଇବାଯୋଗ୍ୟ

ବେଜିଂ, ୨ା୭: ଚାଇନାର ଗବେଷକମାନେ ଏକ ଅଭିନବ ସୌରଶକ୍ତିଚାଳିତ ଜଳ ବିଶୋଧନ ପ୍ରଯୁକ୍ତି ପ୍ରସ୍ତୁତ କରିଛନ୍ତି, ଯାହା ସମୁଦ୍ରର ଲୁଣି ପାଣିକୁ ଅତି ସହଜରେ ପିଇବା ଯୋଗ୍ୟ…

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି।…

ସନାତନ ଧର୍ମର ସାତ୍ତ୍ୱିକ ପରିଚୟ

ସନାତନ ଧର୍ମ ବିଷୟରେ ସମସାମୟିକ ଭାରତୀୟ ରାଜନୈତିକ ସ୍ତରରେ ସବୁଠୁ ବେଶି ଆଲୋଚନା ହେଉଛି, କିିନ୍ତୁ ଏହି ଶବ୍ଦକୁ ସବୁଠାରୁ କମ୍‌ ବୁଝାଯାଉଥିବା ଜଣାପଡ଼ୁଛି। ଶାବ୍ଦିକ ଅର୍ଥରେ…

ମଣିଷଠାରୁ ମହାନ୍‌

ଓଡ଼ିଆ ସବୁଜ ସାହିତ୍ୟର ମହାରଥୀ କାଳିନ୍ଦୀଚରଣ ପାଣିଗ୍ରାହୀ ଏକାଧାରରେ ଥିଲେ କବି, ଗାଳ୍ପିକ, ଔପନ୍ୟାସିକ, ନାଟ୍ୟକାର ଓ ପ୍ରାବନ୍ଧିକ। କାଳଜୟୀ ଉପନ୍ୟାସ ‘ମାଟିର ମଣିଷ’ ପାଇଁ ସେ…

ଅକ୍ଟୋବର ସୁଦ୍ଧା ସରିବ ପୋଲିସ ଏସ୍‌ଆଇ ପରୀକ୍ଷା

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପ୍ରଶ୍ନପତ୍ର ଲିକ୍‌ ଓ ନିଯୁକ୍ତି ଅନିୟମିତା ଯୋଗୁ ଦେଢ଼ବର୍ଷ ଧରି ପୋଲିସ ସବ୍‌-ଇନ୍ସପେକ୍ଟର (ଏସ୍‌ଆଇ) ପରୀକ୍ଷା ଅନିଶ୍ଚିତତା ଭିତରେ ରହିଥିବାବେଳେ ଇତିମଧ୍ୟରେ ବହୁ ଆବେଦନକାରୀଙ୍କ…

ଗୋଲ୍ଡେନ୍‌ ବୁଟ୍‌ ରେସ୍‌ରେ ମେସିଙ୍କ ସମକକ୍ଷ ଏମ୍‌ବାପେ

ଇଷ୍ଟ ରଦରଫୋର୍ଡ,୨ା୭ (ଏପି):ଚଳିତ ଫିଫା ବିଶ୍ୱକପ୍‌ରେ ଫ୍ରାନ୍ସ ତା’ର ବିଜୟଧାରା ଜାରି ରଖି ପ୍ରି-କ୍ୱାର୍ଟରରେ ପ୍ରବେଶ କରିଛି। କିଲିଆନ ଏମ୍‌ବାପେଙ୍କ ଡବଲ ଗୋଲ୍‌ ବଳରେ ବୁଧବାର ଅନୁଷ୍ଠିତ…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri