ଜଳବନ୍ଦୀରେ ବଳଭଦ୍ରପୁର ଗ୍ରାମବାସୀ

ଜେନାପୁର,୧୮ା୯(ଅଶୋକ ଦାସ): ଧର୍ମଶାଳା ବ୍ଲକ ଅନ୍ତର୍ଗତ ମଧୁସୂଦନପୁର ପଞ୍ଚାୟତ ବଳଭଦ୍ରପୁର ଗ୍ରାମର ୯ ନମ୍ବର ୱାର୍ଡବାସୀ ପାଣି ଘେରରେ ରହିଥିବା ଦେଖିବାକୁ ମିଳିଛି। ଏହି ଗ୍ରାମରେ ୩୦୦ ଲୋକ ବସବାସ କରୁଛନ୍ତି। ସେମାନଙ୍କ କହିବା ମୁତାବକ, ପ୍ରତିବର୍ଷ ବର୍ଷା ଋତୁରେ ଏକ ପ୍ରକାର ଜଳବନ୍ଦୀ ଜୀବନ ଯାପନ କରୁଛନ୍ତି। ଏହି ଜଳବନ୍ଦୀର ମୁଖ୍ୟ କାରଣ ଏରାସ୍ତା ଖାଲୁଆ ହୋଇଥିବା ବେଳେ ଡ୍ରେନେଜ ବ୍ୟବସ୍ଥା କରାଯାଇନାହିଁ। ଜନପ୍ରତିନିଧି କିମ୍ବା ପ୍ରଶାସନ ପକ୍ଷରୁ ପାଣି ନିଷ୍କାସନ ବ୍ୟବସ୍ଥା ହେଉନାହିଁ। ସେମାନେ ବର୍ଷାଋତୁ ଆରମ୍ଭରୁ ଶେଷଯାଏ ପ୍ରାୟ ୪ ମାସ ଧରି ଏହି ସମସ୍ୟା ଭୋଗୁଛନ୍ତି ବୋଲି ଅଭିଯୋଗ କରିଛନ୍ତି। ଗାଁ ଭିତର ରାସ୍ତା କଂକ୍ରିଟ ହୋଇଥିଲେ ମଧ୍ୟ ତାହା ଉପରେ ଆଣ୍ଠୁଏ ଆଣ୍ଠୁଏ ପାଣିର ଲହଡ଼ି ଦେଖିବାକୁ ମିଳିଛି। ପରିସ୍ଥିତି ଏମିତି ହୋଇଛି ପାନୀୟ ଜଳଯୋଗାଣ ପାଇଁ ବସାଯାଇଥିବା ଟ୍ୟାପ୍‌ ମଧ୍ୟ ପାଣିଘେରରେ ରହିଛି। ମହିଳାମାନେ ପିଇବା ପାଣି ଆଣିବାକୁ ଆଣ୍ଠୁଏ ପାଣିରେ ପଶି ଯିବାକୁ ପଡ଼ୁଛି। ପାଣିରେ ପଶି ଛୋଟଛୋଟ ପିଲାମାନେ ସେହି ୱାର୍ଡରେ ଥିବା ଅଙ୍ଗନୱାଡି କେନ୍ଦ୍ର ଓ ପ୍ରାଥମିକ ବିଦ୍ୟାଳୟ ଯିବା ଆସିବା କରୁଛନ୍ତି। ଏହାଦ୍ୱାରା ଛୋଟଛୋଟ ପିଲାଙ୍କ ସ୍ବାସ୍ଥ୍ୟ ସମସ୍ୟା ଦେଖାଦେଉଛି। ଏହି ଆବର୍ଜନା ପାଣିରେ ଯିବା ଆସିବା କରିବା ଦ୍ୱାରା ଲୋକଙ୍କ ଗୋଡ଼ ବାଲି ଖାଇବା, କଣ ନଖା, ଗୋଡ଼ କୁଣ୍ଡେଇ ହେବା ଆଦି ଚର୍ମ ରୋଗ ଦେଖା ଦେବା ସହିତ ଅଧିକ ସଂକ୍ରମିତ ହେବା ସମ୍ଭାବନା ରହିଛି। କେତେଜଣ ପରିବାର ବଡ଼ବଡ଼ ପଥର ପକାଇ ଯିବା ଆସିବା କରୁଥିବା ଦେଖିବାକୁ ମିଳିଛି। ଆବର୍ଜନା ପାଣି ଦୁର୍ଗନ୍ଧ ହେଉଥିବାରୁ ଲୋକେ ଘରେ ଭଲରେ ଖାଇ ପିଇ ପାରୁ ନାହାନ୍ତି। ସେମାନଙ୍କ ଘରେ ସାପ ଓ ବେଙ୍ଗ ପଶି ଯାଉଛନ୍ତି। ଯାହାକୁ ନେଇ ଲୋକେ ଭୟଭୀତ ହୋଇ ପଡୁଛନ୍ତି। ତେଣୁ ବ୍ଲକ୍‌ ପ୍ରଶାସନ ତୁରନ୍ତ ଜଳ ନିଷ୍କାସନର ସ୍ଥାୟୀ ବ୍ୟବସ୍ଥା କରିବାକୁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପାଟଣା:ରଘୁନାଥ ଜିଉ ମଠରେ ରାମନବମୀ ଉତ୍ସବ,ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶ୍ରୀରାମ ଝଣ୍ଡା ଯାତ୍ରା

ପାଟଣା, ୨୭।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ବିଭିନ୍ନ ସ୍ଥାନରେ ମହାସମାରୋହରେ ପବିତ୍ର ରାମ ନବମୀ ଉତ୍ସବ ପାଳିତ ହୋଇଯାଇଛି। ରଘୁନାଥ ଜିଉ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri