ମଦଭାଟି ନିର୍ମାଣକୁ ଗ୍ରାମବାସୀଙ୍କ ବିରୋଧ: ଦାବିକୁ ଅଣଦେଖା କଲେ ଆନ୍ଦୋଳନ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭେଡ଼େନ ବ୍ଲକ ରେଶମ ପଞ୍ଚାୟତ ଅନ୍ତର୍ଗତ ଇଚ୍ଛାପଦର ଏବଂ ନନ୍ଦିନୀପୁର ଗ୍ରାମ ସଂଲଗ୍ନରେ ଏକ ଦେଶୀମଦ ବ୍ରାଞ୍ଚଭାଟି ଖୋଲାଯାଉଛି। ଏହାକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ତେଜି ଉଠିଛି। ଏହି କ୍ରମରେ ଶୁକ୍ରବାର ଉଭୟ ଇଚ୍ଛାପଦର ଏବଂ ନନ୍ଦିନୀପୁର ଗ୍ରାମର ମହିଳା, ପୁରୁଷ ଜିଲାପାଳ ଏବଂ ଅବକାରୀ ଅଧୀକ୍ଷକଙ୍କ କାର୍ଯ୍ୟାଳୟକୁ ଆସିଥିଲେ। ଜିଲାପାଳ ଆଦିତ୍ୟ ଗୋୟଲଙ୍କ ଅନୁପସ୍ଥିତିରେ ଡେପୁଟି କଲେକ୍ଟର ଉତ୍ତମ ବାଗ ଏବଂ ଅବକାରୀ ଅଧୀକ୍ଷକ ସୁବନ କୁମାର ନାଏକଙ୍କୁ ଗ୍ରାମବାସୀ ପୃଥକ୍‌ଭାବେ ଦାବିପତ୍ର ପ୍ରଦାନ କରିଥିଲେ। ଉପରୋକ୍ତ ସ୍ଥାନରେ ମଦଭାଟି ନିର୍ମାଣକୁ ତୁରନ୍ତ ବନ୍ଦ କରା ନ ଗଲେ ଗ୍ରାମବାସୀ ଆନ୍ଦୋଳନକୁ ଓହ୍ଲାଇବା ପାଇଁ ଚେତାବନୀ ଦେଇଛନ୍ତି।
ଦାବିପତ୍ରରେ ଉଲ୍ଲେଖ ରହିଛି, ସମ୍ପୃକ୍ତ ମଦଭାଟି ଯେଉଁ ସ୍ଥାନରେ ନିର୍ମାଣ କରାଯାଉଛି, ସେଠାରୁ ଅନତିଦୂର ଅର୍ଥାତ୍‌ ୫୦ରୁ ୬୦ ମିଟର ଦୂରରେ ଗ୍ରାମର ସ୍କୁଲ ରହିଛି। ସେହିପରି ସ୍କୁଲ ପାଖରେ ବିଭିନ୍ନ ଦେବଦେବୀଙ୍କ ମନ୍ଦିର ଅଛି। ଏହା ସହିତ ସେହି ରାସ୍ତାରେ ନିୟମିତ ଛାତ୍ରୀଛାତ୍ର, ଗ୍ରାମବାସୀ ଯାତାୟାତ କରୁଛନ୍ତି। ସେଠାରେ ମଦଭାଟି ଖୋଲାଗଲେ ଛାତ୍ରୀଛାତ୍ର ସ୍କୁଲକୁ ଆସିବାରେ ନିଜକୁ ଅସୁରକ୍ଷିତ ମନେକରୁଛନ୍ତି। ସେହିପରି ମହିଳା, ପୁରୁଷ ମନ୍ଦିରକୁ ଯାତାୟାତ କରିବା ମଧ୍ୟ ସୁରକ୍ଷିତ ନୁହେଁ। କେବଳ ସେତିକି ନୁହେଁ, ସମ୍ପୃକ୍ତ ସ୍ଥାନରେ ମଦଭାଟି ଖୋଲାଗଲେ ଏହାର ଯଥେଷ୍ଟ କୁପ୍ରଭାବ ଗ୍ରାମର କୋମଳମତି ପିଲାଙ୍କଠାରୁ ଆରମ୍ଭ କରି ସମସ୍ତ ଗ୍ରାମବାସୀଙ୍କ ଉପରେ ପଡ଼ିବ। ଲୋକେ ମଦ ପିଇ ଅସାମାଜିକ କାର୍ଯ୍ୟରେ ଲିପ୍ତ ରହିବାର ଆଶଙ୍କା ଦେଖାଯାଇଥିବା ବେଳେ ଶିକ୍ଷା, ସ୍ବାସ୍ଥ୍ୟ ଆଦି କ୍ଷେତ୍ର ମଧ୍ୟ ପ୍ରଭାବିତ ହେବ। ମଦ ପିଇ ଅଞ୍ଚଳର ଅନେକ ଲୋକଙ୍କ ସ୍ବାସ୍ଥ୍ୟହାନି ହୋଇଥିବାବେଳେ ଲୋକେ ମୃତ୍ୟୁମୁଖରେ ମଧ୍ୟ ପଡ଼ିଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏହି ଦୃଷ୍ଟିରୁ ସମ୍ପୃକ୍ତ ସ୍ଥାନରେ ମଦଭାଟି ନିର୍ମାଣକୁ ଶୀଘ୍ର ବନ୍ଦ କରିବାକୁ ଗ୍ରାମବାସୀ ଦାବି କରିଛନ୍ତି। ଗ୍ରାମର ଲଲିତା ପ୍ରଧାନ, ସୁରେନ୍ଦ୍ର ପ୍ରଧାନ, ଲଲିତା ଭୋଇ, ସୁନୀଲ ବାରିକ, ଅର୍ଜୁନ ଭୁଏ, ସୀତାରାମ ପ୍ରଧାନ, ଝସକେତନ ପ୍ରଧାନ, କୃଷକ ସଂଗଠନର ସୁଦାମ ପାତ୍ର, ବିକାଶ ମାଝୀ, ସୁରେଶ ନେକାଣ୍ଟି, ରମେଶ ମହାପାତ୍ର ପ୍ରମୁଖ ଦାବିପତ୍ର ପ୍ରଦାନ ସମୟରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

CM ଦେବେନ୍ଦ୍ର ଫଡ଼ନଭିସଙ୍କ ପାଖରେ ରହିବ ଅର୍ଥ ବିଭାଗ, Deputy CM ସୁନେତ୍ରାଙ୍କ ଶପଥ ଗ୍ରହଣ ପୂର୍ବରୁ ରାଜନୀତି ସରଗରମ

ମୁମ୍ବାଇ,୩୧।୧: ଶନିବାର ମହାରାଷ୍ଟ୍ର ରାଜନୀତିରେ ଏକ ବଡ଼ ଘଟଣା ଘଟୁଛି। ପାୱାର ପରିବାର ଏବଂ ଏନସିପି ମଧ୍ୟରେ ଆଭ୍ୟନ୍ତରୀଣ ରାଜନୈତିକ ଅସ୍ଥିରତା ମଧ୍ୟରେ, ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ…

ଭୟଙ୍କର ଦୁର୍ଘଟଣା: ହଳଦିଆପଦର ଓଭରବ୍ରିଜରେ ଟ୍ରକ ଧକ୍କାରେ ୫ମୃତ, ଜଣେ ଗୁରୁତର 

ବ୍ରହ୍ମପୁର,୩୧।୧(ସୁବାସ ଚନ୍ଦ୍ର ପାଢ଼ୀ): ସଡ଼କ ଦୁର୍ଘଟଣା ହ୍ରାସ  ପାଇଁ ଅନେକ ଯୋଜନା କରାଯାଉଛି। ତାହାସତ୍ତ୍ବେ ଦୁର୍ଘଟଣା ଜନିତ ମୃତ୍ୟୁ ଘଟିବାରେ ଲାଗିଛି। ଶନିବାର ମଧ୍ୟାହ୍ନରେ ହଳଦିଆପଦର ଓଭରବ୍ରିଜରେ…

ଦାଦନ ଶ୍ରମିକଙ୍କ ପାଇଁ ଖୁସିଖବର: ଜିଲା ଭିତରେ ଯୋଗାଇ ଦିଆଯିବ କାମ, ମନ୍ତ୍ରୀ କହିଲେ…

ବଲାଙ୍ଗୀର, ୩୧/୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଏକ ଦାଦନ ପ୍ରବଣ ଜିଲା। ତଥ୍ୟ ଅନୁସାରେ ଜିଲାରୁ ୧୯ ହଜାର ଦାଦନ ଶ୍ରମିକ ନିଜ ଘରେ…

ଗଞ୍ଜାମବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର: ପଲ୍ଲୀଶ୍ରୀ ମେଳାକୁ ବୃଦ୍ଧି କରି କହିଲେ…

ଛତ୍ରପୁର,୩୧ା୧(ଦିଲ୍ଲୀପ ସାମଲ): ଗଞ୍ଜାମବାସୀଙ୍କ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶତାଧିକ କୋଟିର ପ୍ରକଳ୍ପ ସହିତ ଆଉ ଏକ ବଡ଼ ଉପହାର ଦେଇଛନ୍ତି। ଗୋପାଳପୁର ବେଳାଭୂମି…

ଗ୍ରୀନଫିଲ୍ଡ ଷ୍ଟାଡିୟମ ବାହାରେ ଲାଗିଲା MS Dhoniଙ୍କ ୫୦ ଫୁଟର ‘କଟ ଆଉଟ’, ଜାଣନ୍ତୁ କେତେବେଳେ ଆରମ୍ଭ ହେବ IND vs NZ ପଞ୍ଚମ T20

ନୂଆଦିଲ୍ଲୀ,୩୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ T20 ସିରିଜର ଶେଷ ମ୍ୟାଚ ଶନିବାର ତିରୁଭାନନ୍ତପୁରମର ଗ୍ରୀନଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମରେ ଖେଳାଯିବ। ଏଠାରେ ଚାରୋଟି…

President Droupadi Murmu to visit Odisha: କଡ଼ାକଡ଼ି ହେବ ସୁରକ୍ଷା ବ୍ୟବସ୍ଥା, ମୁତୟନ ହେବେ…

ଭୁବନେଶ୍ୱର,୩୧।୧: ଫେବୃଆରୀ ପ୍ରଥମ ସପ୍ତାହରେ ଓଡିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ପୁରୀ ପୋଲିସ ପକ୍ଷରୁ ଆଗୁଆ ପ୍ରସ୍ତୁତି ଆରମ୍ଭ ହୋଇଛି। ବ୍ଲୁ…

T20 World Cup: ଅଷ୍ଟ୍ରେଲିଆକୁ ଶକ୍ତ ଧକ୍କା! Pat Cummins ଆଉଟ, ଆସିଲା୧୫ ସଦସ୍ୟ ବିଶିଷ୍ଟ ଚୁଡ଼ାନ୍ତ ତାଲିକା

ନୂଆଦିଲ୍ଲୀ,୩୧।୧: କ୍ରିକେଟ ଅଷ୍ଟ୍ରେଲିଆ ୨୦୨୬ ଟି୨୦ ବିଶ୍ୱକପ ପାଇଁ ଏହାର ମୁଖ୍ୟ ଦଳ ଘୋଷଣା କରିଛି। ବୋର୍ଡ ପୂର୍ବରୁ ଏକ ପ୍ରାରମ୍ଭିକ ଦଳ ଚୟନ କରିଥିଲା, ଯେଉଁଥିରେ…

ସାଇକେଲ ଆରୋହୀଙ୍କୁ ଧକ୍କା ଦେଲା ହାଇୱା, ଘଟଣାସ୍ଥଳରେ…

ଧର୍ମଶାଳା,୩୧।୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥର ନାନପୁର ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri