ନିର୍ବାଚନ ପାଇଁ ଟଙ୍କା ବଣ୍ଟାକୁ ଗ୍ରାମବାସୀଙ୍କ ବିରୋଧ, ଭିଡ଼ିଓ ଭାଇରାଲ

ପାଟଣା,୨୪।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବଚନ ମଣ୍ଡଳୀରେ ଷଷ୍ଠ ପର୍ଯ୍ୟାୟରେ ମତଦାନ ଶନିବାର ଅନୁଷ୍ଠିତ ହେବ। ନିର୍ବାଚନର ୨ଦିନ ପୂର୍ବରୁ ଗୁରୁବାର ଦ୍ୱିପ୍ରହରରୁ ନିର୍ବାଚନ ମଣ୍ଡଳୀର ବିଭିନ୍ନ ସ୍ଥାନରେ ବିଭିନ୍ନ ଦଳ ପକ୍ଷରୁ ଭୋଟରଙ୍କୁ ଟଙ୍କା ବଣ୍ଟା ଯାଇଥିବା ଖବର ଆସୁଥିବା ବେଳେ ପାଟଣା ନିର୍ବାଚନ ମଣ୍ଡଳୀରେ ଏଭଳି ଏକ ଟଙ୍କା ବଣ୍ଟା ଭିଡ଼ିଓ ମୋବାଇଲରୁ ମୋବାଇଲକୁ ଭାଇରାଲ ହେବାରେ ଲାଗିଛି।
କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀର ରାଜନଗର ପଞ୍ଚାୟତରେ ଏକଗ୍ରାମରେ ନିର୍ଦ୍ଦିଷ୍ଟ ଦଳ ପକ୍ଷରୁ ଖୁଲମଖୋଲା ୫ ଶହ ଟଙ୍କାବିଡା ଧରି ଗାଁ ଦାଣ୍ଡରେ ଟଙ୍କା ବାଣ୍ଟିବାକୁ ଯାଉଥିବା ଭିଡ଼ିଓ ଏବେ ମୋବାଇଲରୁ ମୋବାଇଲ ଭାଇରାଲ ହେବାରେ ଲାଗିଛି। ଭିଡ଼ିଓରେ ଯୁବକ ଜଣକ ହାତରେ ଟଙ୍କା ଧରିଥିବା ବେଳେ ଅନ୍ୟ ଜଣେ ଯୁବକ ଖାତା ଓ ପେନ ଧରିଛନ୍ତି। ଯୁବକ ଦୁଇ ଜଣ ଗାଁ ମଝିରେ ଟଙ୍କା ଦେବାକୁ ଆସିଥିବା ବେଳେ ଆଉ ୨ଜଣ ଯୁବକ ବ୍ୟକ୍ତିଗତ ଭାବେ ଟଙ୍କା ନ ଦେଇ ଆଗ ଆମ ଅନୁଷ୍ଠାନକୁ ଦିଅ ତାପରେ ଲୋକଙ୍କୁ ଟଙ୍କା ବାଣ୍ଟିବ ବୋଲି କହିଥିଲେ। ଏହାପରେ ଟଙ୍କା ବାଣ୍ଟୁ ଥିବା ଉପରୁ ଭୋଟର ଜଣ ଜଣଙ୍କୁ ଟଙ୍କା ଦେବା ପାଇଁ ନିର୍ଦ୍ଦେଶ ଅଛି। ଆମେ ତୁମମାନଙ୍କ କଣ୍ଡିସନ ଜଣାଇଦେବୁ କହିଥିଲେ। ସଂଘକୁ ଟଙ୍କା ନ ଦେଇ ତୁମେ ଘର ଘର ଟଙ୍କାବାଣ୍ଟି ପାରିବ ନାହିଁ। ତୁମେ ଗାଁରୁ ଚାଲିଯାଅ କହିଥିଲେ। ଗ୍ରାମର କିଛି ସଚେତନ ନାଗରିକ ଏପରି ଟଙ୍କା ବଣ୍ଟାକୁ ବିରୋଧ କରିଥିବା ଭିଡିଓରେ ମଧ୍ୟ ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା, ମହିଳାମାନଙ୍କୁ ମିଳିବ ସ୍ବର୍ଣ୍ଣମୁଦ୍ରା

ଚେନ୍ନାଇ,୫।୮: ତାମିଲନାଡୁର ବିଜୟ ସରକାର 2026-27 ବଜେଟରେ ମହିଳାମାନଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ଟିଭିକେ ସରକାର ମହିଳାମାନଙ୍କୁ ସୁନା ମୁଦ୍ରା ବା ଗୋଲ୍ଡ…

ବିଶ୍ୱର ଟପ୍‌-୩ ଧନୀ କ୍ରିକେଟର, ନେଟ୍‌ୱର୍ଥ ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୫।୮: କ୍ରିକେଟ ବିଶ୍ୱର ଦ୍ୱିତୀୟ ସବୁଠାରୁ ଲୋକପ୍ରିୟ ଖେଳ। କିନ୍ତୁ ବର୍ତ୍ତମାନ ଏହା କେବଳ ଏକ ଖେଳ ନୁହେଁ, ବରଂ କୋଟି କୋଟି ଟଙ୍କାର ଏକ ବିଶାଳ…

ଉଦୟନିଧିଙ୍କୁ କଡ଼ା ସମାଲୋଚନା କଲେ କଙ୍ଗନା, କହିଲେ-ଏହା ଏକ ଭଲ…

ନୂଆଦିଲ୍ଲୀ,୫।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ ଦେଇଥିବା କଥିତ ଡବଲ ମିନିଂ ମନ୍ତବ୍ୟକୁ ନେଇ ବିବାଦରେ ଫସିଛନ୍ତି। ବର୍ତ୍ତମାନ ଅଭିନେତ୍ରୀ କଙ୍ଗନା…

ଜୁକରବର୍ଗଙ୍କୁ ଅଲ୍ଟିମେଟମ ଦେଲେ ସରକାର: କ୍ଷମା ମାଗ ନଚେତ୍‌…

ନୂଆଦିଲ୍ଲୀ,୫।୮: ଫେସବୁକରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭିଡିଓ ଡିଲିଟ କରିବା ସମ୍ପର୍କରେ ସଂସଦୀୟ କମିଟି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ସୂତ୍ର ଅନୁଯାୟୀ, ଯୋଗାଯୋଗ ଏବଂ ସୂଚନା…

ଏଭଳି କାମ କରିବାକୁ ଯାଉଛନ୍ତି ଶେଖ ହାସିନା, ଶୁଣିକି ଛାନିଆ ହେଲା ବାଂଲାଦେଶ, ଭାରତ କହିଲା…

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ଏକ ନୂଆ ପଦକ୍ଷେପ ଢାକାରେ ଚହଳ ସୃଷ୍ଟି କରିଛି। ଭାରତରେ ଆଶ୍ରୟ ନେଇଥିବା ଶେଖ ହାସିନା ଦୁଇ ବର୍ଷ…

ବ୍ଲକ୍‌ ଅଫିସରେ ଚାଲିଛି ପିସି କାରବାର: ଡ୍ରେନ୍‌ କାମର ବିଲ୍‌ କରିଦେବା ପାଇଁ…

ଖଡ଼ିଆଳ,୫ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ୍‌ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

୧୮ ବର୍ଷର ଛାତ୍ର ହେଲେ କଲେଜ ପ୍ରଫେସର: ଭାଙ୍ଗିଗଲା ୩୦୬ ବର୍ଷର ପୁରୁଣା ରେକର୍ଡ

ଯେଉଁ ବୟସରେ ଅଧିକାଂଶ ଛାତ୍ର ସେମାନଙ୍କର କଲେଜ ଶିକ୍ଷା ଆରମ୍ଭ କରୁଛନ୍ତି, ସେହି ବୟସରେ ଆମେରିକାର ଜଣେ ଯୁବକ କଲେଜ ପ୍ରଫେସର ଭାବରେ ଛାତ୍ରମାନଙ୍କୁ ପାଠ ପଢ଼ାଉଛନ୍ତି।…

RBIର ବଡ଼ ନିଷ୍ପତ୍ତି, ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌; ଋଣଗ୍ରାହକଙ୍କୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୫।୮: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)ର ମୌଦ୍ରିକ ନୀତି କମିଟି (MPC) ବୈଠକ ପରେ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆରବିଆଇ ରେପୋ ରେଟ୍‌କୁ ୫.୨୫ ପ୍ରତିଶତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri