ମାଣ୍ଡିଆ କିଣାକୁ ବିରୋଧ କଲେ ଗ୍ରାମବାସୀ

ଦଶମନ୍ତପୁର, ୩୧ା୧୨ ( ଡି.ଏନ୍‌.ଏ.): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ଏ.ମାଲକାନଗିରି ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ମାଣ୍ଡିଆ କିଣାକୁ ଗ୍ରାମବାସୀ ବିରୋଧ କରିଛନ୍ତି। ଖବରପାଇ ପୋଲିସ ପହଞ୍ଚତ୍ ୬ ବସ୍ତା ମାଣ୍ଡିଆ ଏବଂ ଏକ ଭ୍ୟାନ(ଓଡି ୧୦ ବି-୮୫୦୦)କୁ ଜବତ କରିଛି। ଅନ୍ୟ ପକ୍ଷରେ ଶୁକ୍ରବାର ଏ.ମାଲକାନଗିରିର ବାବୁଲା କୁଲଦୀପ ଓ ୱର୍ଡସଭ୍ୟ ଦୈତାରି ଗୌଡ ପଞ୍ଚାୟତ କର୍ମଚାରୀଙ୍କ ନାଁରେ ଏତଲା ଦେଇଥିବା ଜଣାପଡ଼ିଛି। ଖବରରୁ ଜଣାପଡିଛି ଗୁରୁବାର ପଞ୍ଚାୟତ କାର୍ଯ୍ୟାଳୟଠାରେ ବିପିଏଲ୍‌ ହିତାଧିକାରୀଙ୍କୁ ପିଡିଏସ୍‌ ମାଣ୍ଡିଆ ବଣ୍ଟନ କରାଯାଉଥିଲା। କେତେକ ହିତାଧିକାରୀ ମାଣ୍ଡିଆ ଭଲ ନ ଥିବା କହି ପଞ୍ଚାୟତ କାର୍ଯ୍ୟାଳୟଠାରୁ ୫୦ ମିଟର ଦୂରରେ ବ୍ୟବସାୟୀମାନଙ୍କୁ ଏହା ବିକ୍ରି କରି ଚାଲି ଯାଉଥିଲେ। ପଞ୍ଚାୟତ ନିକଟରେ ମାଣ୍ଡିଆ କାହିଁକି କିଣାଯାଉଛି ବୋଲି ୱର୍ଡସଭ୍ୟ ଦୈତାରି ବିରୋଧ କରିଥିଲେ। ଏସମ୍ପର୍କରେ ପିଇଓ ସୁଶାନ୍ତ ଶତପଥୀ ଓ ଯୋଗାଣ ସହାୟକ ବାବୁଲି ଖରାଙ୍କୁ ପଚାରିବାରୁ ସେମାନେ କହିଛନ୍ତ, ଗୁରୁବାର କାଉଗୁଡା, ଆଡମୁଣ୍ଡା, ମୁସଲମୁଣ୍ଡା, କଡମା ଝୋଲା ଗ୍ରାମର ହିତାଧିକାରୀଙ୍କୁ ମୁଣ୍ଡ ପିଛା ୫ କିଲୋ ଲେଖାଏ ମାଣ୍ଡିଆ ପ୍ରଦାନ କରାଯାଇଥିଲା। ହେଲେ ହିତାଧିକାରୀମାନେ ସେହି ମାଣ୍ଡିଆ କିବ୍ରି କଲେ କି ଘରକୁ ନେଇ ଗଲେ ଆମକୁ ଜଣା ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ଅଟକରୁ ମୁକ୍ତ ହେବା ପରେ ୪ ବଡ଼ ସର୍ତ୍ତ ରଖିଲେ ରାହୁଲ ଗାନ୍ଧୀ, ସରକାରଙ୍କୁ ପଶିଲା ଭୟ

ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri