କୁମାରଗନ୍ଧଣା ଚୂନମାଟି ଖନନକୁ ଗ୍ରାମବାସୀଙ୍କ ବିରୋଧ: ଥାନା ଅଧିକାରୀଙ୍କୁ ପକାଇଦେଲେ ଖାଲରେ

କୋରାପୁଟ/ଲମତାପୁଟ,୨ା୫(ସ୍ବ.ପ୍ର/ଡି.ଏନ.ଏ.): କୋରାପୁଟ ଜିଲା ଲମତାପୁଟ ବ୍ଲକର କୁମାରଗନ୍ଧଣାସ୍ଥିତ ଏକ ଚୂନମାଟି ଖଣି ଖନନକୁ ବିରୋଧ କରି ସୋମବାର ଗ୍ରାମବାସୀ ପୋଲିସ ଉପରକୁ ଆକ୍ରମଣ କରିଛନ୍ତି। ନନ୍ଦପୁର ଥାନା ଅଧିକାରୀଙ୍କୁ ଏକ ଖାଲରେ ପକାଇ ଦେଇଛନ୍ତି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି।
ଖବରରୁ ଜଣାପଡିଛି, ଜିଲାର ଲମତାପୁଟ ବ୍ଲକ ଅନ୍ତର୍ଗତ କୁମାରଗନ୍ଧଣା ପଞ୍ଚାୟତରେ ଥିବା ଚୂନମାଟି ଖଣିକୁ ଯେଉଁ କମ୍ପାନୀ ଖନନ କରୁଛି, ସେ ଅଞ୍ଚଳବାସୀଙ୍କ ସହ ଆଲୋଚନା କରି ଅଞ୍ଚଳରେ ଉନ୍ନୟନମୂଳକ କାର୍ଯ୍ୟ କରିବା ପରେ ଖନନ ଆରମ୍ଭ କରିବାକୁ ଖଣି ପାର୍ଶ୍ୱବର୍ତ୍ତୀ ଗ୍ରାମବାସୀ ଦାବି କରିଛନ୍ତି। ସୋମବାର କୁମାର ଗନ୍ଧଣା ପଞ୍ଚାୟତରେ ଚୂନମାଟି ଖଣି ଖନନ ଜାଗାକୁ କମ୍ପାନୀର ସୁରକ୍ଷାକର୍ମୀ ଯାଇଥିଲେ। ସେଠାରେ ପ୍ରାୟ ଶତାଧିକ ଗ୍ରାମବାସୀ ପହଞ୍ଚତ୍ ସୁରକ୍ଷାକର୍ମୀଙ୍କୁ ଅଟକାଇ ଧମକଚମକ ଦେଇଥିଲେ। ଖବରପାଇ ନନ୍ଦପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଉଭୟଙ୍କୁ ବୁଝାଶୁଝା କରୁଥିବା ବେଳେ ହଠାତ୍‌ ଗ୍ରାମବାସୀ ମାରଣାସ୍ତ୍ର ଦେଖାଇ ଭୟଭୀତ କରି ନନ୍ଦପୁର ଥାନା ଅଧିକାରୀ ପ୍ରଫୁଲ୍ଲ କୁମାର ଲାକ୍ରାଙ୍କୁ ଏକ ଖାଲରେ ପକାଇ ଦେଇଥିଲୋ ଏ ନେଇ ପୋଲିସ ପୁଣି ଥରେ ଗ୍ରାମବାସୀଙ୍କୁ ବୁଝାଶୁଝା କରିଥିଲେ ମଧ୍ୟ ସେମାନେ କିଛି ଶୁଣି ନ ଥିଲେ। ଗ୍ରାମବାସୀ ପୋଲିସଙ୍କୁ ଆକ୍ରମଣ କରିଥିଲେ । ଏହି ଘଟଣାରେ ପୋଲିସ ପକ୍ଷରୁ ଏକ ମାମଲା ରୁଜୁ କରାଯାଇଛି। ପୋଲିସ ଉପରକୁ ଆକ୍ରମଣ କରିଥିବା ପ୍ରାୟ ୫୦ ଜଣଙ୍କ ନାମରେ ମାମଲା ରୁଜୁ ହୋଇଛି।
ସୂଚନାଯୋଗ୍ୟ, ଗତ କିଛି ଦିନ ତଳେ ନନ୍ଦପୁର ବ୍ଲକର ପାଡୁଆ ଥାନା ଅଞ୍ଚଳରେ ଅବକାରୀ ଚଢାଉ ସମୟରେ ଗଞ୍ଜେଇ ମାଫିଆ ଓ ଗ୍ରାମବାସୀ ଅବକାରୀ ଏବଂ ପୋଲିସ କର୍ମଚାରୀଙ୍କୁ ଆକ୍ରମଣ କରିବା ସହିତ ସେମାନଙ୍କୁ ଦୀର୍ଘ ୮ ଘଣ୍ଟା ଅଟକ ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପିତୃତ୍ୱ ପାଇଁ ଜନ୍ମ ସାର୍ଟିଫିକେଟ ନୁହେଁ ବାଧକ: ଶିଶୁପୁତ୍ର ହସ୍ତାନ୍ତର ପାଇଁ ଅଜାଙ୍କୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୯ା୧୨(କାର୍ତ୍ତିକ ସାହୁ): ପିତୃତ୍ୱର ପ୍ରମାଣ ପାଇଁ ଜନ୍ମ ସାର୍ଟିଫିକେଟ ବାଧକ ନୁହେଁ। ଶିଶୁପୁତ୍ରର ଜନ୍ମ ସାର୍ଟିଫିକେଟ ଦାଖଲ କରି ନ ପାରିବା କାରଣରୁ ଜନ୍ମିତ ପିତାଙ୍କୁ...

ଆନ୍ଧ୍ରର ଚକ୍ରାନ୍ତ: ଓଡ଼ିଶା ଯୋଜନାକୁ ସୀମାନ୍ତବର୍ତ୍ତୀ ୭ ଗାଁର ବର୍ଜନ ନିଷ୍ପତ୍ତି

ପଟ୍ଟାଙ୍ଗି,୯ା୧୨(ଶରତ କୁମାର ଧଳ):କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ କୋଟିଆ ପଞ୍ଚାୟତ ଫାଟୁସିନେରୀ ଗ୍ରାମ ନିକଟ ଓଡ଼ିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ୭ ଗ୍ରାମର ମୁଖିଆ...

୭ ଦଫା ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କଲେ…

କୋରାପୁଟ,୯।୧୨(ଅମିତାଭ ବେହେରା ): କୋରାପୁଟ ଜିଲା ନାମ ସଂକୀର୍ତ୍ତନ ଭାଗବତ ସତସଙ୍ଗ ତରଫରୁ ୭ ଦଫା ଦାବି ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋମବାର...

୪୨ବର୍ଷ ପରେ ମନ୍ଦିରକୁ ଫେରିବ ବିରଳ ପ୍ରାଚୀନ ମୂର୍ତ୍ତି: ଉଦ୍ଧାର ପରେ ସିବିଆଇ ମାଲଖାନାରେ…

ସୋନପୁର,୯ା୧୨(ମୃତ୍ୟୁଞ୍ଜୟ ଶତପଥୀ):ସୁବର୍ଣ୍ଣପୁର ସହର ଗୋପାଳଜୀ ମନ୍ଦିରରୁ ଚୋରି ହୋଇ ଦୀର୍ଘ ୪୨ବର୍ଷ ସିବିଆଇ ମାଲଖାନାରେ ଥିବା ୧୨ ବିରଳ ପ୍ରାଚୀନ ମୂର୍ତ୍ତି ପୁଣି ମନ୍ଦିରକୁ ଫେରିବ।...

ପୁଟିନଙ୍କ ଭାରତ ଗସ୍ତକୁ ନେଇ ଚାଇନା ଦେଲା ଏମିତି ପ୍ରତିକ୍ରିୟା ଆମେରିକାକୁ ଲାଗିବ ବଡ଼ ଝଟକା

ବେଜିଂ,୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସାମ୍ପ୍ରତିକ ଭାରତ ଗସ୍ତ ପ୍ରତି ଚାଇନା ଏକ ସକାରାତ୍ମକ ମନୋଭାବ ପ୍ରକାଶ କରିଛି, କହିଛି ଯେ ଭାରତ, ଚାଇନା...

ଏଇ ଭାରତରେ

ଉତ୍ତରପ୍ରଦେଶର ଧୀରଜ ବର୍ମା ଟିଭି ଶୋ’ ଦେଖି ଷ୍ଟ୍ରବେରି ଚାଷ ଆରମ୍ଭକରି ଜଣେ ସଫଳ ଚାଷୀ ହୋଇପାରିଛନ୍ତି। ସେ ବିନା ମାଟି ଅର୍ଥାତ୍‌ କେବଳ ପାଣି...

ଜୀବନ୍ତ ଗ୍ରହର ଜୀବନ ରହସ୍ୟ

ପୃଥିବୀକୁ ମିଶେଇ ଆଠଟା ଗ୍ରହ, ପ୍ଲୁଟୋକୁ ମିଶେଇ ୫ଟା ବାମନଗ୍ରହ, ଚନ୍ଦ୍ରକୁ ମିଶେଇ ଶହ ଶହ ଉପଗ୍ରହ, ଗ୍ରହାଣୁପୁଞ୍ଜ, ଅଗଣିତ ଛୋଟବଡ଼ ପିଣ୍ଡ ଏବଂ ବିଶାଳକାୟ...

ଶିଶୁ ଅନୁକୂଳ ପାଠାଗାର

ଜାତୀୟ ଶିକ୍ଷାନୀତିି ୨୦୨୦ରେ ଏବଂ ଜାତୀୟ ପାଠ୍ୟ ଖସଡ଼ା ୨୦୨୨ରେ ପ୍ରାକ୍‌-ପ୍ରାଥମିକ ଶିକ୍ଷାରେ ଇମରଜେଣ୍ଟ ଲିଟେରାସି ବା ଅଙ୍କୁରିତ ସାକ୍ଷରତା, ଇମରଜେଣ୍ଟ ରିଡିଂ ବା ଅଙ୍କୁରିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri