କ୍ଷତିପୂରଣ ଦାବିରେ ରାଜପଥରେ ମୃତଦେହ ରଖିଲେ ଗ୍ରାମବାସୀ, ଅଟକି ରହିଲେ ଡିଏଫ୍‌ଓ

ପାଟଣା,୯ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସାହାରପଡ଼ା ଦେଇ ଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥର ଖଜୁରୀଡିହା ଛକରେ ରବିବାର ବିଳମ୍ବିତ ରାତିରେ ସଡ଼କ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିଲା। ମୃତ ବ୍ୟକ୍ତି ଜଣକ ହେଉଛନ୍ତି ଖଜୁରୀଡିହା ଗ୍ରାମର ଉପେନ୍ଦ୍ର ମହାନ୍ତଙ୍କ ପୁଅ ଜଗନ୍ନାଥ ମହାନ୍ତ (୪୫)। ସୋମବାର ମୃତଦେହ ବ୍ୟବଚ୍ଛେଦ ସରିବା ପ୍ରଭାବିତ ପରିବାରକୁ ୨୫ ଲକ୍ଷ ଟଙ୍କା କ୍ଷତିପୂରଣ, ରାସ୍ତାରେ ହମ୍ପସ, ଲାଇଟ୍‌ ନିର୍ମାଣ ଦାବିରେ ଉତ୍ତ୍ୟକ୍ତ ଲୋକେ ରାସ୍ତା ଉପରେ ମୃତଦେହ ରଖି, ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି। ସାହାରପଡ଼ା ବ୍ଲକରେ ଚାଲୁଥିବା ଜିଲାପାଳଙ୍କ ଜନଅଭିଯୋଗ ଶୁଣାଣିକୁ ଯାଉଥିବା କେନ୍ଦୁଝର ଡିଏଫ୍‌ଓ ଏଚ୍‌ ଡି ଧନରାଜ ମଧ୍ୟ ରାସ୍ତାରେ ଫସିଛନ୍ତି। ଘଟଣାସ୍ଥଳରେ ଉତ୍ତେଜନା ଲାଗିରହିଛି। ପାଟଣା ପୋଲିସ ପକ୍ଷରୁ ଏସ୍‌ଆଇ ଲକ୍ଷ୍ମଣ ମାଝୀ, ଗୌରହରି ଗରଡିଆ ପ୍ରମୁଖ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା ଜାରି ରଖିଛନ୍ତି। ରାସ୍ତାର ଉଭୟ ପାର୍ଶ୍ୱରେ ଶତାଧିକ ଗାଡ଼ିମୋଟର ଅଟକି ରହିଥିବା ବେଳେ ଯାତ୍ରୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୯(ସୁଚିସ୍ମିତା ସାହୁ): ଭୁବନେଶ୍ୱର ସମେତ ସାରା ରାଜ୍ୟରେ ଜଳିଲା କୋଟିଏରୁ ଅଧିକ ‘ଆଶୀର୍ବାଦ ଦୀପ’। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ଗୁରୁବାର ରାଜ୍ୟ ସରକାରଙ୍କ…

‘ସ୍ନେହଭରା ପ୍ରତ୍ୟେକ ଶବ୍ଦ ପାଇଁ…’ ଜନ୍ମଦିନର ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଜନ୍ମଦିନ ଅବସରରେ ମିଳିଥିବା ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ (X) ରେ ପୋଷ୍ଟ କରି…

ଜମିକୁ ଯାଇ ଗଛରେ ଝୁଲି ପଡ଼ିଲେ ଚାଷୀ

ଭେଡେନ,୧୭।୯(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଅଧୀନ ରେଶମ ପ୍ରଧାନପାଲି ଗ୍ରାମରୁ ଗୁରୁବାର ଜଣେ ଚାଷୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ ଉକ୍ତ ଗ୍ରାମର…

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଝଲସିଲା ମନ୍ଦିର ପ୍ରାଙ୍ଗଣ

ପାଟଣା,୧୭।୯(ବୀର କିଶୋର ଦାଶ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ବିଭିନ୍ନ ମନ୍ଦିର ଏବଂ ଧାର୍ମିକ ଅନୁଷ୍ଠାନରେରେ ଗୁରୁବାର ସନ୍ଧ୍ୟାରେ ପ୍ରଦୀପ…

ଉଜ୍ଜୈନରୁ ଅହମଦାବାଦ, ବଙ୍ଗଳାରୁ ଓଡ଼ିଶା ପର୍ଯ୍ୟନ୍ତ ଝଲସିଲା ସାରା ଦେଶ; ମୋଦିଙ୍କ ଜନ୍ମଦିନରେ ଜଳିଲା କୋଟି କୋଟି ଦୀପ

ନୂଆଦିଲ୍ଲୀ,୧୭।୯: ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୭୬ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ଏହି ସ୍ବତନ୍ତ୍ର ଅବସରକୁ ପାଳନ କରିବା ପାଇଁ ସାରା ଦେଶରେ ‘ସେବା-ସଂକଳ୍ପ ଅଭିଯାନ’…

NHAI ଉପରେ ସୁପ୍ରିମକୋର୍ଟଙ୍କ ପ୍ରଭାବ: ପ୍ରତି ୧୦୦ କିଲୋମିଟରରେ ଗୋଟିଏ ‘ପଶୁ ଆଶ୍ରୟସ୍ଥଳ’ ନିର୍ମାଣ କରାଯିବ

ନୂଆଦିଲ୍ଲୀ,୧୭।୯: ଜାତୀୟ ରାଜପଥରେ ବୁଲୁଥିବା ବୁଲା ପଶୁଙ୍କ ସମସ୍ୟା ଦେଶର ଅନେକ ରାଜ୍ୟକୁ ପ୍ରଭାବିତ କରୁଛି। ଏହି ପଶୁମାନଙ୍କ ଯୋଗୁ ଘଟୁଥିବା ଦୁର୍ଘଟଣାକୁ ନେଇ ସ୍ବତଃପ୍ରବୃତ୍ତ ଭାବେ…

ପାଣିରେ ବୁଡ଼ି ଚାଲିଗଲା ଯୁବତୀଙ୍କ ଜୀବନ

ଲାଞ୍ଜିଗଡ଼, ୧୭ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା ଅଞ୍ଚଳର ଏକ ନାଳପାଣିରେ ବୁଡି ଜଣେ ଯୁବତୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ…

ମହିଳାଙ୍କ ଅଶ୍ଳୀଳ ଫଟୋ ଭାଇରାଲ, ଧରାପଡ଼ିଲେ ଅଭିଯୁକ୍ତ

ବଞ୍ଚୋ,୧୭।୯(ପ୍ରଦୋଷ ବିଶ୍ୱାଳ ): ଜଣେ ମହିଳାଙ୍କ ଅଶ୍ଳୀଳ ଫଟୋ ଭାଇରାଲ କରିବା ଅଭିଯୋଗରେ କେନ୍ଦୁଝର ଜିଲା ଘସିପୁରା ଥାନା ପୋଲିସ ଗୁରୁବାର ଜଣେ ଯୁବକଙ୍କୁ ଗିରଫ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?