ବିଦ୍ୟାଳୟ ଉଚ୍ଛେଦକୁ ଗ୍ରାମବାସୀଙ୍କ ବିରୋଧ

ବାଲିଗୁଡ଼ା,୧୨।୪(ଡି.ଏନ.ଏ.): ବିଭିନ୍ନ ସମୟରେ ରାଜ୍ୟର ବିଭିନ୍ନ ଜିଲାରେ କମ୍‌ ଉପସ୍ଥାନ ଦର୍ଶାଇ ଶିକ୍ଷା ବିଭାଗ ପକ୍ଷରୁ ଅନେକ ସ୍କୁଲ ଉଚ୍ଛେଦ ହୋଇଛି। ଏହାକୁ ନେଇ ପୂର୍ବରୁ ଅନେକ ବିବାଦ ମଧ୍ୟ ହୋଇଛି। କନ୍ଧମାଳ ଜିଲା ବାଲିଗୁଡ଼ା ବ୍ଲକ ଅନ୍ତର୍ଗତ ମିଡ଼ିଆକିଆ ପଞ୍ଚାୟତରେ ଦେଖିବାକୁ ମିଳିଛି ଏଭଳି ଏକ ଘଟଣା। ଶିକ୍ଷା ବିଭାଗ ପକ୍ଷରୁ ବନ୍ଦ କରାଯାଇଥିବା ମିଡ଼ିଆକିଆ ଗ୍ରାମ ପଞ୍ଚାୟତର ସେନାପଡ଼ି ଓ ଚିଙ୍ଗିରି ଗାଁ, ଏହି ଦୁଇଟି ସରକାରୀ ପ୍ରାଥମିକ ବିଦ୍ୟାଳୟକୁ ପୁନର୍ବାର ଚାଲୁ କରିବାକୁ ଦାବି କରିଛନ୍ତି ଛାତ୍ରୀଛାତ୍ର, ଅଭିଭାବକ, ଜନ ପ୍ରତିନିଧି ଓ ଅଞ୍ଚଳବାସୀ। ଏହି ଦୁଇ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ପଢ଼ୁଥିବା ଛାତ୍ରୀଛାତ୍ରମାନେ ନଦୀ, ନାଳ, ବଣ ଜଙ୍ଗଲ, ଘାଟି ରାସ୍ତା ଦେଇ ୪/୫ କିଲୋମିଟର ବିପଦପୂର୍ଣ୍ଣ ରାସ୍ତା ଅତିକ୍ରମ କରି ସ୍ଥାନାନ୍ତର କରାଯାଇଥିବା ବିଦ୍ୟାଳୟକୁ ଯାଇ ସେଠାରେ ପାଠ ପଢ଼ିବା ବିପଦପୂର୍ଣ୍ଣ ଓ ଅସୁରକ୍ଷିତ ବୋଲି ଅଭିଭାବକ ଓ ଅଞ୍ଚଳବାସୀ କହିଛନ୍ତି ।
ପୂର୍ବରୁ ଏନେଇ ବାରମ୍ବାର ବ୍ଲକ୍‌ ଶିକ୍ଷାଧିକାରୀ, ଜିଲା ଶିକ୍ଷାଧିକାରୀ ଓ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଥିଲେ ମଧ୍ୟ ଏଯାବତ କୌଣସି ସୁଫଳ ମିଳିପାରି ନାହିଁ। ଏଣୁ ମଙ୍ଗଳବାର ସମସ୍ତେ ଏକାଠି ହୋଇ ବାଲିଗୁଡ଼ା ସଭାଗୃହଠାରୁ ଏକ ବିରାଟ ଶୋଭାଯାତ୍ରାରେ ବାହାରି ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚତ୍ ଗଣ ଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ଉଦ୍ଦେଶ୍ୟରେ ଗ୍ରାମବାସୀ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଏଥିରେ ମିଡିଆକିଆ ସରପଞ୍ଚ ଅଶୋକ ମଲ୍ଲିକ, ସମିତି ସଭ୍ୟ ଜାନକୀ କହଁର, ସାମାଜିକ କର୍ମୀ ତଥା ୱାର୍ଡ ମେମ୍ବର ଉପଦେଷ୍ଟା ପରମାନନ୍ଦ ନାୟକ, ବ୍ଲକ୍‌ ସମ୍ପାଦକ ସ୍ବାଧୀନ ଦିଗାଳଙ୍କ ସମେତ ସମସ୍ତ ଛାତ୍ରୀଛାତ୍ର, ଅଭିଭାବକ ଓ ଅଞ୍ଚଳବାସୀ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଭଞ୍ଜନଗର ବିଧାୟକଙ୍କ ବଡ଼ ସୂଚନା, ସମସ୍ତ ହାଇସ୍କୁଲରେ ଖୋଲିବ ଯୁକ୍ତ ୨

ଭଞ୍ଜନଗର,୧୬।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ୍ ରାସ୍ତାରେ ତ୍ରିରଙ୍ଗା ମିଡ଼ିଆ ଓ ସାମାଜିକ ସଂଗଠନର କାର୍ଯ୍ୟାଳୟ ଶନିବାର ରାତିରେ ଉଦ୍‌ଘାଟିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri