ଋଷିକୂଲ୍ୟା ମୁହାଣ ଖୋଲିଲେ ଗ୍ରାମବାସୀ: ଜୀବିକା ପାଇଁ ଦୀର୍ଘଦିନ ଦାବିର ପୁନରାବୃତ୍ତି

ଗଞ୍ଜାମ, ୩୦।୧୦(ଅଖିଳ ତରାଇ): ବନ୍ୟା ପରିସ୍ଥିତି ଏବଂ ଲଗାଣ ବର୍ଷା ଯୋଗୁ ଋଷିକୂଲ୍ୟା ନଦୀର ଜଳସ୍ତର ବୃଦ୍ଧି ପାଉଥିବାବେଳେ, ଗଞ୍ଜାମ ବ୍ଲକର ସମୁଦ୍ରକୂଳ ଅଞ୍ଚଳରେ ଥିବା ମତ୍ସ୍ୟଜୀବୀମାନେ ନିଜର ଦୀର୍ଘ ଦିନର ଦାବିକୁ ପୁନରୁତ୍ଥାନ କରି ମୁହାଣ ଖୋଳିଛନ୍ତି।
ପୁରୁଣାବନ୍ଧ, ଅଗସ୍ତି ନୂଆଗାଁ ଏବଂ ସ୍ଥାନୀୟ ମତ୍ସ୍ୟଜୀବୀମାନେ ମିଳିତ ଭାବେ ଦିନତମାମ ପରିଶ୍ରମ କରି ଋଷିକୂଲ୍ୟା ନଦୀକୁ ବଙ୍ଗୋପସାଗର ସହ ମିଶାଇବା ପାଇଁ ଏହି ମୁହାଣ ଖୋଳିବାରେ ଲାଗିଥିବା ଦେଖାଯାଇଛି।

ମତ୍ସ୍ୟଜୀବୀମାନଙ୍କ କହିବାନୁସାରେ, ଯଦି ନଦୀ ଏବଂ ସମୁଦ୍ରର ମିଶ୍ରଣସ୍ଥଳ ସାଧାରଣ ଭାବେ ଖୋଲା ରୁହେ, ତେବେ ନଦୀର ଜଳପ୍ରବାହ ସୁଗମ ହେବ ଏବଂ ନଦୀ ମୁଖରେ ପାଣି ଜମା ହେବନାହିଁ। ଏହାଦ୍ୱାରା ବନ୍ୟା ଆଶଙ୍କା କମିବା ସହିତ ମାଛ ଧରିବା ସୁବିଧାଜନକ ହେବ। ସେମାନେ ଆଶା କରୁଛନ୍ତି ଯେ, ଏହା ଫଳରେ ମାଛ ଉତ୍ପାଦନ ବଢ଼ିବ ଏବଂ ସେମାନଙ୍କର ଜୀବିକା ସୁଦୃଢ଼ ହୋଇପାରିବ। ବର୍ତ୍ତମାନର ବନ୍ୟା ପରିସ୍ଥିତିରେ ମୁହାଣ ଖୋଲିବା ନଦୀର ଜଳସ୍ତର କମାଇବାରେ ସହାୟକ ହେବ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ଭିଡ଼ିଓକୁ ନେଇ କଡ଼ା ଟାର୍ଗେଟ କଲେ ରୋହଣୀ

ନୂଆଦିଲ୍ଲୀ,୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଭିଡିଓ ଜାରି କରି କହିଛନ୍ତି ଯେ ସେ ତାଙ୍କ ପ୍ରତି ଅପଶବ୍ଦ ବ୍ୟବହାର କରିଥିବା ପିଲାମାନଙ୍କୁ କ୍ଷମା କରିଦେଇଛନ୍ତି। ସାମ୍ପ୍ରତିକ…

ଗୋରୁଙ୍କୁ ରାସ୍ତା କାଟି ଯିବାବେଳେ ସାଇକେଲରୁ ଖସି ୨ ଛାତ୍ର ଗୁରୁତର

ଥୁଆମୂଳ ରାମପୁର,୧।୮ (ଦୁର୍ଗା କୀର୍ତ୍ତି): ସକାଳୁ ସ୍କୁଲକୁ ଯିବା ବେଳେ ଏକ ଅଭାବନୀୟ ଦୁର୍ଘଟଣା ଘଟିଛି। ରାସ୍ତାରେ ଥିବା ଗାଈମାନଙ୍କୁ କାଟି ଯିବା ବେଳେ ସାଇକେଲର ଭାରସାମ୍ୟ…

ପାଟଣା ବ୍ଲକ୍ ସ୍ତରୀୟ ସ୍ୱାଧୀନତା ଦିବସରେ ସମ୍ବର୍ଦ୍ଧିତ ହେବେ କୃତୀ ପ୍ରତିଭା

ପାଟଣା, ୧।୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସଭାଗୃହରେ ଆସନ୍ତା ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଶନିବାର ଅନୁଷ୍ଠିତ…

ରାସ୍ତାରେ ଖୁଚୁରା ଟଙ୍କା ପକାଇ ମୁହୂର୍ତ୍ତକ ଭିତରେ ନେଇଗଲେ ୫ ଲକ୍ଷ ଟଙ୍କା ଭର୍ତ୍ତି ବ୍ୟାଗ

ଗଜପତି,(ଗିରିଧାରୀ ପରିଛା) ୧।୮: ଦିନଦ୍ୱିପ୍ରହରରେ ବ୍ୟାଙ୍କ ସାମ୍ନାରେ ଫିଲ୍ମ ଷ୍ଟାଇଲରେ ଲୁଟ୍। ରାସ୍ତାରେ ଖୁଚୁରା ଟଙ୍କା ପକାଇ ଧ୍ୟାନ ଭୁଲାଇଦେଲେ, ଆଉ ମୁହୂର୍ତ୍ତକ ଭିତରେ ୫ ଲକ୍ଷ…

୪୦ ଫୁଟ ତଳକୁ ଖସିଲା ବାଇକ୍; ଜଣେ ମୃତ, ଜଣେ ଗୁରୁତର

ଗୁଣୁପୁର, ୧/୮ (ସଂକେତ ପାତ୍ର): ରାୟଗଡ଼ା ଜିଲା ପୁଟାସିଂ ଥାନା ଅନ୍ତର୍ଗତ ଆରାଡୁଲ ଘାଟିରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍ ଭାରସାମ୍ୟ…

ମା’ ପାଇଁ ଭକ୍ତଙ୍କ ଉପହାର :ମନ୍ଦିରକୁ ୨ ଲକ୍ଷ ୫୪ ହଜାର ଟଙ୍କା ସହ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଛତ୍ରପୁର ସହରର ଆରାଧ୍ୟ ଦେବୀ ମା’ ରାମାୟଣାମ୍ମା ଠାକୁରାଣୀ ଯାତ୍ରା କମିଟି ପକ୍ଷରୁ ମନ୍ଦିର ପରିଚାଳନା କମିଟି ଓ ବହୁ…

ଜ୍ଞାନବିଜ୍ଞାନ ମେଳା: ୨୧୦ ପ୍ରକଳ୍ପ ପ୍ରଦର୍ଶିତ କରି ଛାତ୍ରୀଛାତ୍ର…

ଭଞ୍ଜନଗର,୧ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରଠାରେ ଶନିବାର ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ମୁଖ୍ୟ…

odisha flood: ମହାନଦୀ ବନ୍ୟାକୁ ନେଇ ଆସିଲା ବଡ଼ ଅପଡେଟ୍‌, ସର୍ବୋଚ୍ଚ ଯନ୍ତ୍ରୀ କହିଲେ…

ଭୁବନେଶ୍ୱର,୧।୮: ଆଗକୁ ବର୍ଷା ନ ହେବା ଯାଏଁ ମହାନଦୀରେ ବନ୍ୟା ଆଶଙ୍କା ନାହିଁ ବୋଲି ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ ଶନିବାର ଗଣମାଧ୍ୟମକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri