ଅନ୍ଧାରରେ ପାଙ୍ଗାଲି ଗ୍ରାମବାସୀ, ଆନ୍ଦୋଳନ ପାଇଁ ନିଷ୍ପତ୍ତି ନେଇ କହିଲେ…

ଦାରିଙ୍ଗବାଡ଼ି,୩ା୭(ଅରୁଣ ସାହୁ): ଦିନେ କି ଦୁଇ ଦିନ ନୁହଁ ଗତ ୪ ଦିନ ବିତିଲା ଏକ ଅନୁସୂଚିତ ଜନଜାତି ବସବାସ କରୁଥିବା ଦୁର୍ଗମ ଗ୍ରାମ ଅନ୍ଧାରରେ ରହିଛି ଏହାକୁ ନେଇ ଗାଁରେ ବସବାସ କରୁଥିବା ଜନଜାତି ଉପଭୋକ୍ତା ଶୁକ୍ରବାର ପୂର୍ବାହ୍ନରେ ବୈଠକ କରି ଶନିବାର ରାଜରାସ୍ତାକୁ ଓହ୍ଲାଇବାକୁ ନିଷ୍ପତ୍ତି ନେଇଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ତିଲୋରୀ ପଞ୍ଚାୟତର ଦୁର୍ଗମ ପାଙ୍ଗାଲି ଗ୍ରାମରେ। ଗାଁରେ ଗତ ୩୦ ମଙ୍ଗଳବାର ପୂର୍ବାହ୍ନ ୧୧ଟାରୁ ବିଦ୍ୟୁତ୍‌ ଅଚଳ ହୋଇପଡିଛି ଯେ ଆଜକୁ ୪ ଦିନ ବିତିଯାଇଥିଲେ ମଧ୍ୟ ମରାମତି କାର୍ଯ୍ୟ ହୋଇନାହିଁ।

ଏନେଇ ଗ୍ରାମର ସମାଜସେବୀ ସାବତ ପ୍ରଧାନ, ତିଲୋରୀ ପଞ୍ଚାୟତର ପୂର୍ବତନ ସମିତିସଭ୍ୟ ଇନ୍ଦ୍ରଜିତ ପ୍ରଧାନ ପ୍ରମୁଖ ଟୋଲ ଫ୍ରି ଏବଂ ହ୍ବାଟ୍ସଆପ୍‌ରେ ବିଭାଗକୁ ଅବଗତ କରାଇଥିଲେ ମଧ୍ୟ କିଛି ସୁଫଳ ମିଳି ନ ଥିବା ଗ୍ରାମବାସୀ ପକ୍ଷରୁ ଅଭିଯୋଗ ହୋଇଛି। ସେହିପରି ବିଭାଗୀୟ ଅଧିକାରୀଙ୍କୁ ମଧ୍ୟ ବାରମ୍ବାର ଫୋନ୍‌ରେ ଜଣାଇବାକୁ ଗ୍ରାମର ଉପଭୋକ୍ତାମାନେ ପ୍ରୟାସ କରିଥିଲେ ମଧ୍ୟ ଫୋନ୍‌ କେହି ରିସିଭ କରୁ ନ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏନେଇ ଶୁକ୍ରବାର ବୈଠକରେ ନିଷ୍ପତ୍ତି ନେଇଛନ୍ତି ଯେ, ଆଜି ସନ୍ଧ୍ୟା ସୁଦ୍ଧା ବିଦ୍ୟୁତ୍‌ ସେବା ସ୍ବାଭାବିକ ନହେଲେ ଶନିବାର ସକାଳଠାରୁ ଗ୍ରାମର ଶତାଧିକ ଲୋକ ରାଜରାସ୍ତାକୁ ଓହ୍ଲାଇବେ। ଯାହାବି ଆଇନଶୃଙ୍ଖଳା ପରିସ୍ଥିତି ବିଗିଡ଼ିବ ସେଥିପାଇଁ ବିଭାଗ ଦାୟୀ ବୋଲି ଯୁବ ସମାଜସେବୀ ସାବତ ପ୍ରଧାନ ଚେତାବନୀ ଦେଇଛନ୍ତି। ଏନେଇ ଦାରିଙ୍ଗବାଡ଼ି ବିଦ୍ୟୁତ୍‌ ବିଭାଗର ସହକାରୀ ଯନ୍ତ୍ରୀ ଶିବପ୍ରସାଦ ନାୟକଙ୍କ ପ୍ରତିକ୍ରିୟା ନିଆଯାଇଥିଲା। ସେ ଏ ସମ୍ପର୍କରେ କୌଣସି ଅଭିଯୋଗ ପାଇ ନ ଥିବା ଓ ସେହି ଅଞ୍ଚଳରେ ବିଦ୍ୟୁତ ମରାମତି କାର୍ଯ୍ୟ ନିୟମିତ କରାଯାଉଥିବା କହିବା ସହ ତାଙ୍କ କର୍ମଚାରୀଙ୍କ ସହ ଆଲୋଚନା କରି ପାଙ୍ଗାଲି ଲୋକଙ୍କ ସମସ୍ୟା ସମାଧାନ କରାଯିବ ବୋଲି କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଔପଦାରେ ଅଭାବନୀୟ କାଣ୍ଡ: ଏକତରଫା ପ୍ରେମରୁ ଶିକ୍ଷୟତ୍ରୀଙ୍କ ସହ ପରିବାର ସଦସ୍ୟଙ୍କୁ ଗୋଡ଼ାଇ ହାଣିଲେ ପ୍ରେମିକ

ଔପଦା, ୧୮।୮(ଧରିତ୍ରୀ ପଣ୍ଡା): ବାଲେଶ୍ୱର ଜିଲା ଔପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଏବଂ ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି। ଜଣେ ଶିକ୍ଷୟତ୍ରୀଙ୍କୁ ଏକତରଫା ପ୍ରେମ କରି…

ପାରଳାଖେମୁଣ୍ଡିର ବିକାଶ ପାଇଁ ସ୍ବର ଉଠାଇଲେ ବିଧାୟକ ରୂପେଶ: ବୃନ୍ଦାବନ ପ୍ୟାଲେସ ଉନ୍ନତି, ୩ ବସ୍‌ଷ୍ଟାଣ୍ଡ ପାଇଁ…

ପାରଳାଖେମୁଣ୍ଡି, ୧୮।୮(ଗିରିଧାରୀ ପରିଛା): ପାରଳାଖେମୁଣ୍ଡିର ପର୍ଯ୍ୟଟନ ଓ ଯାତାୟାତ ବ୍ୟବସ୍ଥାକୁ ଏକ ନୂତନ ଦିଗ ଦେବା ପାଇଁ ବିଧାନସଭାରେ ଦାବି ଉଠାଇଛନ୍ତି ସ୍ଥାନୀୟ ବିଧାୟକ ରୂପେଶ କୁମାର…

ବନ୍ୟାରେ ଭାଙ୍ଗିଲା ପୋଲ, ୧୫ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ

କେନ୍ଦୁଝର,୧୮।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଯୋଗୁ ନଦୀ, ନାଳରେ ବିପଦ ସଙ୍କେତ ଉପରେ ଜଳ ପ୍ରବାହ ହେଉଥିବାରୁ ଯାତାୟାତ ସମସ୍ୟା ସୃଷ୍ଟି ହେଉଛି।…

ଚାକିରି ଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ: ଅଭିଯୁକ୍ତ ଗିରଫ, ବହୁ ଜାଲିଆତି ସାମଗ୍ରୀ ଜବତ

ଛତ୍ରପୁର, ୧୮।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପ ଟ୍ଟନାୟକ): ବେକାର ଯୁବକ-ଯୁବତୀଙ୍କୁ ଚାକିରିର ପ୍ରଲୋଭନ ଦେଖାଇ ଲକ୍ଷାଧିକ ଟଙ୍କା ଠକେଇ କରୁଥିବା ଏକ ଜାଲିଆତି ଚକ୍ରର ପର୍ଦ୍ଦାଫାସ କରିଛି…

ଦାରିଙ୍ଗବାଡି ଅଞ୍ଚଳରେ ଲଘୁଚାପ ଜନିତ ଲଗାଣ ବର୍ଷା: ଦନେକବାଡି-ସିର୍କାବର୍ଗ ରାସ୍ତା ଉପରେ ପଡିଲା ବିରାଟକାୟ ଗଛ

ଦାରିଙ୍ଗବାଡ଼ି, ୧୮।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଗତ କିଛି ଦିନ ହେଲା ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁଁ ଜନଜୀବନ ବେହାଲ ହୋଇପଡ଼ିଛି।…

ଷଣ୍ଢକୁ ଆକ୍ରମଣ କରି ଖାଇଲା କୁମ୍ଭୀର

ରାଜନଗର, ୧୮।୮ (ଭାସ୍କର ରାଉତରାୟ): ବନ୍ୟା ଆସିବା ଯୋଗୁ ଏବେ ବଉଳା କୁମ୍ଭୀରଙ୍କ ଆତଙ୍କ ବଢ଼ିଛି। ବନ୍ୟା ପ୍ରପୀଡ଼ିତ ଲୋକଙ୍କ ଆଖିରୁ ନିଦ ହଜିଯାଇଛି। ଭିତରକନିକା ଜାତୀୟ…

ଇମ୍ରାନ ଖାନଙ୍କୁ ହସ୍ପିଟାଲ ସ୍ଥାନାନ୍ତର କରିବାକୁ କୋର୍ଟଙ୍କ ବଡ଼ ନିର୍ଦ୍ଦେଶ

ଇସଲାମାବାଦ,୧୮।୮: ଜେଲରେ ବନ୍ଦୀ ଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ହସ୍ପିଟାଲ ସ୍ଥାନାନ୍ତର କରିବାକୁ ପାକିସ୍ତାନ ସର୍ବୋଚ୍ଚ କୋର୍ଟ ମଙ୍ଗଳବାର ପାକ୍‌ ସରକାରଙ୍କୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି।…

୨୦୨୭ ନିର୍ବାଚନ ପାଇଁ ଭାଜପାର ମାଷ୍ଟରପ୍ଲାନ୍‌: ବିରୋଧୀ ମହଲରେ ହଟଚମଟ

ନୂଆଦିଲ୍ଲୀ, ୧୮।୮: ଭାଜପା ଉତ୍ତର ପ୍ରଦେଶରେ ସଂଗଠନର ଦାୟିତ୍ୱ ବରିଷ୍ଠ ନେତା ବିନୋଦ ତାୱଡେଙ୍କୁ ଦେଇଛି। ତାଙ୍କୁ ଉତ୍ତର ପ୍ରଦେଶର ପ୍ରଭାରୀ ନିଯୁକ୍ତ କରାଯାଇଛି। ଏଥିରୁ ସଙ୍କେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri