ମଦଭାଟି ନିର୍ମାଣକୁ ଗ୍ରାମବାସୀଙ୍କ ବିରୋଧ: ଦାବିକୁ ଅଣଦେଖା କଲେ ଆନ୍ଦୋଳନ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭେଡ଼େନ ବ୍ଲକ ରେଶମ ପଞ୍ଚାୟତ ଅନ୍ତର୍ଗତ ଇଚ୍ଛାପଦର ଏବଂ ନନ୍ଦିନୀପୁର ଗ୍ରାମ ସଂଲଗ୍ନରେ ଏକ ଦେଶୀମଦ ବ୍ରାଞ୍ଚଭାଟି ଖୋଲାଯାଉଛି। ଏହାକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ତେଜି ଉଠିଛି। ଏହି କ୍ରମରେ ଶୁକ୍ରବାର ଉଭୟ ଇଚ୍ଛାପଦର ଏବଂ ନନ୍ଦିନୀପୁର ଗ୍ରାମର ମହିଳା, ପୁରୁଷ ଜିଲାପାଳ ଏବଂ ଅବକାରୀ ଅଧୀକ୍ଷକଙ୍କ କାର୍ଯ୍ୟାଳୟକୁ ଆସିଥିଲେ। ଜିଲାପାଳ ଆଦିତ୍ୟ ଗୋୟଲଙ୍କ ଅନୁପସ୍ଥିତିରେ ଡେପୁଟି କଲେକ୍ଟର ଉତ୍ତମ ବାଗ ଏବଂ ଅବକାରୀ ଅଧୀକ୍ଷକ ସୁବନ କୁମାର ନାଏକଙ୍କୁ ଗ୍ରାମବାସୀ ପୃଥକ୍‌ଭାବେ ଦାବିପତ୍ର ପ୍ରଦାନ କରିଥିଲେ। ଉପରୋକ୍ତ ସ୍ଥାନରେ ମଦଭାଟି ନିର୍ମାଣକୁ ତୁରନ୍ତ ବନ୍ଦ କରା ନ ଗଲେ ଗ୍ରାମବାସୀ ଆନ୍ଦୋଳନକୁ ଓହ୍ଲାଇବା ପାଇଁ ଚେତାବନୀ ଦେଇଛନ୍ତି।
ଦାବିପତ୍ରରେ ଉଲ୍ଲେଖ ରହିଛି, ସମ୍ପୃକ୍ତ ମଦଭାଟି ଯେଉଁ ସ୍ଥାନରେ ନିର୍ମାଣ କରାଯାଉଛି, ସେଠାରୁ ଅନତିଦୂର ଅର୍ଥାତ୍‌ ୫୦ରୁ ୬୦ ମିଟର ଦୂରରେ ଗ୍ରାମର ସ୍କୁଲ ରହିଛି। ସେହିପରି ସ୍କୁଲ ପାଖରେ ବିଭିନ୍ନ ଦେବଦେବୀଙ୍କ ମନ୍ଦିର ଅଛି। ଏହା ସହିତ ସେହି ରାସ୍ତାରେ ନିୟମିତ ଛାତ୍ରୀଛାତ୍ର, ଗ୍ରାମବାସୀ ଯାତାୟାତ କରୁଛନ୍ତି। ସେଠାରେ ମଦଭାଟି ଖୋଲାଗଲେ ଛାତ୍ରୀଛାତ୍ର ସ୍କୁଲକୁ ଆସିବାରେ ନିଜକୁ ଅସୁରକ୍ଷିତ ମନେକରୁଛନ୍ତି। ସେହିପରି ମହିଳା, ପୁରୁଷ ମନ୍ଦିରକୁ ଯାତାୟାତ କରିବା ମଧ୍ୟ ସୁରକ୍ଷିତ ନୁହେଁ। କେବଳ ସେତିକି ନୁହେଁ, ସମ୍ପୃକ୍ତ ସ୍ଥାନରେ ମଦଭାଟି ଖୋଲାଗଲେ ଏହାର ଯଥେଷ୍ଟ କୁପ୍ରଭାବ ଗ୍ରାମର କୋମଳମତି ପିଲାଙ୍କଠାରୁ ଆରମ୍ଭ କରି ସମସ୍ତ ଗ୍ରାମବାସୀଙ୍କ ଉପରେ ପଡ଼ିବ। ଲୋକେ ମଦ ପିଇ ଅସାମାଜିକ କାର୍ଯ୍ୟରେ ଲିପ୍ତ ରହିବାର ଆଶଙ୍କା ଦେଖାଯାଇଥିବା ବେଳେ ଶିକ୍ଷା, ସ୍ବାସ୍ଥ୍ୟ ଆଦି କ୍ଷେତ୍ର ମଧ୍ୟ ପ୍ରଭାବିତ ହେବ। ମଦ ପିଇ ଅଞ୍ଚଳର ଅନେକ ଲୋକଙ୍କ ସ୍ବାସ୍ଥ୍ୟହାନି ହୋଇଥିବାବେଳେ ଲୋକେ ମୃତ୍ୟୁମୁଖରେ ମଧ୍ୟ ପଡ଼ିଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏହି ଦୃଷ୍ଟିରୁ ସମ୍ପୃକ୍ତ ସ୍ଥାନରେ ମଦଭାଟି ନିର୍ମାଣକୁ ଶୀଘ୍ର ବନ୍ଦ କରିବାକୁ ଗ୍ରାମବାସୀ ଦାବି କରିଛନ୍ତି। ଗ୍ରାମର ଲଲିତା ପ୍ରଧାନ, ସୁରେନ୍ଦ୍ର ପ୍ରଧାନ, ଲଲିତା ଭୋଇ, ସୁନୀଲ ବାରିକ, ଅର୍ଜୁନ ଭୁଏ, ସୀତାରାମ ପ୍ରଧାନ, ଝସକେତନ ପ୍ରଧାନ, କୃଷକ ସଂଗଠନର ସୁଦାମ ପାତ୍ର, ବିକାଶ ମାଝୀ, ସୁରେଶ ନେକାଣ୍ଟି, ରମେଶ ମହାପାତ୍ର ପ୍ରମୁଖ ଦାବିପତ୍ର ପ୍ରଦାନ ସମୟରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛକା ଚୌକା ବର୍ଷା କରି ସଭିଙ୍କୁ ପୁଣି ଚକିତ କଲେ ବୈଭବ ସୂର୍ଯ୍ୟବଂଶୀ, କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୧।୬: ବୈଭବ ସୂର୍ଯ୍ୟବଂଶୀ ଲିଷ୍ଟ ଏ କ୍ରିକେଟର ଇତିହାସରେ ଦ୍ରୁତତମ ଅର୍ଦ୍ଧଶତକ ହାସଲ କରିଛନ୍ତି। ତ୍ରି-ସିରିଜ ଫାଇନାଲରେ ସେ ଶ୍ରୀଲଙ୍କା ଏ ବିପକ୍ଷରେ ମାତ୍ର ୧୧ ବଲରେ…

ଯୁବ ବିଜେଡି ଜିଲା ସଭାପତିଙ୍କ ଘରକୁ ଗୁଳି

ସୋନପୁର/ବିନିକା,୨୧।୬ (ମୃତ୍ୟୁଞ୍ଜୟ ଶତପଥୀ/ରାମଗୋପାଳ ବାଘ): ସୁବର୍ଣ୍ଣପୁର ଯୁବ ବିଜେଡି ଜିଲା ସଭାପତି ତଥା ବିନିକା ବ୍ଲକର ପୂର୍ବତନ ଅଧ୍ୟକ୍ଷ ଅଶୋକ କୁମାର ନନ୍ଦଙ୍କ ଘର ଓ କାରକୁ…

NDAରେ ସାମିଲ ହେବ DMK? ଶେଷ ପ୍ରତିବନ୍ଧକ ଦୂର, ମୋଦି ସରକାର ଖୁବ ଶୀଘ୍ର ଲୋକ ସଭାରେ ୩୬୦ ଆସନ ହାସଲ କରିବାକୁ ଯାଉଛି

ନୂଆଦିଲ୍ଲୀ,୨୧।୬: ତାମିଲନାଡୁ ରାଜନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା ଘଟିଛି। ଦ୍ରାବିଡ଼ ମୁନ୍ନେତ୍ର କାଝଗମ (DMK)ର ଦୀର୍ଘକାଳୀନ ସହଯୋଗୀ ଇଣ୍ଡିଆନ ୟୁନିଅନ ମୁସଲିମ ଲିଗ (IUML) ଆନୁଷ୍ଠାନିକ ଭାବରେ…

‘୫୦ ବର୍ଷରେ ୩୦ ବର୍ଷ ଭଳି ଉର୍ଜାଶୀଳ ରୁହନ୍ତୁ’, ଅନ୍ତର୍ଜାତୀୟ ଯୋଗ ପ୍ରଧାନମନ୍ତ୍ରୀ ମୋଦିଙ୍କ ବାର୍ତ୍ତା

କୋଲକାତା,୨୧।୬: ଆଜି ସାରା ବିଶ୍ୱରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି। ଏହି ଅବସରରେ କୋଲକାତାରେ ଏକ ଯୋଗ ଦିବସ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା, ଯେଉଁଥିରେ ପ୍ରଧାନମନ୍ତ୍ରୀ…

ହଷ୍ଟେଲରେ ଝୁଲୁଛି ଛାତ୍ରୀଙ୍କ ମୃତଦେହ: ବଢ଼ୁଛି ସନ୍ଦେହ

ଗୋପାଳପୁର,୨୧।୬(ନବୀନ ରାଜ ଆଚାରି): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜର ହଷ୍ଟେଲରେ ରହୁଥିବା ଜନୈକା ଛାତ୍ରୀଙ୍କ ମୃତଦେହ ଶନିବାର ପୋଲିସ ଜବତ କରିଛି।…

ଇସ୍ତଫା ଦେବେକି ବ୍ରିଟେନ ପ୍ରଧାନମନ୍ତ୍ରୀ? ୧୦୦ ରୁ ଅଧିକ ଏମପିଙ୍କ ଚାପ….

ଲଣ୍ଡନ,୨୧।୬: ବ୍ରିଟେନ ପ୍ରଧାନମନ୍ତ୍ରୀ କାଇର ଷ୍ଟାରମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନା ତୀବ୍ର ହୋଇଛି । ବ୍ରିଟେନ ଖବରକାଗଜର ଏକ ରିପୋର୍ଟରେ ଦାବି କରାଯାଇଛି ଯେ ଷ୍ଟାରମର ସୋମବାର…

ଭାରତୀୟ ଯୋଗ ସଂସ୍ଥାନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଛତ୍ରପୁର, ୨୧।୬ (ଦିଲ୍ଲୀପ ସାମଲ): ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ।ଭାରତୀୟ ଯୋଗ ସଂସ୍ଥାନ, ଏହି ଉପଲକ୍ଷେ ନୂଆଦିଲ୍ଲୀ ଛତ୍ରପୁର ଶାଖା ପକ୍ଷରୁ ସ୍ଥାନୀୟ ଷ୍ଟାଡିଅମ ପରିସରସ୍ଥ…

ବିପଦସଙ୍କୁଳ ବାଉଁଶ ଚାରା ଭରସାରେ ହଜାର ହଜାର ଲୋକ; ଧାମନଗରଦଶରଥପୁର ବୈତରଣୀ ସେତୁ ଏବେ ବି ଅଧପନ୍ତରିଆ

ତିହିଡ଼ି,୨୧।୬(କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକ ଓ ଯାଜପୁର ଜିଲାର ଦଶରଥପୁର ବ୍ଲକର ସମେତ ପଡୋଶୀ ତିହିଡି ବ୍ଲକର ସାଧାରଣ ଲୋକଙ୍କ ଦୀର୍ଘଦିନର ସ୍ବପ୍ନ ଥିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri