ବିଦ୍ୟୁତ ଆଘାତରେ ବ୍ୟକ୍ତି ଗୁରୁତର, ବିଦେଇପୁର ବିଦ୍ୟୁତ କାର୍ଯ୍ୟାଳୟ ଆଗରେ ଗ୍ରାମବାସୀଙ୍କ ଧାରଣା

ବାସୁଦେବପୁର,୧୪।୫(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବିଦେଇପୁର ୩୩ କେଭି ଷ୍ଟ୍ରକ୍ଚର ଠାରେ ବିଦ୍ୟୁତ ଆଘାତରେ ସହଦେଵ ତରେଇ ଆହତ ହୋଇଥିଲେ । ତାଙ୍କୁ କ୍ଷତିପୂରଣ ଦେବା ଦାବିରେ କରଞ୍ଜ ଆଡିଆର ଶତାଧିକ ଗ୍ରାମବାସୀ ବିଦେଇପୁର ବିଦ୍ୟୁତ କାର୍ଯ୍ୟାଳୟ ଆଗରେ ଗୁରୁବାର ସକାଳେ ଧାରଣାରେ ବସିଛନ୍ତି ।

ସୂଚନା ଅନୁଯାୟୀ କରଞ୍ଜ ଆଡିଆ ଗ୍ରାମର ସହଦେଵଙ୍କୁ ବିଦ୍ୟୁତ ତାର ସଜାଡ଼ିବା ପାଇଁ ଟିପିଏନଓଡିଏଲର କର୍ମଚାରୀମାନେ ଡାକିଥିଲେ । ଗତ ୨୦ ତାରିଖ ଦିନ ସହଦେଵ ଚରପୋଖରିଆ ଠାରେ ବିଦ୍ୟୁତ ତାର ସଜାଡୁ ଥିବା ବେଳେ ହଠାତ୍ ବିଦ୍ୟୁତ ପ୍ରବାହ ହେବାରୁ ସେ ଗୁରୁତର ଆହତ ହୋଇ ପଡ଼ିଥିଲେ । ତାଙ୍କୁ ପରିବାର ଲୋକେ ଉଦ୍ଧାର କରି ଚିକିତ୍ସା ପାଇଁ କଟକର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ସେ ଏବେ ସୁଦ୍ଧା ସେଠାରେ ଚିକିତ୍ସାଧୀନ ଥିବା ବେଳେ ତାଙ୍କର ଡାହାଣ ହାତ କଟାଯାଇଛି, ତାଙ୍କ ଶରୀରର ବିଭିନ୍ନ ସ୍ଥାନରେ ଗୁରୁତର କ୍ଷତ ରହିଥିବା ବେଳେ ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ରହିଛି ।

ଲୋକମାନଙ୍କର ଧାରଣାର ଖବର ପାଇ ବାସୁଦେବପୁର ନାୟିକାଣୀ ଡ଼ିହି ପୋଲିସ, ତହସିଲଦାର ପ୍ରିୟବ୍ରତ ଦାସ ଘଟଣାସ୍ଥଳରେ ପହଂଚି ଲୋକମାନଙ୍କୁ ବୁଝା ସୁଝା କରିଥିଲେ । ତହସିଲଦାର ଜିଲାପାଳ ଦିଲ୍ଲୀପ କୁମାର ରାଉତରାୟଙ୍କ ସହ ଫୋନରେ ଯୋଗାଯୋଗ କରିବା ପରେ ଜିଲାପାଳ ଆହତଙ୍କ ଚିକିତ୍ସା ପାଇଁ ରେଡ଼କ୍ରସ ପାଣ୍ଠିରୁ ନଗଦ ୨୫ ହଜାର ଟଙ୍କା ପ୍ରଦାନ ସହ ଏକ କମିଟି ଗଠନ କରି ଘଟଣାର ତଦନ୍ତ ପାଇଁ ପ୍ରତିଶୃତି ଦେବା ପରେ ଅପରାହ୍ନ ରେ ଧାରଣା ପ୍ରତ୍ୟାହୃତ ହୋଉଥିଲା । ଆହତଙ୍କ ବାପା ବସନ୍ତ ତରେଇ, ଭାଇ ଅଭିମନ୍ୟୁ ତରେଇ, ସାମାଜିକ କର୍ମୀ ରତିକାନ୍ତ ପ୍ରଧାନ, ଅଦୈତ୍ୟ ପ୍ରସାଦ ମହାପାତ୍ରଙ୍କ ସମେତ ଶତାଧିକ ଗ୍ରାମବାସୀ ଧାରଣାରେ ବସିଥିଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଓଡ଼ିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ) – ସିନେ ନିର୍ଦ୍ଦେଶକ ନିକୁଞ୍ଜ ହୋତାଙ୍କ ଦ୍ୱାରା ନିର୍ଦ୍ଦେଶିତ ଓଡ଼ିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଗ୍ୟାସ୍ ସିଲିଣ୍ଡର ଲିକେଜ୍‌! କାଦୋବେଡା ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୩ ବଖରା ଘର, ସର୍ବସ୍ୱ ହରାଇଲା…

ଥୁଆମୂଳ ରାମପୁର, ୯।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ମହୁଲପାଟଣା ପଞ୍ଚାୟତର କାଦୋବେଡା ଗ୍ରାମରେ ସୋମବାର ସମୟରେ ଏକ ସଂଘାତିକ ଅଗ୍ନିକାଣ୍ଡ ଘଟିଯାଇଛି।…

କଙ୍କୋରଡ଼ା ପଞ୍ଚାୟତକୁ ଅବହେଳା ପ୍ରତିବାଦ: ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସରପଞ୍ଚ-ଗ୍ରାମବାସୀଙ୍କ ଧାରଣା

ଦିଗପହଣ୍ଡି, ୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ କଙ୍କୋରଡ଼ା ପଞ୍ଚାୟତକୁ ବ୍ଲକ ପ୍ରଶାସନ ପକ୍ଷରୁ ଦୀର୍ଘଦିନ ଧରି ଅବହେଳା କରାଯାଉଥିବା ଅଭିଯୋଗ ହୋଇଛି।…

ଭାଜପା ପକ୍ଷରୁ ସହିଦ ବିର୍ସା ମୁଣ୍ଡାଙ୍କ ବଳିଦାନ ଦିବସ ପାଳିତ: ଯୋଗଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ମହୁରୀ କାଳୁଆ ମନ୍ଦିର ପରିସରରେ ଭାରତୀୟ ଜନତା ପାର୍ଟି (ଭାଜପା) ପକ୍ଷରୁ ମହାନ ସ୍ୱାଧୀନତା…

ହୋମଗାର୍ଡଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ବଢ଼ିଲା ଦୈନିକ ଭତ୍ତା, ଜାଣନ୍ତୁ ଏବେ ମିଳିବ କେତେ..?

ଭୁବନେଶ୍ୱର,୯।୬(ସୁନୀତ ମିଶ୍ର): ରାଜ୍ୟର ଗୃହରକ୍ଷୀ (Home Guards) ମାନଙ୍କ ପାଇଁ ଏକ ଖୁସି ଖବର ଆସିଛି। ଗୃହରକ୍ଷୀମାନଙ୍କର ଦୈନିକ ଭତ୍ତା ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି…

ପ୍ରଥମ ଥର ଘର କିଣିବାକୁ ଯାଉଛନ୍ତି କି? କରନ୍ତୁନି ଏଭଳି ଭୁଲ, ନଚେତ ବୁଡ଼ିଯିବ ସାରା ଜୀବନର କଷ୍ଟାର୍ଜିତ ସଞ୍ଚୟ!

ନୂଆଦିଲ୍ଲୀ,୯।୬: ନିଜର ଗୋଟିଏ ସୁନ୍ଦର ଘରଟିଏ ହେଉ ବୋଲି ପ୍ରତ୍ୟେକ ବ୍ୟକ୍ତିର ସ୍ବପ୍ନ ଥାଏ। କିନ୍ତୁ ପ୍ରଥମ ଥର ପାଇଁ ଘର କିଣୁଥିବା ଲୋକଙ୍କ ପାଇଁ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri