ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ନିୟମଗିରି ପାହାଡ଼ରେ ଅବସ୍ଥିତ ପାରସାଲି ପଞ୍ଚାୟତରେ ବସବାସ କରୁଥିବା ଡଙ୍ଗରିଆ କନ୍ଧ ସମ୍ପ୍ରଦାୟ ଆଜି ବି ମୌଳିକ ସୁବିଧାରୁ ବଞ୍ଚିତ ରହିଥିବା ଅଭିଯୋଗ ହୋଇଥିଲା। ଏଠାରେ ବହୁ ବିପିଏଲ୍‌ ହିତାଧିକାରୀ ରହିଥିଲେ ହେଁ ଗାଁ ନିକଟରେ ଚାଉଳ ମିଳିପାରୁନାହିଁ । ଟଙ୍କିକିଆ ଚାଉଳ ପାଇଁ ଲାକପଦର ଗ୍ରାମରୁ ୧୫ କି.ମି. ଦୂରରେ ଅବସ୍ଥିତ ପାରସାଲି ପଞ୍ଚାୟତ କାର୍ଯ୍ୟାଳୟକୁ ଆସିବାକୁ ପଡ଼ୁଛି।

ଏନେଇ ଧରିତ୍ରୀରେ ଖବର ପ୍ରକାଶ ପାଇଥିଲା। ଏହା ପରେ ବୁଧବାର ଜିଲାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କୁ ଭେଟିଛନ୍ତି ଗ୍ରାମବାସୀ। ଜିଲାପାଳ କହିଛନ୍ତି, ଗ୍ରାମବାସୀ ପ୍ରଶାସନ ଉପରେ ବିଶ୍ୱାସ ଭରସା ରଖି ଆସିଛନ୍ତି, ଖୁସିର କଥା। ସେମାନଙ୍କର ଯାହା କିଛି ସମସ୍ୟା ଅଛି ସେସବୁର ସମାଧାନ କରାଯିବ।

କଲ୍ୟାଣସିଂହପୁରଠାରୁ ଲାକପଦରୁ କୌଣସି ସରକାରୀ ବସ୍‌ ସେବା ଉପଲବ୍ଧ ନ ଥିବାରୁ ଲୋକେ ବହୁତ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବିଶୁଦ୍ଧ ପାନୀୟ ଜଳ ବ୍ୟବସ୍ଥା ନ ଥିବା କାରଣରୁ ଲୋକେ ପାହାଡ଼ିଆ ଝରଣା ପାଣି ପିଇବାକୁ ବାଧ୍ୟ ହେଉଛନ୍ତି। ଗୁଣାତ୍ମକ ସ୍ବାସ୍ଥ୍ୟସେବା ମଧ୍ୟ ମିଳୁନାହିଁ। ଗମନାଗମନ ପାଇଁ ରହିଥିବା ରାସ୍ତା ଅବସ୍ଥା ଶୋଚନୀୟ। ରାସ୍ତା ନିର୍ମାଣ ନିମ୍ନମାନର ହେଉଥିବା ବେଳେ ଏଯାବତ୍‌ ନିର୍ମାଣ ଶେଷ ହୋଇନାହିଁ ବୋଲି ଅଞ୍ଚଳବାସୀ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଥିଲେ।  ଜିଲାପାଳ ସବୁ ସମସ୍ୟାର ସମାଧାନ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗଭୀର ଅବପାତ: ଗଞ୍ଜାମରେ ପ୍ରଶାସନର ହାଇ-ଆଲର୍ଟ, ୨୧୬ ଜଣ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର

ଛତ୍ରପୁର, ୨୨।୯(ଦିଲ୍ଲୀପ ସାମଲ): ସମ୍ଭାବ୍ୟ ଗଭୀର ଅବପାତ ଓ ପ୍ରବଳ ବର୍ଷା ଜନିତ ବିପର୍ଯ୍ୟୟର ମୁକାବିଲା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ…

‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍

ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

ପୋଷଣ ସହ ବଢ଼ିବ ମନୋବଳ: ଗୁଡ଼ାରିରେ ଯକ୍ଷ୍ମା ଆକ୍ରାନ୍ତଙ୍କୁ ପୋଷଣ ଖାଦ୍ୟ ବାସ୍କେଟ ବଣ୍ଟନ, ଏମ୍‌ସିଏଲ୍‌ର ପ୍ରଶଂସନୀୟ…

ଗୁଡ଼ାରି, ୨୨।୯(ପ୍ରମୋଦ କୁମାର ପତି): ‘ପ୍ରଧାନମନ୍ତ୍ରୀ ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ରାୟଗଡ଼ା ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀଙ୍କ ତତ୍ତ୍ୱାବଧାନରେ ଗୁଡ଼ାରି ବ୍ଲକରେ ଚିହ୍ନଟ ହୋଇଥିବା ୫୧…

ହାଟଡିହୀର ଦୀପ୍ତିମୟୀଙ୍କୁ ବଡ଼ ଦାୟିତ୍ୱ: କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି; ଛୁଟୁଛି ଶୁଭେଚ୍ଛାର…

ହାଟଡିହୀ,୨୨।୯(ଶୁଭକାନ୍ତ ନାୟକ): ଭାରତୀୟ ଜନତା ପାର୍ଟିର କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି ଭାବେ ହାଟଡିହୀ ବ୍ଲକ ବଞ୍ଚୋ ଗ୍ରାମର ଦୀପ୍ତିମୟୀ ଖୁଣ୍ଟିଆଙ୍କୁ ମନୋନୀତ କରାଯାଇଛି। ଭାଜପା…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଆଉ ନାହାନ୍ତି ବିଶିଷ୍ଟ ଶିକ୍ଷାବିତ୍ ପ୍ରଫେସର ଡ. ଗୋପବନ୍ଧୁ ବେହେରା: କଳାହାଣ୍ଡିରେ ଶୋକର ଛାୟା

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଜଣେ ଅଗ୍ରଣୀ ଶିକ୍ଷାବିତ୍, ଆଦର୍ଶ ମାର୍ଗଦର୍ଶକ ତଥା ବିଶିଷ୍ଟ ରସାୟନ ବିଜ୍ଞାନ ପ୍ରଫେସର ଡକ୍ଟର ଗୋପବନ୍ଧୁ ବେହେରାଙ୍କର ୮୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?