କାର୍‌-ଅଟୋ ଧକ୍କାରେ ମୃତ୍ୟୁ: ରାଜପଥରେ ମୃତଦେହ ରଖି ବିକ୍ଷୋଭ କଲେ ଗ୍ରାମବାସୀ

ହିଞ୍ଜିଳିକାଟୁ,୨୦ା୧(ଦ୍ୱିତୀକୃଷ୍ଣ ପଣ୍ଡା): ବ୍ରହ୍ମପୁର ସଦର ଥାନା କୁକୁଡ଼ାଖଣ୍ଡି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଶୁକ୍ରବାର ଏକ କାର୍‌ (ଓଡି୦୭ଏଜେ ୬୯୧୭)ସହ ଯାତ୍ରୀବାହୀ ଅଟୋ (ଓଡି୦୭ଏ ୫୭୧୮)ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣାରେ ଅଟୋ ଯାତ୍ରୀ ହିଞ୍ଜିଳି ଥାନା ଚୈତନ୍ୟପଡ଼ା ଗ୍ରାମର ପବନା ଦାସ(୨୬)ଙ୍କ ମୃତ୍ୟୁ ଘଟିଥିଲା। ଶନିବାର ମୃତ ପବନାଙ୍କ ମୃତଦେହ ବ୍ରହ୍ମପୁର ବଡ଼ ଡାକ୍ତରଖାନାରୁ ବ୍ୟବଚ୍ଛେଦ ପରେ ଗାଁକୁ ଆଣିବା ପରେ ଉତ୍ତ୍ୟକ୍ତ ଗ୍ରାମବାସୀ ନିକଟସ୍ଥ ଜାତୀୟ ରାଜପଥ ନଂ ୫୯ ଅବରୋଧ କରି ୧୦ ଲକ୍ଷ ଟଙ୍କା ସରକାରୀ ସହାୟତା ଓ ମୃତକଙ୍କ ପରିବାରର ଜଣକୁ ସରକାରୀ ଚାକିରି ଦାବି କରିଛନ୍ତି। ଅନ୍ୟପକ୍ଷରେ ମୃତଦେହ ବ୍ୟବଚ୍ଛେଦ ପରେ ୁ ବ୍ରହ୍ମପୁର ବଡ ଡାକ୍ତରଖାନାରୁ ଗାଁକୁ ଆଣିବା ପାଇଁ ଆମ୍ବୁଲାନ୍ସ ନ ମିଳିବାରୁ ଏବଂ ଦୀର୍ଘ ସମୟ ପର୍ଯ୍ୟନ୍ତ ମରଶରୀର ଗାଁରେ ନ ପହଞ୍ଚିବାରୁ ଗ୍ରାମବାସୀ ଉତ୍ତ୍ୟକ୍ତ ହୋଇପଡ଼ିଥିଲେ। ଗ୍ରାମର ଶତାଧିକ ମହିଳା ଓ ପୁରୁଷ ଶନିବାର ଅପରାହ୍ନ ୨ଟାରୁ ହିଞ୍ଜିଳି ଥାନା ଚୈତନ୍ୟପଡ଼ା ନିକଟ ୫୯ ନଂ ଜାତୀୟ ରାଜପଥରେ ଟାୟାର ଜାଳି ରାସ୍ତା ଅବରୋଧ କରିଥିଲେ। ଖବର ପାଇ ହିଞ୍ଜିଳି ପୋଲିସର ଏକ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିଥିଲେ ମଧ୍ୟ କୌଣସି ସୁଫଳ ମିଳି ନ ଥିଲା। ଖବର ପାଇ ଆସିକା ଏସ୍‌ଡିପିଓ ଉମାଶଙ୍କର ସିଂ, ଅତିରିକ୍ତ ତହସିଲଦାର, ହିଞ୍ଜିଳି ଥାନା ଆଇଆଇସି ଶ୍ରୀନୀବାସ ସେଠୀ ଓ ୪ ପ୍ଲାଟୁନ ପୋଲିସ ଫୋର୍ସ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଗ୍ରାମବାସୀଙ୍କୁ ବୁଝାଶୁଝା କରିଥିଲେ ମଧ୍ୟ ଗ୍ରାମବାସୀ ନିଜ ଜିଦ୍‌ରେ ଅଟଳ ରହିଛନ୍ତି। ଖବର ଲେଖାହେବା ପର୍ଯ୍ୟନ୍ତ ଉତ୍ୟକ୍ତ ଗ୍ରାମବାସୀ ରାସ୍ତା ଅବରୋଧ ଓ ବିକ୍ଷୋଭ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେବେ ମାର୍କେଟକୁ ଆସିବ ପ୍ଲାଷ୍ଟିକ୍‌ ନୋଟ୍‌? RBI ଗଭର୍ନର କହିଦେଲେ ଲଞ୍ଚ୍‌ ଡେଟ୍‌

ନୂଆଦିଲ୍ଲୀ,୫।୮: ଆପଣ ମଧ୍ୟ ଶୁଣିଛନ୍ତି କି ଯେ ଖୁବ୍‌ଶୀଘ୍ର ଭାରତରେ କାଗଜ ନୋଟ୍ ବଦଳରେ ପ୍ଲାଷ୍ଟିକ୍ (ପଲିମର୍) ନୋଟ୍ ଚାଲିବାକୁ ଯାଉଛି? ଯଦି ଆପଣଙ୍କ ମନରେ ମଧ୍ୟ…

ମୋଦିଙ୍କ ଭିଡିଓ ହଟାଇବା ପ୍ରସଙ୍ଗ; ସରକାରଙ୍କ ସହ ୪୫ ମିନିଟ୍ ଧରି ବୈଠକ କଲା ମେଟା, କହିଲା…

ନୂଆଦିଲ୍ଲୀ,୫।୮: ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ଭିଡିଓକୁ ଫେସବୁକରେ ଅସ୍ଥାୟୀ ଭାବେ ରିଷ୍ଟ୍ରିକ୍ଟ କରିଦେଇଥିଲା । ଏହି ଘଟଣାକୁ ନେଇ ଦିନକୁ…

ପଟ୍ଟନାୟକ ବନ୍ଧ ଦୁର୍ନୀତି ଅଭିଯୋଗ: ଦୁଇ ଯନ୍ତ୍ରୀ-ଠିକାଦାରଙ୍କୁ ପଚରାଉଚରା ପାଇଁ ନେଲା ଭିଜିଲାନ୍ସ

ଗଜପତି,୫ା୮(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ସହରର ବହୁଚର୍ଚ୍ଚିତ ପଟ୍ଟନାୟକ ବନ୍ଧର ପୁନରୁଦ୍ଧାର କାର୍ଯ୍ୟରେ ଅନିୟମିତତା ଓ ଦୁର୍ନୀତି ଅଭିଯୋଗକୁ ନେଇ ଭିଜିଲାନ୍ସ ତଦନ୍ତ ଜୋରଦାର ହୋଇଛି। ଏହି କ୍ରମରେ…

ବାଲିଅନ୍ତା ସୌମ୍ୟରଞ୍ଜନ ମର୍ଡର କେସ୍‌: ଚାର୍ଜଶିଟ୍‌ ଦାଖଲ କଲା କ୍ରାଇମ୍‌ବ୍ରାଞ୍ଚ

କଟକ,୫ା୮(ପ୍ରଭୁକଲ୍ୟାଣ ପାଲ୍‌): ବାଲିଅନ୍ତା କନଷ୍ଟେବଳ ସୌମ୍ୟରଞ୍ଜନ ସ୍ବାଇଁ ହତ୍ୟାକାଣ୍ଡ ଘଟଣାରେ କୋର୍ଟରେ ଚାର୍ଜଶିଟ୍‌ ଦାଖଲ କରିଛି କ୍ରାଇମବ୍ରାଞ୍ଚ। ୭୬୭ ପୃଷ୍ଠାର ଚାର୍ଜଶିଟ୍‌ ଦାଖଲ କରିଥିବାବେଳେ ୧୧ ଅଭିଯୁକ୍ତଙ୍କ…

ରାଜ୍ୟ ସରକାରଙ୍କ ଅନୁଦାନପ୍ରାପ୍ତ ଶିକ୍ଷକଙ୍କ ଦାବି ପୂରଣରେ ଟାଳଟୁଳ ନୀତି: ତେଜିଲା ଆନ୍ଦୋଳନ

ଗୁଣପୁର,୫ା୮(ସୁଜାତା ପାଢ଼ୀ): ରାଜ୍ୟ ସରକାର ଅନୁଦାନପ୍ରାପ୍ତ ଶିକ୍ଷକମାନଙ୍କ ମୌଳିକ ଦାବି ଯଥା ଚାକିରି ସର୍ତ୍ତାବଳୀ ଲାଗୁ, ପୁରୁଣା ପେନ୍‌ସନ୍‌ ପ୍ରଦାନ, ଅବସର ସୀମା ୬୨କୁ ବୃଦ୍ଧି, ଅନୁଦାନପ୍ରାପ୍ତ…

ବିଧାନସଭାରେ ଭାବପ୍ରବଣ ହୋଇଗଲେ ବାଚସ୍ପତି: କହିଲେ, ମୁଁ ଏହି ପଦବୀ ପାଇଁ ଯୋଗ୍ୟ କି ନୁହେଁ…

ଲକ୍ଷ୍ନୌ,୫।୮: ଉତ୍ତରପ୍ରଦେଶ ବିଧାନସଭାର ମୌସୁମୀ ଅଧିବେଶନ ସମୟରେ ବାଚସ୍ପତି ସତୀଶ ମହାନା ବିଧାୟକମାନଙ୍କୁ ସମ୍ବୋଧିତ କରିବା ସମୟରେ ଭାବପ୍ରବଣ ହୋଇ ପଡ଼ିଥିଲେ। ଅଧିବେଶନର ଦ୍ୱିତୀୟ ଦିନ ଅଗଷ୍ଟ…

ବିରାଟ କୋହଲି ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ପରେ ପ୍ରତିକ୍ରିୟା ରଖିଲେ ମହମ୍ମଦ ଶାମି,ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୫।୮: ସାମ୍ପ୍ରତିକ ବର୍ଷଗୁଡ଼ିକରେ, ବିରାଟ କୋହଲି ଆଧ୍ୟାତ୍ମିକତା ପ୍ରତି ଆଗ୍ରହ ଦେଖାଇଛନ୍ତି। ତାଙ୍କୁ ତାଙ୍କ ଆଙ୍ଗୁଠିରେ ପ୍ରାର୍ଥନା ମାଳି ଏବଂ ଏକ ଟାଲି କାଉଣ୍ଟର ସହିତ ଦେଖାଯାଇଛି,…

ବନ୍ୟାଞ୍ଚଳରେ ଉପମୁଖ୍ୟମନ୍ତ୍ରୀ: କୃଷି ଋଣ ଛାଡ଼ ସହ କ୍ଷତିପୂରଣ ପାଇ ଦାବି କଲେ ବିପନ୍ନ

ତିହିଡି଼, ୫।୮(ସଞ୍ଜିତ ବଳ): ତିହିଡି଼ ବ୍ଲକର ବନ୍ୟାଞ୍ଚଳକୁ ବୁଧବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗସ୍ତ କରିଛନ୍ତି । ବାରସର ପଞ୍ଚାୟତର ତିଆଡ଼ିସାହି ଓ ଗୋବିନ୍ଦପୁର ପଞ୍ଚାୟତର ତଳହଂସପାଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri