ପ୍ରଶାସନର ଦ୍ୱାରସ୍ଥ ହେଲେ ହଂସପଡ଼ା ଗ୍ରାମବାସୀ

କୋକସରା,୭ା୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ପଞ୍ଚାୟତ ହଂସପଡ଼ା ଗାଁର ମହିଳା ଓ ପୁରୁଷମାନେ ପ୍ରଶାସନର ଦ୍ୱାରସ୍ଥ ହୋଇଛନ୍ତି। ଗାଁରେ ଥିବା ସମସ୍ତ ନଳକୂପ ଓ ପୋଖରୀ ଶୁଖିଯିବା ପରେ ଗ୍ରାମବାସୀ ସ୍ଥାନୀୟ ଟେମରା ସରପଞ୍ଚଙ୍କ ନିକଟରେ ଫେରାଦ ପରେ ମଧ୍ୟ କୌଣସି ଆଶୁ ସମାଧାନ ନ ହେବାରୁ ବୁଧବାର କୋକସରା ବିଡିଓଙ୍କ ଦ୍ୱାରସ୍ଥ ହୋଇ ଅଭିଯୋଗ କରିଛନ୍ତି। ଅଭିଯୋଗ ସମୟରେ କୋକସରା ବିଡିଓ ଉତ୍ତମ ବାଗ୍‌ଙ୍କ ସହ ଧର୍ମଗଡ଼ ବିଧାୟକଙ୍କ ପ୍ରତିନିଧି ମାନସ ରଞ୍ଜନ ବାଗ ମଧ୍ୟ ବ୍ଲକ କାର୍ଯ୍ୟାଳୟରେ ଉପସ୍ଥିତ ରହିଥିବା ବେଳେ ମହିଳାମାନେ ଅଭିଯୋଗ କରି ଶୀଘ୍ର ପାନୀୟ ଜଳକଷ୍ଟ ଦୂର କରିବାକୁ ଦାବି କରିଛନ୍ତି। ଅଭିଯୋଗ ପରେ ଆସନ୍ତା ସପ୍ତାହ ମଧ୍ୟରେ ପାନୀୟ ଜଳ ପାଇଁ ନଳକୂପ ଖନନ ସହ ପୋଖରୀ କାର୍ଯ୍ୟ ମଧ୍ୟ କରାଯାଇ ଜଳକଷ୍ଟ ଦୂର କରିବାକୁ ବିଡିଓ ପ୍ରତିଶ୍ରୁତି ଦେଇଛନ୍ତି। ଅଭିଯୋଗ ସମୟରେ ପୂର୍ବତନ ସମିତି ସଭ୍ୟ ରାଜେନ୍ଦ୍ର ନାଏକଙ୍କ ନେତୃତ୍ୱରେ ହଂସପଡ଼ା ଗାଁର ଯୋଗା ନାଏକ,ଭାନୁମତୀ ନାଏକ, ମହେନ୍ଦ୍ରି ନାଏକ, ଯମୁନା ବେମାଲ, ସୋନି ନାଏକ, ତୁଳସୀ ନାଏକ, ସୁମନୀ ନାଏକ, ମମିତା ନାଏକ, ମଇନା ନାଏକ,ଚନ୍ଦ୍ରା ନାଏକ, ରୁକ୍ମଣୀ ନାଏକ, ରୁନି ନାଏକ, ଅନୁପମା ନାଏକ, ଲାଲା ନାଏକ, ଦେବକୀ ନାଏକ, ଲାଲ ହଂସ,ଉଦୟ ନାଏକଙ୍କ ସମେତ ଅନ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଚର୍ଚ୍ଚାରେ କଳାହାଣ୍ଡିର ଅଧ୍ୟାପକ, ଭିଏତନାମରେ କଲେ….

ଭବାନୀପାଟଣା,୪।୧୦( ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଜୟ ପ୍ରକାଶ ସାନ୍ଧ୍ୟ ଡିଗ୍ରୀ ମହାବିଦ୍ୟାଳୟର ଇଂଲିଶ ଅଧ୍ୟାପକ ତଥା ଜାତୀୟ ସେବା ଯୋଜନା ଅଧିକାରୀ ପ୍ରତାପ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?