ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରମାବାସୀଙ୍କ ବିରୋଧ

ବୁଗୁଡ଼ା,୨୦ା୧(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ୍‌ ଅନ୍ତରପଡ଼ା ପଞ୍ଚାୟତ ଅଧୀନ କନ୍ଧଚନ୍ଦନପେଡ଼ି ଗ୍ରାମରେ ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି। ପୁନେର ବାଲାଜୀ କର୍ପୋରେଶନ ନାମକ କମ୍ପାନୀ କନ୍ଧଚନ୍ଦନପେଡ଼ି ଗ୍ରାମରେ ଜମି କ୍ରୟ କରି ଆମୋନିୟମ୍‌ ନାଇଟ୍ରେଟ ଗୋଦାମ ଗୃହ ନିର୍ମାଣ ପାଇଁ ଏନ୍‌ଓସି ପ୍ରଦାନ ନିମନ୍ତେ ସ୍ଥାନୀୟ ତହସିଲଦାରଙ୍କ ନିକଟରେ ଆବେଦନ କରିବା ପରେ ବୁଗୁଡ଼ା ତହସିଲ ପକ୍ଷରୁ ୨୪ ଡିସେମ୍ବର ୨୦୨୫ ସୁଦ୍ଧା ଆପତ୍ତି ଅଭିଯୋଗ ଦାଖଲ କରିବା ପାଇଁ ୮ ଡିସେମ୍ବର ୨୦୨୫ ତାରିଖରେ ନୋଟିସ ଜାରି କରିଥିଲେ। ଏହାର ଉତ୍ତରରେ କନ୍ଧଚନ୍ଦନପେଡ଼ି ଗ୍ରାମବାସୀ ଆମୋନିୟମ ନାଇଟ୍ରେଟ୍‌ ଗୋଦାମ ଗୃହକୁ ବିରୋଧ କରି ଡିସେମ୍ବର ୨୦ ତାରିଖରେ ଅଭିଯୋଗ ଦାଖଲ କରିଥିଲେ।

ତେବେ କମ୍ପାନୀ କର୍ତ୍ତୃପକ୍ଷ କିଛି ଲୋକଙ୍କୁ ପ୍ରଲୋଭିତ କରି ସେମାନଙ୍କ ଫର୍ଜରୀ ଦସ୍ତଖତ ନେଇ ଗ୍ରାମରେ ଗୋଦାମ ଗୃହ ହେଉ ବୋଲି ତହସିଲ କାର୍ଯ୍ୟାଳୟକୁ ଜଣାଇଥିଲେ। ଫଳରେ ବୁଗୁଡ଼ା ତହସିଲ ପକ୍ଷରୁ ମଙ୍ଗଳବାର ଶୁଣାଣି କରିବା ପାଇଁ ଗ୍ରାମବାସୀଙ୍କୁ କାର୍ଯ୍ୟାଳୟକୁ ଡକାଯାଇଥିଲା।

ଶୁଣାଣି ସମୟରେ ଗ୍ରାମବାସୀ ପ୍ରବଳ ବିରୋଧ କରିଥିଲେ। ଗ୍ରାମରେ କୋଠଘର କରାଯିବ କହି ସାଧା କାଗଜରେ ଗ୍ରାମର ନର୍ମଦା ନାୟକଙ୍କ ଠାରୁ ପୂର୍ବରୁ ଦସ୍ତଖତ ନିଆଯାଇଥିବା ଅଭିଯୋଗ ହୋଇଥିବା ବେଳେ ଆମୋନିୟମ ନାଇଟ୍ରେଟ ଗୋଦାମ ହେଲେ ଲୋକଙ୍କ ସ୍ବାସ୍ଥ୍ୟ ଉପରେ ଖରାପ ପ୍ରଭାବ ପଡ଼ିବା ସହ ଚାଷୀମାନେ କ୍ଷତିଗ୍ରସ୍ତ ହେବେ ଏବଂ ସେଠାରେ ହରିଣମାନେ ଅବାଧରେ ବିଚରଣ କରୁଥିବା ବେଳେ ସେମାନଙ୍କ ଉପରେ ମଧ୍ୟ କୁପ୍ରଭାବ ପଡ଼ିବା ନେଇ ଗ୍ରାମବାସୀ କହିଥିଲେ। ଏପରି ଦୃଢ଼ ବିରୋଧ ସତ୍ତ୍ୱେ ତହସିଲ ପକ୍ଷରୁ ଯଦି ଏନ୍‌ଓସି ପ୍ରଦାନ କରାଯାଏ ତେବେ ଗ୍ରାମବାସୀ କୋର୍ଟର ଆଶ୍ରୟ ନେବାକୁ ବାଧ୍ୟ ହେବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଘୋଷଣା କଲେ ମୋଦି ସରକାର; ସିଜେପି ନେତାଙ୍କ ସହ ହେବ…

ନୂଆଦିଲ୍ଲୀ,୨୨ା୭: କକରୋଚ୍ ଜନତା ପାର୍ଟି (CJP) ର ନେତୃତ୍ୱରେ ପେପର ଲିକ୍ ବିରୋଧରେ ଆନ୍ଦୋଳନ ଜାରି ରହିଛି। ସଂସଦ ମାର୍ଚ୍ଚ ପରେ ବି ସିଜେପିର ପ୍ରତିବାଦ ଥମିନାହିଁ।…

ଉଦ୍ଧବ ଠାକ୍‌ରେଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟ୍‌କା, ୬ ଏମ୍‌ପିଙ୍କ ମିଶ୍ରଣକୁ…

ନୂଆଦିଲ୍ଲୀ,୨୨ା୭: ଶିବସେନାରେ ମିଶ୍ରଣକୁ ଅନୁମୋଦନ କରିବା ପାଇଁ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଦେଇଥିବା ଆଦେଶକୁ ବୁଧବାର ଅସ୍ଥାୟୀ ଭାବରେ ସ୍ଥଗିତ ରଖିବାକୁ ମନା କରିଦେଇଛନ୍ତି…

ପୌର ପରିଷଦ ଅଧ୍ୟକ୍ଷା,ଉପାଧ୍ୟକ୍ଷଙ୍କୁ ଭାଜପାର ସ୍ବାଗତ

ଗୁଣପୁର,୨୨।୭(ସୁଜାତା ପାଢ଼ୀ)- ନିକଟରେ ଗୁଣପୁର ପୌର ପରିଷଦ ଅଧ୍ୟକ୍ଷା ମମତା ଗୌଡ଼ ଓ ଉପାଧ୍ୟକ୍ଷ ଶିବପ୍ରସାଦ ଗୌଡ଼ ତାଙ୍କ ସମର୍ଥକଙ୍କ ସହ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦାନ…

ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ, ସୂଚନା ଜାରି କରି ବିଭାଗ କହିଲା ଏହି…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ। ମେଟ୍ରୋ ରେଳ ନିଗମ (DMRC) ସୂଚନା ଦେଇଛି ଯେ, ଜାତୀୟ ରାଜଧାନୀରେ ସୁରକ୍ଷା କାରଣରୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ…

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଳିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri