ଦେଶୀ, ବିଦେଶୀ ମଦ ବିକ୍ରିକୁ ବିରୋଧ: ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ କଲେ ଗ୍ରାମବାସୀ

ନୂଆପଡ଼ା,୧୮ା୯ (ମକାରୁ ବେମାଲ): ନୂଆପଡ଼ା ସଦର ବ୍ଲକ ଜୋଙ୍କ ଥାନା ବୁଢିପାଲି ପଞ୍ଚାୟତ ଜେଞ୍ଜରା ଗାଁରେ ବେଆଇନ ଦେଶୀ ଓ ବିଦେଶୀ ମଦ ବିକ୍ରିକୁ ବିରୋଧ କରି ଗୁରୁବାର ଗ୍ରାମବାସୀ ନୂଆପଡା ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏହି ସମୟରେ ଅତିରିକ୍ତ ଜିଲାପାଳ ସୁବାସ ଚନ୍ଦ୍ର ରଏତ ବିକ୍ଷୋଭକାରୀଙ୍କ ସହ ଆଲୋଚନା କରି ବହୁଶୀଘ୍ର ମଦ ବନ୍ଦ ପାଇଁ ଅବକାରୀ ଓ ପୋଲିସ ପ୍ରଶାସନକୁ ଜଣାଇ ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ। ପରେ ସେମାନେ ଏହି ମର୍ମରେ ଏକ ଦାବିପତ୍ର ପ୍ରଦାନ କରିଥିଲେ।
ଗ୍ରାମବାସୀଙ୍କ ଅଭିଯୋଗ ଅନୁଯାୟୀ, ଜେଞ୍ଜରା ଓ ଜାଙ୍ଗୁଳା ଗାଁ ମଝିରେ ଦୀର୍ଘଦିନରୁ ଦେଶୀ ଓ ବିଦେଶୀ ମଦ ବିକ୍ରୟ ଚାଲିଛି।  ଏଥିଯୋଗୁ ଅନେକ ଅପ୍ରୀତିକର ଘଟଣା ଘଟୁଛି। ନିଶା ସେବନକାରୀ ଅସାମାଜିକ କାର୍ଯ୍ୟରେ ଲିପ୍ତ ରହୁଛନ୍ତି। ଗାଁରେ ଅନେକ ଥର ସଭା କରି ମଦ ବିକ୍ରୟ ବନ୍ଦ କରିବା ପାଇଁ କୁହାଯାଉଥିଲେ ମଧ୍ୟ କିଛି ସୁଫଳ ମିଳୁନାହିଁ। ବରଂ ଓଲଟା ଗ୍ରାମବାସୀଙ୍କୁ ମଦ ବ୍ୟବସାୟୀ ଧମକ ଦେଉଛନ୍ତି। ଖରିଆର ରୋଡ ଜୋଙ୍କ ଥାନା ଓ ନୂଆପଡା ଅବକାରୀ ବିଭାଗକୁ ଲିଖିତ ଭାବରେ ଜଣାଇଥିଲେ ସୁଦ୍ଧା କିଛି ଫରକ ପଡୁନାହିଁ। ପୋଲିସ ପ୍ରଶାସନ ଓ ଅବକାରୀ ବିଭାଗ ଏଭଳି ବେଆଇନ କାର୍ଯ୍ୟକୁ ପ୍ରଶ୍ରୟ ଦେଉଛନ୍ତି ବୋଲି ଅଭିଯୋଗ କରିଛନ୍ତି। କୌଣସି ଅପ୍ରୀତିକର ଘଟଣା ଘଟିଲେ ଜିଲା ଓ ପୋଲିସ ପ୍ରଶାସନ ଦାୟୀ ରହିବେ ବୋଲି ମହିଳାମାନେ ପ୍ରକାଶ କରିଛନ୍ତି। ନିଶା ମୁକ୍ତ ଗାଁ ଗଠନ କରିବା ପାଇଁ ଜିଲା ପ୍ରଶାସନ ଆମକୁ ସଚେତନ କରିବା କଥା। ହେଲେ ଆମେ ଜିଲା ପ୍ରଶାସନକୁ ସଚେତନ କରିବା ପାଇଁ ଆସୁଛୁ ବୋଲି ଜଣେ ମହିଳା ପ୍ରକାଶ କରିଥିଲେ। ନିଶା, ପ୍ଲାଷ୍ଟିକ ଓ ଦାଦନ ମୁକ୍ତ ଜିଲା ଗଠନ କରିବା ପାଇଁ ଜିଲା ପ୍ରଶାସନ ଡିଣ୍ଡିମ ପିଟୁଛନ୍ତି। ହେଲେ ଏହା ପ୍ରହସନ ପାଲଟିଛି ବୋଲି ମହିଳାମାନେ ଅଭିଯୋଗ କରିଛନ୍ତି। ଆଗାମୀ ୭ ଦିନ ମଧ୍ୟରେ ଗାଁରେ ମଦ ବିକ୍ରି ବନ୍ଦ ନ ହେଲେ ସମସ୍ତ ମହିଳା ଓ ପୁରୁଷ ଜିଲାପାଳଙ୍କ କାର୍ଯ୍ୟାଳୟ, ବାସଭବନ ଓ ରାଜରାସ୍ତାରେ ଧାରଣାରେ ବସିବୁ ବୋଲି ଚେତାବନୀ ଦେଇଛନ୍ତି। ଏହି ସମାବେଶରେ କୁନ୍ତି ବାଇ ସାହୁ, ରେଖରାମ ସାହୁ, ଖୁବି ପଟେଲ, ରାଜ ପଟେଲ, ରାଜାରାମ ସାହୁ, ଦିନେଶ କୁମାର ପଟେଲ, ମନେଘରାଜ ସାହୁ, ରାଜ କୁମାର, ହର୍ଦେ କେଉଟ, ଗାନ୍ଧୀ ସାହୁ, ସନ୍ତୋଷ ରାଉତ, ମୋହିତ କେଉଟ ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦପୁର ବଜାରରେ ସିଓଟିପିଏ ଏନଫୋର୍ସମେଣ୍ଟ ଟିମ୍‌ :ଗୁଟଖା,ଫୁଡ ଲାଇସେନ୍ସ ଯାଞ୍ଚ

ନନ୍ଦପୁର,୨୩।୩: କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାରେ ସୋମବାର ସିଓଟିପିଏ ଏନଫୋର୍ସମେଣ୍ଟ ଟିମ ପହଞ୍ଚି ନନ୍ଦପୁର ବଜାରର ଏକାଧିକ ଦୋକାନରେ ଗୁଟଖା ବିକ୍ରି, ଫୁଡ ଲାଇସେନ୍ସ,…

ନନ୍ଦପୁର ପୋଲିସକୁ ସଫଳତା, ସମ୍ବାଇ ଜଙ୍ଗଲରୁ ମିଳିଲା ଗୁଣ୍ଠାପୁଟରୁ ଚୋରି ବୋଲେରୋ

ନନ୍ଦପୁର,୨୩।୩(ତୁଷାର କାନ୍ତ ମହାନ୍ତି): ଗାଡ଼ି ଚୋରି ଘଟଣାରେ କୋରାପୁଟ ଜିଲା ନନ୍ଦପୁର ଥାନା ପୋଲିସକୁ  ସଫଳତା ମିଳିଛି । ଗତ ୧୫ ତାରିଖ ରବିବାର ରାତ୍ର ଗୁଣ୍ଠାପୁଟ…

ଘରେ ବିଲେଇ ରଖିବାକୁ ନେଇ ଘରେ ହେଉଥିଲା ଯୁକ୍ତିତର୍କ, ଜିଦିରେ ଜୀବନ ହାରିଦେଲେ ଡାକ୍ତର

ନୂଆଦିଲ୍ଲୀ,୨୩।୩: ହାଇଦ୍ରାବାଦର ଆଲୱାଲ ଅଞ୍ଚଳରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଯେଉଁଠାରେ ଜଣେ ୨୩ ବର୍ଷୀୟା ଏମବିବିଏସ ଡାକ୍ତର ବିଲେଇ ପାଇଁ ଆତ୍ମହତ୍ୟା କରିଛନ୍ତି ।…

ଉତ୍କଟ ହେବାକୁ ଯାଉଛି ଗ୍ୟାସ ସଙ୍କଟ, ୧୪.୨ କିଲୋଗ୍ରାମ ସିଲିଣ୍ଡରରେ ଆଗକୁ ମିଳିବ ମାତ୍ର ଏତିକି କିଲୋ ଗ୍ୟାସ! ପ୍ରସ୍ତୁତ ହେଲାଣି ‘ପ୍ଲାନ ବି’

ନୂଆଦିଲ୍ଲୀ,୨୩।୩: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ହେତୁ ହର୍ମୁଜ ପ୍ରଣାଳୀ ଅବରୋଧ ହେବା ଯୋଗୁ ଭାରତର ତୈଳ ଏବଂ ଗ୍ୟାସ ଯୋଗାଣ ଗୁରୁତର ଭାବରେ ବାଧାପ୍ରାପ୍ତ…

ଭାଜପାରେ ଯୋଗଦେବେ କି ରାଘବ ଚଢା: ସବୁ ଖୋଲି କହିଦେଲେ ସଂଜୟ ସିଂହ

ନୂଆଦିଲ୍ଲୀ,୨୩।୩: ଆମ ଆଦମୀ ପାର୍ଟି (ଆପ)ର ଏମ୍‌ପି ରାଘବ ଚଢା ଦଳ ଛାଡ଼ିବେ ବୋଲି ଜୋରସୋରରେ ଚର୍ଚ୍ଚା ଛାଲିଛି। ଦଳୀୟ କାର୍ଯ୍ୟକ୍ରମଗୁଡ଼ିକରେ ତାଙ୍କର ଦୀର୍ଘ ଅନୁପସ୍ଥିତି, ମଦ…

ମାମୁ ଘର ଆଗରେ ଖେଳୁଥିଲେ ଭୁଷୁଡ଼ିଲା  କାନ୍ଥ:  ଆଖିବୁଜିଲା  କୁନି ଝିଅ, ମା’ ବଡ଼ ଝିଅ…

ତିହିଡି଼,୨୩।୩(ସଞ୍ଜିତ ବଳ): ତିହିଡି଼ ବ୍ଲକ ପୀରହାଟ ଥାନା ସାହାପୁର ପଞ୍ଚାୟତ ଅଧୀନ କାଶୀପୁର ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଅଘଟଣ ଘଟିଛି l ଗ୍ରାମର ନାରାୟଣ ବେହେରା…

ଗାଁରେ ପଶି ତାଣ୍ଡବ ରଚିଲା ଦନ୍ତା, ଭାଙ୍ଗିଲା ବାଇକ୍‌-ସାଇକେଲ୍‌

ବୌଦ୍ଧ,୨୩।୩: ବୌଦ୍ଧ ଜିଲା ବୌଦ୍ଧ ବନଖଣ୍ଡ ସୁବଳୟା ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ଏନେଇ ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ମିଳିଥିବା ସୂଚନା ମୁତାବକ, ରବିବାର ବିଳମ୍ୱିତ ରାତିରେ…

ବିବାଦୀୟ ସ୍ଥାନରେ ବାସନ୍ତୀ ପୂଜା ବନ୍ଦ:୧୬୩ ଧାରା ଜାରିକଲେ ପ୍ରଶାସନ,ଅଶାନ୍ତ ହେଉଛି…             

ଭୋଗରାଇ, ୩।୪ ( ପ୍ରଦୀପ ଦାସ ): ରାତି ପାହିଲେ ମଧୁ ପାର୍ବଣ । ମା ବାସନ୍ତୀ ଦେବୀଙ୍କ ଷଷ୍ଠୀ  ପୂଜା । ସବୁଠି ମାଙ୍କ ଆରାଧନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri